ଆଜିଠୁ ପଶ୍ଚିମ ଦ୍ୱାରରେ ଦର୍ଶନ

ପୁରୀ ଅଫିସ,୨୯।୪: ଶ୍ରୀମନ୍ଦିର ପଶ୍ଚିମଦ୍ୱାରରେ ଦର୍ଶନ ବ୍ୟବସ୍ଥା ଶୁକ୍ରବାରଠାରୁ ଆରମ୍ଭ ହେବ। ଶ୍ରଦ୍ଧାଳୁମାନେ ସିଂହଦ୍ୱାର ସମେତ ପଶ୍ଚିମଦ୍ୱାର ଦେଇ ଶ୍ରୀମନ୍ଦିରକୁ ପ୍ରବେଶ କରି ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ। ରଥ ନିର୍ମାଣ ପାଇଁ ସିଂହଦ୍ୱାର ସମ୍ମୁଖରେ କାର୍ଯ୍ୟ ହେବାକୁ ଥିବାରୁ ଗହଳି କମାଇବା ଉଦ୍ଦେଶ୍ୟରେ ଏଭଳି ନିଷ୍ପତ୍ତି ନିଆଯାଇଛି। ସମ୍ପ୍ରତି କେବଳ ପୁରୀ ସହରବାସୀ ପଶ୍ଚିମ ଦ୍ୱାର ଦେଇ ମନ୍ଦିରକୁ ପ୍ରବେଶ କରିବାର ଅନୁମତି ରହିଛି। ତେବେ ଶୁକ୍ରବାରଠାରୁ ଉଭୟ ପୁରୀ ସହରବାସୀ ଏବଂ ଅନ୍ୟ ଶ୍ରଦ୍ଧାଳୁମାନେ ପଶ୍ଚିମଦ୍ୱାର ଦେଇ ପ୍ରବେଶ କରିବେ। ସେହିପରି ଶ୍ରଦ୍ଧାଳୁମାନେ ଉତ୍ତରଦ୍ୱାର ଓ ଦକ୍ଷିଣଦ୍ୱାର ଦେଇ ମନ୍ଦିରରୁ ପ୍ରସ୍ଥାନ କରିବେ। ପଶ୍ଚିମଦ୍ୱାରରେ ଏପର୍ଯ୍ୟନ୍ତ ଭକ୍ତଙ୍କ ଲାଗି ଶେଡ୍‌ ବ୍ୟବସ୍ଥା ହୋଇପାରିନାହିଁ। ସିଂହଦ୍ୱାରରେ ଥିବା ଶେଡ୍‌ ବାହାର କରାଯାଇ ନ ଥିବାରୁ ପଶ୍ଚିମଦ୍ୱାରରେ ଲଗାଯାଇପାରିନାହିଁ। ଶେଡ୍‌ ବାହାର କରାଯାଇ ପଶ୍ଚିମଦ୍ୱାରରେ ଲଗାଯିବ ବୋଲି ଜିଲାପାଳ ସମର୍ଥ ବର୍ମା କହିଛନ୍ତି। ପଶ୍ଚିମଦ୍ୱାରରେ ଭକ୍ତଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ପୂର୍ବରୁ ଥିବା ଛୋଟ ଛାମୁଣ୍ଡିଆ ରହିଥିବା ବେଳେ ମେଟାଲ୍‌ ଡିଟେକ୍ଟର ଓ ସାନିଟାଇଜର ବ୍ୟବସ୍ଥା ହୋଇଛି। ଖରାକୁ ଦେଖି ଶ୍ରଦ୍ଧାଳୁଙ୍କ ପାଇଁ ଉତ୍ତର ଓ ପୂର୍ବଦ୍ୱାରରେ ପାଦଚଲା ମ୍ୟାଟ୍‌ ପକାଯାଇଥିବା ବେଳେ ଏବେ ସବୁ ଦ୍ୱାରରେ ଏଭଳି ବ୍ୟବସ୍ଥା କରାଯିବ। ଫଳରେ ଶ୍ରଦ୍ଧାଳୁଙ୍କ ପ୍ରବେଶ ଓ ପ୍ରସ୍ଥାନ ସମୟରେ ପାଦ ତାତିବ ନାହିଁ। ମାର୍କଣ୍ଡେଶ୍ୱର ସାହି ବାସିନ୍ଦା ପଦ୍ମଲୋଚନ ମିଶ୍ର କହିଛନ୍ତି, ସିଂହଦ୍ୱାର ନିକଟବର୍ତ୍ତୀ ଅଞ୍ଚଳରେ ମାତ୍ରାଧିକ ଗହଳି ହେଉଥିଲା। ପଶ୍ଚିମଦ୍ୱାରରେ ଦର୍ଶନ ସୁଯୋଗ ମିଳିବା ପରେ ଗହଳି କମିବ। ଯାହାଫଳରେ ଯାତାୟାତ ସୁବିଧାଜନକ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri