୫-ଟି ସଚିବଙ୍କ ଦାରିଙ୍ଗବାଡ଼ି ଗସ୍ତ, କହିଲେ ୭ ଦିନ ମଧ୍ୟରେ ୪ ଅଭିଯୋଗ ପୂରଣ କରିବେ ମୁଖ୍ୟମନ୍ତ୍ରୀ

ଦାରିଙ୍ଗବାଡ଼ି,୧୭ା୬(ଅରୁଣ ସାହୁ): ଦୁଇଦିନିଆ କନ୍ଧମାଳ ଜିଲା ଗସ୍ତରେ ୫ -ଟି ସଚିବ ଭି.କେ. ପାଣ୍ଡିଆନ ଆସିଥିବା ବେଳେ ଦିତୀୟ ଦିନରେ ମଧ୍ୟାହ୍ନରେ ହେଲିକପ୍ଟର ଯୋଗେ ଦାରିଙ୍ଗବାଡ଼ି ହେଲିପ୍ୟାଡ଼ ପଡ଼ିଆଠାରେ ଓହ୍ଲାଇଥିଲେ। ସେଠାରେ ସ୍ଥାନୀୟ ପ୍ରଶାସନ ପକ୍ଷରୁ ସ୍ବାଗତ କରାଯାଇଥିଲା। ସେହିପରି ସଚିବ ସମସ୍ତ ମହିଳା ସ୍ବୟଂ ସହାୟିକା ଗୋଷ୍ଠୀଙ୍କୁ ଭେଟି ଶହ ଶହ ଅଭିଯୋଗ ଗ୍ରହଣ କରିଥିଲେ। ମହିଳାମାନଙ୍କୁ ବିଜୁ ସ୍ବାସ୍ଥ୍ୟ ଯୋଜନା ସମ୍ପର୍କରେ ପ୍ରଶ୍ନ କରିବା ସହ ସ୍ବତନ୍ତ୍ର ଡ୍ରାଇଭ ଦ୍ୱାରା ଯେଉଁମାନେ ଏହି ସ୍ବାସ୍ଥ୍ୟ କାର୍ଡ ପାଇନାହାନ୍ତି ସେମାନଙ୍କୁ ୬ ମାସ ମଧ୍ୟରେ ଯୋଗାଇ ଦିଆଯିବ ବୋଲି କହିଥିଲେ। ସେହିପରି ସମସ୍ତ ମନ୍ଦିର, ଚର୍ଚ୍ଚ ଆଦି ମରାମତି, ପୁନରୁଦ୍ଧାର ପାଇଁ ହୋଇଥିବା ଅଭିଯୋଗର ୭ ଦିନ ମଧ୍ୟରେ ମୁଖ୍ୟମନ୍ତ୍ରୀ ଅନୁଦାନ ଘୋଷଣା କରିବେ ବୋଲି କହିଥିଲେ।

ଦାରିଙ୍ଗବାଡ଼ିର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ (୧ ଶହ ୧୩ କୋଟି) କେବଳ ଶୁଦ୍ଧ ପିଇବା ପାଣି ଘରେ ଘରେ ପହଞ୍ଚାଇବା ପାଇଁ ଅନୁଦାନ ପ୍ରଦାନ କରିଥିବା କହିଥିଲେ। ଉକ୍ତ ବ୍ଲକର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ରୂପାନ୍ତରୀକରଣ କରାଯିବ। ଏଥିପାଇଁ ୨ କୋଟି ୩୭ଲକ୍ଷ ଖର୍ଚ୍ଚ କରାଯିବ ବୋଲି କହିଥିଲେ। ସେହିପରି ଦାରିଙ୍ଗବାଡ଼ିରେ ବସ୍‌ଷ୍ଟାଣ୍ଡ ନିର୍ମାଣ ସହ ପାଟାବାନ୍ଧା, ମିଡିୟୁ ବାନ୍ଦା ଜଳ ପ୍ରପାତ, ହିଲଭିୟୁ ପାର୍କ ନିର୍ମାଣ, ପର୍ଯ୍ୟଟନକ୍ଷେତ୍ରର ବିକାଶ ପାଇଁ ପଦକ୍ଷେପ ନିଆଯିବ ବୋଲି କହିଥିଲେ। ଅଞ୍ଚଳରେ ମୁଖ୍ୟ ସମସ୍ୟା ବିଶେଷ କରି ବିଦ୍ୟୁତ ବିଭ୍ରାଟ ହେଉଥିବାରୁ ତୁରନ୍ତ ସିର୍ତ୍ତିଗୁଡ଼ା ଗ୍ରୀଡ୍‌ କାର୍ଯ୍ୟ ସମ୍ପୂର୍ଣ୍ଣ କରି କାର୍ଯ୍ୟକାରୀ କରିବାକୁ ଅଞ୍ଚଳବାସୀ ଦାବି କରିଛନ୍ତି।

କାର୍ଯ୍ୟକ୍ରମରେ କନ୍ଧମାଳ ଜିଲାପାଳ ଆଶିଷ ଈଶ୍ୱର ପାଟିଲ, ଅତିତିକ୍ତ ଜିଲାପାଳ ବସନ୍ତ ସାହୁ, ସ୍ଥାନୀୟ ବିଡିଓ ଗଦାଧର ପାତ୍ର, ତହସିଲଦାର ଡ. ଅଶୋକ କୁମାର ଦାସ, ଆଇଟିଡିଏ ପ୍ରକଳ୍ପ ପ୍ରଶାସକ ମଧୁସୂଦନ ବେହେରା ପ୍ରମୁଖ ଉପସ୍ଥିତ ଥିଲେ। ୫-ଟି ସଚିବଙ୍କ ସହ ତତ୍କାଳ ବାଲିଗୁଡ଼ା ଉପଜିଲାପାଳ ତଥା ବରିଷ୍ଠ ଆଇଏଏସ୍‌ ଅଧିକାରୀ ଭିନିଲ କ୍ରିଷ୍ଣା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇଲେକ୍ଟ୍ରିସିଆନକୁ ଭଲ ପାଉଥିଲେ ନାବାଳିକା, ରାଗିଯାଇ ଝିଅର ଗଳା କାଟିଦେଲେ ବାପା

ବେଙ୍ଗାଲୁରୁ,୧୮।୫: ବେଙ୍ଗାଲୁରୁରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଝିଅର ପ୍ରେମକୁ ସହିନପାରି ହତ୍ୟା କଲେ ବାପା । ଘଟଣାଟି ଆଶ୍ଚର୍ଯ୍ୟ ଲାଗିଲେ ମଧ୍ୟ ସତ…

ପ୍ରଦୂଷଣ ଓ ଜଳବାୟୁ ପରିବର୍ତ୍ତନ

ବର୍ତ୍ତମାନ ପ୍ରଦୂଷଣ ସମଗ୍ର ବିଶ୍ୱରେ ଚିନ୍ତାର କାରଣ ପାଲଟିଛି। ଏହା ଏବେ ଏଭଳି ଆକାର ଧାରଣ କରିଛି ଯେ ତାହାଦ୍ୱାରା ଜଳବାୟୁ ପ୍ରଭାବିତ ହେଉଛି। କେବଳ ସେତିକି…

ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ: ଏମିତି କ’ଣ ଆଲୋଚନା ହେଲା କହିଦେଲେ ବସନ୍ତ ପଣ୍ଡା

ଭୁବନେଶ୍ୱର,୧୮।୫: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ଓଡ଼ିଶା ଆସିବା ପରେ ସୋମବାର ସକାଳେ ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ ବସିଥିଲା। ଯେଉଁଥିରେ ଦଳକୁ…

କଟକ ପରେ ମାଲକାନଗିରିରେ ପେଟ୍ରୋଲ ନେଲା ଜୀବନ

ମାଲକାନଗିରି,୧୮ା୫(ଦୁର୍ଯ୍ୟୋଧନ ପାତ୍ର): ଡାକ୍ତରଖାନା ଆସୁଥିବା ବେଳେ ବାଟରେ ସରିଗଲା ବାଇକରୁ ପେଟ୍ରୋଲ। ଆଖପାଖରେ ଆଉ ମିଳିଲା ନାହିଁ ପେଟ୍ରୋଲ। ଫଳରେ ହସ୍ପିଟାଲ ପହଞ୍ଚିବା ପୂର୍ୱରୁ ଚାଲିଯାଇଛି ଆଉ…

୬ ମାସରେ ଭାଙ୍ଗିଯିବ TVK ସରକାର, ଷ୍ଟାଲିନ ପୁଣି ହେବେ ମୁଖ୍ୟମନ୍ତ୍ରୀ! ଜାଣନ୍ତୁ କିଏ କରିଛନ୍ତି ଏମିତି ଭବିଷ୍ୟବାଣୀ

ଚେନ୍ନାଇ,୧୮।୫: ତାମିଲନାଡୁରେ ବିଜୟଙ୍କ ସରକାର ସମ୍ପର୍କରେ ଏକ ବଡ଼ ଭବିଷ୍ୟବାଣୀ କରାଯାଇଛି। ଡିଏମକେ ଦାବି କରିଛି ଯେ ଥାଲାପତି ବିଜୟଙ୍କ ଟିଭିକେ ସରକାର ଛଅ ମାସ ମଧ୍ୟ…

ପ୍ରୋତ୍ସାହନ ନାହିଁ, ସଙ୍କଟରେ ଜୀବିକା

ବରଗଡ଼,୧୮।୫(ପ୍ରେମାନନ୍ଦ ଖମାରୀ):ଗ୍ରୀଷ୍ମବେଳେ ମନେପଡ଼େ ବେଣାଚେର। ଦିନ ଥିଲା, ଖରାବେଳେ ଏହା ଲୋକଙ୍କ ସାଥୀ ହୋଇ ରହିଥିଲା। ତାତି ହେଉ ଅବା ଗୁଳୁଗୁଳି, ଲୋକେ ବେଣାଚେର ନିର୍ମିତ ବିଞ୍ଚଣା…

ତେଲକୁ ନେଇ ମୋଦିଙ୍କ ଅପିଲ, ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି

କଟକ,୧୮।୫(ପ୍ରଭୁକଲ୍ୟାଣ ପାଲ୍): ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି। ହାଇକୋର୍ଟର ବିଚାରପତି ଜଷ୍ଟିସ ସାବିତ୍ରୀ ରଥ, ଜଷ୍ଟିସ ଭି ନରସିଂହ ଏବଂ ଜଷ୍ଟିସ ଶିବ ଶଙ୍କର ମିଶ୍ର ଆଜି…

ସହଜରେ ଦୂର ହେବ ଅବସାଦ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ସୁଷମ ତଥା ଭିଟାମିନ୍‌ଯୁକ୍ତ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ ନିଜକୁ କେତେ ସୁସ୍ଥ ରଖିପାରିବା ତାହା ମୁଖ୍ୟତଃ ଆମେ ପ୍ରତିଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri