ଜିଲାବାସୀଙ୍କୁ ଦର୍ଶନ ଅନୁମତ

ଢେଙ୍କାନାଳ ଅଫିସ, ୨୫।୨ ଦୀର୍ଘ ଦୁଇବର୍ଷ ପରେ କପିଳାସ କ୍ଷେତ୍ରାଧିପତି ଶ୍ରୀ ଚନ୍ଦ୍ରଶେଖର ମହାଦେବଙ୍କ ପ୍ରସିଦ୍ଧ ଜାଗରଯାତ୍ରା ଦେଖିବାର ସୌଭାଗ୍ୟ ଲାଭ କରିବେ ଢେଙ୍କାନାଳ ଜିଲାବାସୀ। କରୋନା ନିୟନ୍ତ୍ରଣରେ ଥିବାରୁ ଏଥିଲାଗି ପ୍ରଶାସନ ପକ୍ଷରୁ ଅନୁମତି ମିଳିଛି। ହେଲେ ସଂକ୍ରମଣ ଏଡ଼ାଇବାକୁ ଜିଲା ବାହାରର ଶ୍ରଦ୍ଧାଳୁଙ୍କୁ ଯାତ୍ରାରେ ସାମିଲ ହେବାକୁ ବାରଣ କରାଯାଇଛି।
କପିଳାସ ପୀଠରେ ଆସନ୍ତା ମାର୍ଚ୍ଚ ୧ରେ ପ୍ରସିଦ୍ଧ ମହାଶିବରାତ୍ରି ଉପଲକ୍ଷେ ଜାଗରଯାତ୍ରା ଅନୁଷ୍ଠିତ ହେବ। ଚଳିତବର୍ଷ ଜିଲାବାସୀଙ୍କୁ ଅନୁମତି ଦିଆଯାଇଥିବାରୁ ଗହଳି ବଢ଼ିବା ସମ୍ଭାବନା ରହିଛି। ଯାତ୍ରାକୁ ବିନା ବିଭ୍ରାଟରେ ପରିଚାଳନା କରିବା ଲାଗି ଗୁରୁବାର କପିଳାସ ପ୍ରାଣୀଉଦ୍ୟାନ ପରିସରରେ ଥିବା ବନ ବିଭାଗ ଡାକବଙ୍ଗଳାରେ ଜିଲାପାଳ ସରୋଜ କୁମାର ସେଠୀଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ନିର୍ଦ୍ଧାରିତ ସମୟ ନିର୍ଘଣ୍ଟ ଅନୁଯାୟୀ ରାତି ୩ଟା ୫୫ରେ ବେଢ଼ାପୂଜା, ବେଢା ପରିକ୍ରମା ଏବଂ ପ୍ରାତଃ ୪ଟା ୨୦ ମଧ୍ୟରେ ମନ୍ଦିର ଚୂଡ଼ାକୁ ମହାଦୀପ ଉଠିବ। ସମସ୍ତ କାର୍ଯ୍ୟ କୋଭିଡ୍‌ ମାର୍ଗଦର୍ଶିକା ଅନୁଯାୟୀ କରାଯିବ। ଜିଲାର ଶ୍ରଦ୍ଧାଳୁଙ୍କୁ ପୀଠରେ ସମାଗମ ଲାଗି ସବୁଜ ସଙ୍କେତ ମିଳିଥିଲେ ମଧ୍ୟ ଆଧାରକାର୍ଡ ଆଣିବା ବାଧ୍ୟତାମୂଳକ କରାଯାଇଛି। ସରକାରୀ କାର୍ଯ୍ୟ ଏବଂ ଯାତ୍ରାରେ ନିୟୋଜିତ ଯାନବାହନ ବ୍ୟତୀତ ବିନା ଅନୁମତିରେ କୌଣସି ଗାଡ଼ିମୋଟର ପୀଠ ପରିସରକୁ ଯାଇପାରିବ ନାହିଁ। ଶ୍ରଦ୍ଧାଳୁଙ୍କ ଯାତାୟାତ ସୁବିଧା ଲାଗି ଉଭୟ ବାରବାଙ୍କ ଏବଂ ପାହାଚ ରାସ୍ତାରେ ଉଜ୍ଜ୍ୱଳ ଆଲୋକ ବ୍ୟବସ୍ଥା କରାଯିବ। ପୀଠରେ ପରିମଳ ପରିଚାଳନା ସାଙ୍ଗକୁ ସଫାସୁତରା ରଖିବାକୁ ପ୍ଲାଷ୍ଟିକ ଓ ପଲିଥିନ ବ୍ୟବହାର ସମ୍ପୂର୍ଣ୍ଣ ନିଷେଧ କରାଯାଇଛି। ଗହଳି ସମୟରେ ମନ୍ଦିରକୁ ନିୟମିତ ବିଶୋଧନ କରାଯିବ। ଆଶୁ ଚିକିତ୍ସା ଲାଗି ପୀଠ ପାଦଦେଶ ଏବଂ ମନ୍ଦିର ପରିସରରେ ଅସ୍ଥାୟୀ ଚିକିତ୍ସା କେନ୍ଦ୍ର ଖୋଲିବ। ୩ଟି ଟ୍ୟାଙ୍କରରେ ନିରବଚ୍ଛିନ୍ନ ପାନୀୟ ଜଳ ଯୋଗାଣ ହେବ। କଲେଜ ଛାତ୍ରୀଛାତ୍ରମାନେ ଶ୍ରଦ୍ଧାଳୁଙ୍କୁ ସହାୟତା ଯୋଗାଇଦେବାକୁ ସ୍ବେଚ୍ଛାସେବୀ ଭାବେ ନିୟୋଜିତ ହେବେ। ଜାଗର ଯାତ୍ରା ସମୟରେ ଯାନବାହନ ନିୟନ୍ତ୍ରଣ, ପାର୍କିଂ ବ୍ୟବସ୍ଥା, ଶାନ୍ତିଶୃଙ୍ଖଳା ରକ୍ଷା ଲାଗି ଆବଶ୍ୟକ ପୋଲିସ ମୁତୟନ କରାଯିବ ବୋଲି ଏସ୍‌ପି ଏଲ୍‌. ଦିବ୍ୟା ଭି. ସୂଚନା ଦେଇଛନ୍ତି।
ବୈଠକରେ ଜିଲା ବନଖଣ୍ଡ ଅଧିକାରୀ ଡା. ପ୍ରକାଶଚାନ୍ଦ ଗୋଗିନେନି, ପିଡି ଡିଆରଡିଏ ସାଫଲ୍ୟ ମଣ୍ଡିତ ପ୍ରଧାନ, ଜିଲା ଦେବୋତ୍ତର ଅଧିକାରୀ ତଥା ଢେଙ୍କାନାଳ ଉପଜିଲାପାଳ ସ୍ନିଗ୍ଧାରାଣୀ ଧଳ, ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ଅଶୋକ କୁମାର ଦାଶ, ସଦର ଏସ୍‌ଡିପିଓ ବିକାଶ ବେଉରା, ଗଁଦିଆ ବିଡିଓ ଆଶିଷ ରଞ୍ଜନ ସାହୁ, ମନ୍ଦିର ସେବାୟତ ନିରଞ୍ଜନ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶୁଣାଣି ଚାଲିଥିବା ବେଳେ କୋର୍ଟ ଛାତରୁ ଡେଇଁ ପଡ଼ିଲେ ଅଭିଯୁକ୍ତ

