ଆଜିଠୁ ପଶ୍ଚିମ ଦ୍ୱାରରେ ଦର୍ଶନ

ପୁରୀ ଅଫିସ,୨୯।୪: ଶ୍ରୀମନ୍ଦିର ପଶ୍ଚିମଦ୍ୱାରରେ ଦର୍ଶନ ବ୍ୟବସ୍ଥା ଶୁକ୍ରବାରଠାରୁ ଆରମ୍ଭ ହେବ। ଶ୍ରଦ୍ଧାଳୁମାନେ ସିଂହଦ୍ୱାର ସମେତ ପଶ୍ଚିମଦ୍ୱାର ଦେଇ ଶ୍ରୀମନ୍ଦିରକୁ ପ୍ରବେଶ କରି ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ। ରଥ ନିର୍ମାଣ ପାଇଁ ସିଂହଦ୍ୱାର ସମ୍ମୁଖରେ କାର୍ଯ୍ୟ ହେବାକୁ ଥିବାରୁ ଗହଳି କମାଇବା ଉଦ୍ଦେଶ୍ୟରେ ଏଭଳି ନିଷ୍ପତ୍ତି ନିଆଯାଇଛି। ସମ୍ପ୍ରତି କେବଳ ପୁରୀ ସହରବାସୀ ପଶ୍ଚିମ ଦ୍ୱାର ଦେଇ ମନ୍ଦିରକୁ ପ୍ରବେଶ କରିବାର ଅନୁମତି ରହିଛି। ତେବେ ଶୁକ୍ରବାରଠାରୁ ଉଭୟ ପୁରୀ ସହରବାସୀ ଏବଂ ଅନ୍ୟ ଶ୍ରଦ୍ଧାଳୁମାନେ ପଶ୍ଚିମଦ୍ୱାର ଦେଇ ପ୍ରବେଶ କରିବେ। ସେହିପରି ଶ୍ରଦ୍ଧାଳୁମାନେ ଉତ୍ତରଦ୍ୱାର ଓ ଦକ୍ଷିଣଦ୍ୱାର ଦେଇ ମନ୍ଦିରରୁ ପ୍ରସ୍ଥାନ କରିବେ। ପଶ୍ଚିମଦ୍ୱାରରେ ଏପର୍ଯ୍ୟନ୍ତ ଭକ୍ତଙ୍କ ଲାଗି ଶେଡ୍‌ ବ୍ୟବସ୍ଥା ହୋଇପାରିନାହିଁ। ସିଂହଦ୍ୱାରରେ ଥିବା ଶେଡ୍‌ ବାହାର କରାଯାଇ ନ ଥିବାରୁ ପଶ୍ଚିମଦ୍ୱାରରେ ଲଗାଯାଇପାରିନାହିଁ। ଶେଡ୍‌ ବାହାର କରାଯାଇ ପଶ୍ଚିମଦ୍ୱାରରେ ଲଗାଯିବ ବୋଲି ଜିଲାପାଳ ସମର୍ଥ ବର୍ମା କହିଛନ୍ତି। ପଶ୍ଚିମଦ୍ୱାରରେ ଭକ୍ତଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ପୂର୍ବରୁ ଥିବା ଛୋଟ ଛାମୁଣ୍ଡିଆ ରହିଥିବା ବେଳେ ମେଟାଲ୍‌ ଡିଟେକ୍ଟର ଓ ସାନିଟାଇଜର ବ୍ୟବସ୍ଥା ହୋଇଛି। ଖରାକୁ ଦେଖି ଶ୍ରଦ୍ଧାଳୁଙ୍କ ପାଇଁ ଉତ୍ତର ଓ ପୂର୍ବଦ୍ୱାରରେ ପାଦଚଲା ମ୍ୟାଟ୍‌ ପକାଯାଇଥିବା ବେଳେ ଏବେ ସବୁ ଦ୍ୱାରରେ ଏଭଳି ବ୍ୟବସ୍ଥା କରାଯିବ। ଫଳରେ ଶ୍ରଦ୍ଧାଳୁଙ୍କ ପ୍ରବେଶ ଓ ପ୍ରସ୍ଥାନ ସମୟରେ ପାଦ ତାତିବ ନାହିଁ। ମାର୍କଣ୍ଡେଶ୍ୱର ସାହି ବାସିନ୍ଦା ପଦ୍ମଲୋଚନ ମିଶ୍ର କହିଛନ୍ତି, ସିଂହଦ୍ୱାର ନିକଟବର୍ତ୍ତୀ ଅଞ୍ଚଳରେ ମାତ୍ରାଧିକ ଗହଳି ହେଉଥିଲା। ପଶ୍ଚିମଦ୍ୱାରରେ ଦର୍ଶନ ସୁଯୋଗ ମିଳିବା ପରେ ଗହଳି କମିବ। ଯାହାଫଳରେ ଯାତାୟାତ ସୁବିଧାଜନକ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ କିରାଣି

ବୌଦ୍ଧ,୧୯ା୪(ଅଜିତ ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣି ରବୀନ୍ଦ୍ର ନାଥ ପାଢ଼ୀ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ବୌଦ୍ଧ...

ପୋଲିସ ଅଧିକାରୀଙ୍କୁ ଭର୍ତ୍ତୃହରିଙ୍କ ଦୁର୍ବ୍ୟବହାର ମାମଲା: କୋର୍ଟରେ ହାଜର ହେଲେ ଅମିତାଭ

କଟକ,୧୯।୪(କାର୍ତ୍ତିକ ସାହୁ): କଟକ ଏମ୍‌ପି ଭର୍ତ୍ତୃହରି ମହତାବ ପୋଲିସ ଅଧିକାରୀଙ୍କୁ ଦୁର୍ବ୍ୟବହାର କରିବା ମାମଲା ପୁଣି ଉଠିଛି। କଟକ ଜେଏମ୍‌ଏଫ୍‌ସି ଅଦାଲତରେ ଶୁକ୍ରବାର ସାକ୍ଷ୍ୟ ଗ୍ରହଣ...

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଧଳାବାଘ ‘ସ୍ନେହା’ ମୃତ

ଭୁବନେଶ୍ୱର,୧୯।୪: ଶୁକ୍ରବାର ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଚିକିତ୍ସିତ ହେଉଥିବାବେଳେ ଧଳାବାଘ ‘ସ୍ନେହା’ର ମୃତ୍ୟୁ ଘଟିଛି। ବୃଦ୍ଧାବସ୍ଥା ଏବଂ ଗ୍ରୀଷ୍ମ ପ୍ରବାହ କାରଣରୁ ଗତକାଲି ଅସୁସ୍ଥ ହେବା...

୨ଦିନ ପରେ ହ୍ରାସ ପାଇବ ତାପମାତ୍ରା

ଭୁବନେଶ୍ୱର,୧୯।୪: ଆଗାମୀ ୨ଦିନ ତାପମାତ୍ରାରେ କୌଣସି ପ୍ରକାର ପରିବର୍ତ୍ତନ ହେବ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ସୂଚନା ଦିଆଯାଇଛି। ଅର୍ଥାତ ୨ ଦିନ...

ନାମାଙ୍କନପତ୍ର ଦାଖଲ କଲେ କୋରାପୁଟ କଂଗ୍ରେସ ଏମ୍‌ପି ପ୍ରାର୍ଥୀ

କୋରାପୁଟ,୧୯ା୪(ଅମିତାଭ ବେହେରା): ଶୁକ୍ରବାର ମଧ୍ୟାହ୍ନରେ କୋରାପୁଟ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ନିକଟରେ କଂଗ୍ରେସର କୋରାପୁଟ ଏମ୍‌ପି ପ୍ରାର୍ଥୀ ସପ୍ତଗିରି ଶଙ୍କର ଉଲାକା ନାମାଙ୍କନପତ୍ର ଦାଖଲ...

ବାଇକ୍‌ଆରୋହୀଙ୍କଠାରୁ ଲକ୍ଷାଧିକ ଟଙ୍କା ଜବତ, ନିର୍ବାଚନ ସମୟରେ ଏତେ ଟଙ୍କା କେଉଁଠୁ ଆସିଲା ଚାଲିଛି ତନାଘନା

ଝାରବନ୍ଧ,୧୯ା୪(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ପୋଲିସ ଗୁରୁବାର ରାତିରେ ଡଭାଛକଠାରେ ଚେକିଂ କରୁଥିବା ସମୟରେ ୨ ବାଇକ୍‌ଆରୋହୀଙ୍କଠାରୁ ୬ଲକ୍ଷ ୫୨ହଜାର ୮୦୦ ଟଙ୍କା...

ବିପଜ୍ଜନକ ସ୍ତରରେ ହିଟ୍‌ଓ୍ବେଭ୍‌, ଚିନ୍ତା ବଢ଼ାଇଲା ଆଇଏମଡି ରିପୋର୍ଟ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ସକାଳ ସାଢ଼େ ୮ଟାରେ ୬୪% ଆର୍ଦ୍ରତା...

୨୧ରୁ ତାତିରେ ଲାଗିବ ବ୍ରେକ୍‌, ଏହି ସବୁ ଜିଲାରେ ବର୍ଷିବ

ଭୁବନେଶ୍ୱର,୧୯।୪: ତାତିରୁ ମିଳିବ ଆଶ୍ୱସ୍ତି। ୨୧ ଓ ୨୨ ତାରିଖ ବେଳକୁ ଖରାର ପ୍ରକୋପ ସାମାନ୍ୟ ହ୍ରାସ ପାଇବା ସହ ରାଜ୍ୟରେ କିଛି ସ୍ଥାନରେ ବର୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri