ବିଭିନ୍ନ ପ୍ରକଳ୍ପ ପରିଦର୍ଶନ କଲେ ସିଡିଓ, ବିଡିଓ, ଏମ୍‌ଜିଏନ୍‌ଆର୍‌ଇିଜିଏସ୍‌ ଶ୍ରମିକ ନିୟୋଜିତ ନେଇ କହିଲେ…

ଦାରିଙ୍ଗବାଡ଼ି,୩ା୮(ଅରୁଣ ସାହୁ): କନ୍ଧମାଳ ଜିଲା ସିଡିଓ (ମୁଖ୍ୟ ଉନ୍ନୟନ ଅଧିକାରୀ)ଶମ୍ଭୁନାଥ ନନ୍ଦୀ ଶନିବାର ଦାରିଙ୍ଗବାଡ଼ିର ସର୍ବ ବୃହତ ପଞ୍ଚାୟତ ପର୍ତ୍ତମାହାର ଦୁର୍ଗମ ବିଭିନ୍ନ ଗ୍ରାମ ପରିଦର୍ଶନ କରିଛନ୍ତି। ଏହି ସମୟରେ ସେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗୃହ ନିର୍ମାଣ କାର୍ଯ୍ୟ ସମେତ ବିଦ୍ୟାଳୟର ରୂପାନ୍ତର କାର୍ଯ୍ୟ, ଅଙ୍ଗନଓ୍ବାଡ଼ି, ଗୋଷ୍ଠୀ ଗୃହ, କୂପ ଖନନ କାର୍ଯ୍ୟ, ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ ସମେତ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ଚାଲିଥିବା ବିଭିନ୍ନ ପ୍ରକଳ୍ପକୁ ବୁଲି ଦେଖିଥିଲେ। ଯେଉଁ ସବୁ ଗୃହ କାର୍ଯ୍ୟ ଚାଲିଛି ତାକୁ ଶୀଘ୍ର ସମ୍ପୂର୍ଣ୍ଣ କରିବାକୁ ଉପଭୋକ୍ତାମାନଙ୍କୁ ପରାମର୍ଶ ଦେବା ସହ ବିଭାଗୀୟ ଯନ୍ତ୍ରୀମାନଙ୍କୁ ଏହି ସବୁ କାର୍ଯ୍ୟକୁ ତ୍ୱରାନ୍ବିତ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଦୁର୍ଗମ ଅଞ୍ଚଳରେ ରହିଥିବା ସୁବିଧା ଓ ଅସୁବିଧା ସମ୍ପର୍କରେ ସିଧା ଗାଁ ଗାଁରେ ଲୋକଙ୍କୁ ପଚାରି ବୁଝିଥିଲେ। ସରକାରଙ୍କ ବିଭିନ୍ନ ଯୋଜନା ଲୋକଙ୍କ ନିକଟରେ କିଭଳି ପହଞ୍ଚି କାର୍ଯ୍ୟକାରୀ ହୋଇପାରିଛି ସେ ସମ୍ପର୍କରେ ଲୋକଙ୍କୁ ପଚାରି ବୁଝିଥିଲେ। ମୁଖ୍ୟ ଉନ୍ନୟନ ଅଧିକାରୀଙ୍କ ସହ ଦାରିଙ୍ଗବାଡ଼ି ବିଡିଓ ପ୍ରୀତିରଞ୍ଜନ ରଥ, ସହକାରୀ ନିର୍ବାହୀ ଯନ୍ତ୍ରୀ ସଞ୍ଜୟ ରଥ, କନିଷ୍ଠ ଯନ୍ତ୍ରୀ ଧୀରେନ ସେଠୀ ଓ ଅନ୍ୟ କର୍ମଚାରୀ ଉପସ୍ଥିତ ଥିଲେ। ଉକ୍ତ ଦୁର୍ଗମ ଅଞ୍ଚଳରେ ଅଧିକରୁ ଅଧିକ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ଶ୍ରମିକଙ୍କୁ କାମ ଯୋଗାଇ ଦେବାକୁ ମୁଖ୍ୟ ଉନ୍ନୟନ ଅଧିକାରୀ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri