ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ

ଅମରପାଲି,୪ା୮(ପୀତାମ୍ବର ସାହୁ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଜନିତ ଲଗାଣ ବର୍ଷାରେ ବୀରମହାରାଜପୁରରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବିଭିନ୍ନ ସ୍ଥାନରେ ଅନେକ ଗରିବ ଲୋକଙ୍କ କଚ୍ଚା ଘର ଭାଙ୍ଗି ଯାଇଛି। ରାସ୍ତା ଘାଟ,ପୋଲ ଭାଙ୍ଗି ଯାଇଛି। ଅନେକ ସ୍ଥାନରେ ଯାତାୟାତରେ ବାଧାପ୍ରାପ୍ତ ଦେଖାଦେଇଛି। ସମ୍ପ୍ରତି ପରିସ୍ଥିତିରେ ବୀରମହାରାଜପୁର ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହା ବନ୍ୟା ପରିସ୍ଥିତି ଆରମ୍ଭରୁ ବିଭିନ୍ନ ବନ୍ୟା ପ୍ରଭାବିତ ଗ୍ରାମକୁ ଯାଇ ସ୍ଥିତି ଅନୁଧ୍ୟାନ କରିଛନ୍ତି। ସବୁଠୁ ବେଶୀ ପ୍ରଭାବିତ ହୋଇଥିବା ମୁର୍ଷୁଣ୍ଢି ନିକଟସ୍ଥ ହରିହର ଯୋର ପୋଲ ଅଞ୍ଚଳ, ତେନ୍ତୁଳିମହଦା, କୁଡ଼ାପଡ଼l, ଦୁହୁଲପାଲି, ଗୋବିନ୍ଦପୁର, ଦୁରଦୁରା, ଗରିଆମୁଣ୍ଡା, ସୁବଳୟା, ଫୁଲଚରା, କେନ୍ଦୁପାଲି, କମଲପୁର, କୃଷ୍ଣପାଲି ସମେତ ଅନ୍ୟାନ୍ୟ ଅଞ୍ଚଳ ପରିଦର୍ଶନ କରିଛନ୍ତି।ବନ୍ୟାରେ କ୍ଷତିଗ୍ରସ୍ତ ଲୋକଙ୍କୁ ଭେଟି ସମବେଦନା ଜଣାଇଛନ୍ତି। ହେକ୍ଟର ହେକ୍ଟର ଚାଷଜମି ବାଲିଚର ହୋଇ ବ୍ୟାପକ ଧାନ ଓ କପା ନଷ୍ଟ ହୋଇଥିବା ଚାଷୀଙ୍କୁ ଭେଟି କିଭଳି କ୍ଷତିପୂରଣ ପାଇଁ ପାରିବେ ସେନେଇ ସଂପୃକ୍ତ ବିଭାଗୀୟ ଅଧିକାରୀଙ୍କ ସହିତ ଆଲୋଚନା କରି ତୁରନ୍ତ କ୍ଷୟକ୍ଷତିର ଆକଳନ ର ନିର୍ଦ୍ଦେଶ ଦେଇଛନ୍ତି। ବ୍ଲକ ଉପାଧ୍ୟକ୍ଷଙ୍କ ସହିତ ବିଭିନ୍ନ ଯୁବକ ସଂଘର ସଦସ୍ୟ ଓ ଅନେକ ସ୍ବେଚ୍ଛାସେବୀ ଓ ଅନେକ ଜନପ୍ରତିନିଧି ସାମିଲ ହୋଇ ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିଛନ୍ତି। ଖୁବଶୀଘ୍ର କ୍ଷୟକ୍ଷତି ଆକଳନ କରି ବନ୍ୟା ପ୍ରଭାବିତ ପରିବାରଙ୍କୁ କ୍ଷତିପୂରଣ ପ୍ରଦାନ କରାଯିବ ବୋଲି ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାହିଁ ଆମର ସ୍ବାଭିମାନ

ବେଳେ ବେଳେ ମନେହୁଏ, ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ଏତେ ବର୍ଷ ପରେ ଆମେ ଓଡ଼ିଶାର ଅଧିବାସୀ ତଥା ଓଡ଼ିଆ ଭାଷାଭାଷୀମାନେ ସାମଗ୍ରିକ ଭାବରେ ଆମ ରାଜ୍ୟ…

ବଢ଼ୁଛି ସହରୀକରଣ: ୨୧୦୦ ସୁଦ୍ଧା ୩୮% ଲୋକ ବଡ଼ ସହରରେ କରିବେ ବାସ

ନୂଆଦିଲ୍ଲୀ,୧।୭ (ପିଟି):ସମୟର ତାଳେ ତାଳେ ସାରା ବିଶ୍ୱରେ ସହରୀକରଣ ବୃଦ୍ଧି ପାଇବାରେ ଲାଗିଛି। ଆଉ ଏହି ଧାରା ଜାରି ରହିଲେ ୨୧୦୦ ମସିହା ସୁଦ୍ଧା ୩୮% ଲୋକ…

ସାଧାରଣ ଜନତାଙ୍କୁ ବଡ଼ ଆଶ୍ୱସ୍ତି: କମିଲା ଗ୍ୟାସ୍‌ ଦର

ନୂଆଦିଲ୍ଲୀ,୧।୭: ଜୁଲାଇ ମାସ ଆରମ୍ଭରୁ ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି। ମାର୍କେଟିଂ କମ୍ପାନୀଗୁଡ଼ିକ ୧୯ କିଲୋଗ୍ରାମ ବାଣିଜି୍ୟକ ଏଲପିଜି ସିଲିଣ୍ଡରର ମୂଲ୍ୟ ୧୮୩.୫୦ ହ୍ରାସ କରିଛନ୍ତି। ଏହି ନିଷ୍ପତ୍ତି…

ଇଂଲଣ୍ଡ ପହଞ୍ଚୁ ପହଞ୍ଚୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା: ଦିନିକିଆ ସିରିଜରୁ ବାଦ୍‌ ପଡ଼ିବେ ଏହି ଷ୍ଟାର ଖେଳାଳି!

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍ ହରାଇବା ପରେ ଭାରତୀୟ ଦଳ ଏବେ ଇଂଲଣ୍ଡରେ ପହଞ୍ଚି ସାରିଛି। ଜୁଲାଇ ୧ ତାରିଖରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ପୁଣି ମିଳିବନି ସୁଯୋଗ? ଡେବ୍ୟୁକୁ ନେଇ ଏ କ’ଣ କହିଦେଲେ ଅଧିନାୟକ

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍‌ରେ ଆଶ୍ଚର୍ଯ୍ୟଜନକ ପରାଜୟ ପରେ ଭାରତୀୟ ଦଳର ବ୍ୟାଟିଂ ଲାଇନ୍-ଅପ୍‌କୁ ନେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବିଶେଷ କରି ଚମତ୍କାର…

ବରଗଡ଼ ଆସିବେ ଅମିତ୍ ଶାହା: ୨ଜି ଇଥାନଲ ପ୍ଲାଣ୍ଟର କରିବେ ଉଦଘାଟନ, ଗସ୍ତ ପୂର୍ବରୁ ପ୍ରଶାସନ ତତ୍ପର

ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ)- ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ଆସନ୍ତା ଜୁଲାଇ ମାସ ୪ତାରିଖ ବରଗଡ଼ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତରେ ଆସି ସେ ଭଟଲି…

ବିଦ୍ୟୁତ୍ ବିଭାଗର ଚରମ ଅବହେଳା ପ୍ରତିବାଦରେ ଉତ୍ତେଜନା: ସବଷ୍ଟେସନରେ ତାଲା ପକାଇ ଗ୍ରାମବାସୀଙ୍କ ଧାରଣା

ଦିଗପହଣ୍ଡି, ୩୦।୬(ଅଶେଷ ନାଥ ମିଶ୍ର): ବିଦ୍ୟୁତ୍ ବିଭାଗର ଚରମ ଅବହେଳାକୁ ନେଇ ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡା ଗ୍ରାମରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଗତ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତଙ୍କ ଉଦ୍ୟମରେ ମେଗା ରକ୍ତଦାନ ଶିବିର: ୪୦ ୟୁନିଟ୍ ରକ୍ତ ସଂଗ୍ରହ

ଦିଗପହଣ୍ଡି, ୩୦।୬(ଅଶେଷ ନାଥ ମିଶ୍ର): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ବ୍ରହ୍ମପୁର ବଡ଼ ଡାକ୍ତରଖାନା ରକ୍ତ ଭଣ୍ଡାରରେ ଦେଖାଦେଇଥିବା ରକ୍ତ ଅଭାବକୁ ଦୂର କରିବା ପାଇଁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri