ଜିଲାବାସୀଙ୍କୁ ଦର୍ଶନ ଅନୁମତ

ଢେଙ୍କାନାଳ ଅଫିସ, ୨୫।୨ ଦୀର୍ଘ ଦୁଇବର୍ଷ ପରେ କପିଳାସ କ୍ଷେତ୍ରାଧିପତି ଶ୍ରୀ ଚନ୍ଦ୍ରଶେଖର ମହାଦେବଙ୍କ ପ୍ରସିଦ୍ଧ ଜାଗରଯାତ୍ରା ଦେଖିବାର ସୌଭାଗ୍ୟ ଲାଭ କରିବେ ଢେଙ୍କାନାଳ ଜିଲାବାସୀ। କରୋନା ନିୟନ୍ତ୍ରଣରେ ଥିବାରୁ ଏଥିଲାଗି ପ୍ରଶାସନ ପକ୍ଷରୁ ଅନୁମତି ମିଳିଛି। ହେଲେ ସଂକ୍ରମଣ ଏଡ଼ାଇବାକୁ ଜିଲା ବାହାରର ଶ୍ରଦ୍ଧାଳୁଙ୍କୁ ଯାତ୍ରାରେ ସାମିଲ ହେବାକୁ ବାରଣ କରାଯାଇଛି।
କପିଳାସ ପୀଠରେ ଆସନ୍ତା ମାର୍ଚ୍ଚ ୧ରେ ପ୍ରସିଦ୍ଧ ମହାଶିବରାତ୍ରି ଉପଲକ୍ଷେ ଜାଗରଯାତ୍ରା ଅନୁଷ୍ଠିତ ହେବ। ଚଳିତବର୍ଷ ଜିଲାବାସୀଙ୍କୁ ଅନୁମତି ଦିଆଯାଇଥିବାରୁ ଗହଳି ବଢ଼ିବା ସମ୍ଭାବନା ରହିଛି। ଯାତ୍ରାକୁ ବିନା ବିଭ୍ରାଟରେ ପରିଚାଳନା କରିବା ଲାଗି ଗୁରୁବାର କପିଳାସ ପ୍ରାଣୀଉଦ୍ୟାନ ପରିସରରେ ଥିବା ବନ ବିଭାଗ ଡାକବଙ୍ଗଳାରେ ଜିଲାପାଳ ସରୋଜ କୁମାର ସେଠୀଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ନିର୍ଦ୍ଧାରିତ ସମୟ ନିର୍ଘଣ୍ଟ ଅନୁଯାୟୀ ରାତି ୩ଟା ୫୫ରେ ବେଢ଼ାପୂଜା, ବେଢା ପରିକ୍ରମା ଏବଂ ପ୍ରାତଃ ୪ଟା ୨୦ ମଧ୍ୟରେ ମନ୍ଦିର ଚୂଡ଼ାକୁ ମହାଦୀପ ଉଠିବ। ସମସ୍ତ କାର୍ଯ୍ୟ କୋଭିଡ୍‌ ମାର୍ଗଦର୍ଶିକା ଅନୁଯାୟୀ କରାଯିବ। ଜିଲାର ଶ୍ରଦ୍ଧାଳୁଙ୍କୁ ପୀଠରେ ସମାଗମ ଲାଗି ସବୁଜ ସଙ୍କେତ ମିଳିଥିଲେ ମଧ୍ୟ ଆଧାରକାର୍ଡ ଆଣିବା ବାଧ୍ୟତାମୂଳକ କରାଯାଇଛି। ସରକାରୀ କାର୍ଯ୍ୟ ଏବଂ ଯାତ୍ରାରେ ନିୟୋଜିତ ଯାନବାହନ ବ୍ୟତୀତ ବିନା ଅନୁମତିରେ କୌଣସି ଗାଡ଼ିମୋଟର ପୀଠ ପରିସରକୁ ଯାଇପାରିବ ନାହିଁ। ଶ୍ରଦ୍ଧାଳୁଙ୍କ ଯାତାୟାତ ସୁବିଧା ଲାଗି ଉଭୟ ବାରବାଙ୍କ ଏବଂ ପାହାଚ ରାସ୍ତାରେ ଉଜ୍ଜ୍ୱଳ ଆଲୋକ ବ୍ୟବସ୍ଥା କରାଯିବ। ପୀଠରେ ପରିମଳ ପରିଚାଳନା ସାଙ୍ଗକୁ ସଫାସୁତରା ରଖିବାକୁ ପ୍ଲାଷ୍ଟିକ ଓ ପଲିଥିନ ବ୍ୟବହାର ସମ୍ପୂର୍ଣ୍ଣ ନିଷେଧ କରାଯାଇଛି। ଗହଳି ସମୟରେ ମନ୍ଦିରକୁ ନିୟମିତ ବିଶୋଧନ କରାଯିବ। ଆଶୁ ଚିକିତ୍ସା ଲାଗି ପୀଠ ପାଦଦେଶ ଏବଂ ମନ୍ଦିର ପରିସରରେ ଅସ୍ଥାୟୀ ଚିକିତ୍ସା କେନ୍ଦ୍ର ଖୋଲିବ। ୩ଟି ଟ୍ୟାଙ୍କରରେ ନିରବଚ୍ଛିନ୍ନ ପାନୀୟ ଜଳ ଯୋଗାଣ ହେବ। କଲେଜ ଛାତ୍ରୀଛାତ୍ରମାନେ ଶ୍ରଦ୍ଧାଳୁଙ୍କୁ ସହାୟତା ଯୋଗାଇଦେବାକୁ ସ୍ବେଚ୍ଛାସେବୀ ଭାବେ ନିୟୋଜିତ ହେବେ। ଜାଗର ଯାତ୍ରା ସମୟରେ ଯାନବାହନ ନିୟନ୍ତ୍ରଣ, ପାର୍କିଂ ବ୍ୟବସ୍ଥା, ଶାନ୍ତିଶୃଙ୍ଖଳା ରକ୍ଷା ଲାଗି ଆବଶ୍ୟକ ପୋଲିସ ମୁତୟନ କରାଯିବ ବୋଲି ଏସ୍‌ପି ଏଲ୍‌. ଦିବ୍ୟା ଭି. ସୂଚନା ଦେଇଛନ୍ତି।
ବୈଠକରେ ଜିଲା ବନଖଣ୍ଡ ଅଧିକାରୀ ଡା. ପ୍ରକାଶଚାନ୍ଦ ଗୋଗିନେନି, ପିଡି ଡିଆରଡିଏ ସାଫଲ୍ୟ ମଣ୍ଡିତ ପ୍ରଧାନ, ଜିଲା ଦେବୋତ୍ତର ଅଧିକାରୀ ତଥା ଢେଙ୍କାନାଳ ଉପଜିଲାପାଳ ସ୍ନିଗ୍ଧାରାଣୀ ଧଳ, ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ଅଶୋକ କୁମାର ଦାଶ, ସଦର ଏସ୍‌ଡିପିଓ ବିକାଶ ବେଉରା, ଗଁଦିଆ ବିଡିଓ ଆଶିଷ ରଞ୍ଜନ ସାହୁ, ମନ୍ଦିର ସେବାୟତ ନିରଞ୍ଜନ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…

ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବାବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି।…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହଣାକଟା: ୫ ଆହତ, ଦମ୍ପତି ଗୁରୁତର

ଦିଗପହଣ୍ଡି,୪ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ରବିବାର ସକାଳେ ଦୁଇ…

୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ

ଟେନ୍‌ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା…

ଟିପିସିଓଡିଏଲ ଆଉଟସୋର୍ସିଂ ଷ୍ଟାଫ୍‌ଙ୍କ ଛଟେଇ ପ୍ରତିବାଦରେ କାର୍ଯ୍ୟବନ୍ଦ ଆନ୍ଦୋଳନ: ଅନ୍ତର୍ଘାତୀ କାର୍ଯ୍ୟକଳାପ ବୃଦ୍ଧି ଅଭିଯୋଗ

କଟକ ସଦର, ୪/୧୦ (ସୁଶାନ୍ତ କୁମାର ଜେନା): ଟିପିସିଓଡିଏଲ କର୍ତ୍ତୃପକ୍ଷ କର୍ମଚାରୀ ଛଟେଇ ଆରମ୍ଭ କରିଥିବା ଅଭିଯୋଗ କରି ଆଉଟସୋର୍ସିଂ କର୍ମଚାରୀମାନେ ପ୍ରତିବାଦ ଆରମ୍ଭ କରିଛନ୍ତି। ଏହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?