ଝାରସୁଗୁଡ଼ା,୧୬।୪: ଝାରସୁଗୁଡ଼ା ଜିଲା ଦୌରାଜଜଙ୍କ ଅଦାଲତର ଦ୍ୱିତୀୟ ମହଲାରୁ ମଙ୍ଗଳବାର ଜଣେ ଅଭିଯୁକ୍ତ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଅଭିଯୁକ୍ତ ଜଣକ ହେଲେ ବେଲପାହାଡ଼ ଥାନା...

ଭିଡିଓ କଲ୍‌ରେ ଲୋକଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ, ନେଲେ ଏସବୁର ଅପ୍‌ଡେଟ୍‌…

ଭୁବନେଶ୍ବର,୧୬।୪ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭଏସ୍‌ କଲ୍‌ ପରେ ଏବେ ଭିଡିଓ କଲ୍‌ ଯୋଗେ ଲୋକଙ୍କ ସହ କଥା ହୋଇଛନ୍ତି। ମଙ୍ଗଳବାର ସେ ଭିଡିଓ...

ଦଳରେ ଅଣଦେଖା! ବିଶେଶ୍ୱର ଟୁଡୁଙ୍କୁ ଟିକେଟ ଦେଇନି ଭାଜପା

ଭୁବନେଶ୍ବର,୧୬।୪: ରାଜ୍ୟରେ ଆଉ ୨୧ ବିଧାନସଭା ଆସନ ଲାଗି ଭାଜପା ପକ୍ଷରୁ ମଙ୍ଗଳବାର ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏଥିରେ ଦଳ ରାଉରକେଲାରୁ ବରିଷ୍ଠ ନେତା...

ଦ୍ୱିତୀୟ ସ୍ଥାନରେ ଓଡ଼ିଆ ପୁଅ ଅନିମେଶ ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର,୧୬।୪: ୟୁପିଏସସି ସିଭିଲ୍‌ ସର୍ଭିସେସ୍‌ର ପରୀକ୍ଷାଫଳ ମଙ୍ଗଳବାର ପ୍ରକାଶ ପାଇଛି। ୨୦୨୩ ଆଇଏଏସ୍‌ ଫଳାଫଳ ଅନୁଯାୟୀ ଆଦିତ୍ୟ ଶ୍ରୀବାସ୍ତବ ଟପ୍ପର ହୋଇଛନ୍ତି । ଦ୍ୱିତୀୟ ସ୍ଥାନରେ...

ଦଳରେ ମିଶୁମିଶୁ ମିଳିଗଲା ଟିକେଟ

ଭୁବନେଶ୍ୱର,୧୨।୪: ଭାଜପା ମଙ୍ଗଳବାର ୨୧ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ କୋରାପୁଟ ଜିଲା ଲକ୍ଷ୍ମୀପୁର ନିର୍ବାଚନ ମଣ୍ଡଳୀ ପାଇଁ ପୂର୍ବତନ ବିଧାୟକ କୈଳାଶ...

ଏଥର ବି ଝୁଲି ରହିଲା କଟକର ୨ ଆସନ

ଭୁବନେଶ୍ୱର,୧୬।୪: ଓଡ଼ିଶାରେ ହେବାକୁ ଥିବା ଆଗାମୀ ବିଧାନସଭା ନିର୍ବାଚନ ପାଇଁ ଦ୍ବିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି ଭାରତୀୟ ଜନତା ପାର୍ଟି (ଭାଜପା)। ଏଥର...

ଭାଜପା ପ୍ରାର୍ଥୀ ତାଲିକାରେ ଆଉ ୨୧ ଜଣଙ୍କ ନାଁ: ୨ଟି ସ୍ଥାନରେ ବଦଳିଲେ ପ୍ରାର୍ଥୀ

ଭୁବନେଶ୍ୱର,୧୬।୪: ମଙ୍ଗଳବାର ଭାଜପା ଆଉ ୨୧ ବିଧାନସଭା ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଏଥିରେ ୨ ବିଧାନସଭା ପ୍ରାର୍ଥୀଙ୍କୁ ଭାଜପା ବଦଳାଇଛି। ରଣପୁର ଏବଂ ପଟାଙ୍ଗୀ...

ଭାଜପା ପ୍ରାର୍ଥୀ ତାଲିକା: ରାଉଲକେଲାରୁ ଲଢିବେ ଦିଲ୍ଲୀପ ରାୟ

କରିଛି। ରାଉଲକେଲାରୁ ଭାଜପା ଦିଲ୍ଲୀପ ରାୟଙ୍କୁ ଟିକେଟ୍‌ ଦେଇଛି। ଦିଲ୍ଲୀପ ରାୟ ଭାଜପାରୁ ପ୍ରାର୍ଥୀ ହୋଇଥିବା ବେଳେ ବିଜେଡି ସାରଦା ପ୍ରସାଦ ନାୟକଙ୍କୁ ଟିକେଟ୍‌ ଦେଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri