ଦୁର୍ଘଟଣାରୁ ବର୍ତ୍ତିଲା ଭିସ୍ତାରା ବିମାନ

ଭୁବନେଶ୍ୱର,୨୮।୧୦(ବ୍ୟୁରୋ): ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ବୁଧବାର ଏକ ବିମାନ ଦୁର୍ଘଟଣାରୁ ବର୍ତ୍ତି ଯାଇଛି। ଆମ୍‌ ଆଦ୍‌ମୀ ପାର୍ଟି(ଏଏପି)ର ରାଜ୍ୟ ସଭା ସଦସ୍ୟ ସଞ୍ଜୟ ସିଂ ଏ ସମ୍ପର୍କରେ ଟୁଇଟ କରି ଜଣାଇଛନ୍ତି। ସେ ଏଥିରେ ଉଲ୍ଲେଖ କରିଛନ୍ତି ଯେ, ଭିସ୍ତାରା ୟୁକେ-୭୮୫ ବିମାନ ବୁଧବାର ସକାଳ ୭ଟାରେ ଦିଲ୍ଲୀରୁ ବାହାରି ଭୁବନେଶ୍ୱରରେ ପ୍ରାୟ ୯ଟାରେ ପହଞ୍ଚତ୍ଥିଲା। ଏଥିରେ ୧୫୭ଜଣ ଯାତ୍ରୀ ଥିଲେ। ତେବେ ବିମାନ ଅବତରଣ କରିବା ସମୟରେ ଯାତ୍ରୀମାନେ ଥରି ଉଠିଥିଲେ ଏବଂ ଏହା ଏକ ଦୁର୍ଘଟଣାକୁ ଏଡ଼ାଇ ଦେଇଛି। ଦୟାକରି ସମ୍ପୃକ୍ତ ପାଇଲଟଙ୍କ ଦ୍ୱାରା ଅନ୍ୟ କିଛି କାମ କରାନ୍ତୁ, ନଚେତ୍‌ କିଛି ବଡ଼ ଦୁର୍ଘଟଣା ବି ଘଟିପାରେ। ଏନେଇ ଭିସ୍ତାରା ସଂସ୍ଥା ଏବଂ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଏଥିପ୍ରତି ଧ୍ୟାନ ଦେବା ପାଇଁ ଟୁଇଟ୍‌ରେ ସଞ୍ଜୟ ଉଲ୍ଲେଖ କରିଛନ୍ତି। ସଞ୍ଜୟଙ୍କ ଟୁଇଟ୍‌ରେ ସିନ୍ଧିଆ ପ୍ରତିକ୍ରିୟା ରଖି କହିଛନ୍ତି, ଘଟଣାକୁ ଆମ ଦୃଷ୍ଟିକୁ ଆଣିଥିବାରୁ ଧନ୍ୟବାଦ। ଏହି ଘଟଣାର ଅନୁସନ୍ଧାନ କରାଯାଇ ଉପଯୁକ୍ତ ପଦକ୍ଷେପ ଗ୍ରହଣ କରିବୁ। ଅପରପକ୍ଷରେ ରାଜ୍ୟ ସଭା ସଦସ୍ୟ ସଞ୍ଜୟଙ୍କ ଏଭଳି ଟୁଇଟକୁ ଭୁବନେଶ୍ୱର ବିମାନବନ୍ଦର କର୍ତ୍ତୃପକ୍ଷ ଖଣ୍ଡନ କରିଛନ୍ତି। ଏ ନେଇ ବିମାନବନ୍ଦର ନିର୍ଦ୍ଦେଶକ ପ୍ରଭାତ ରଞ୍ଜନ ବେଉରିଆ କହିଛନ୍ତି, ଆମର ଏୟାର ଟ୍ରାଫିକ କଣ୍ଟ୍ରୋଲ(ଏଟିସି)ରେ ଏଭଳି କୌଣସି ରିପୋର୍ଟ ନାହିଁ। ସାଂସଦଙ୍କ ଅଭିଯୋଗ ଶୁଣିବା ପରେ ଆମେ ସଙ୍ଗେ ସଙ୍ଗେ ଏହାର ତଦନ୍ତ କରିଥିଲୁ। ବିମାନରେ ଯାହାବି କିଛି ଅସୁବିଧା ହେବ, ଏଟିସିକୁ ତୁରନ୍ତ ରିପୋର୍ଟ ଆସିବ। ତେଣୁ ଆମେ ଏଟିସି ସହ ଯୋଗାଯୋଗ କରିଥିଲୁ। ହେଲେ ପାଇଲଟଙ୍କ ପାଖରୁ ଏଭଳି କିଛି ଦୁର୍ଘଟଣାର କୌଣସି ରିପୋର୍ଟ ଏଟିସିକୁ ଆସି ନାହିଁ ବୋଲି ବେଉରିଆ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନର ଚେତାବନୀ ମଧ୍ୟରେ ନେତାନ୍ୟାହୁଙ୍କ ବଡ଼ ଘୋଷଣା, ଆକ୍ସନରେ ଇସ୍ରାଏଲ

ତେହରାନ,୯।୪: ଇରାନ ସହିତ ଚାଲିଥିବା ଉତ୍ତେଜନା ଏବଂ ଯୁଦ୍ଧବିରତି ପାଇଁ ପ୍ରୟାସ ମଧ୍ୟରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ସ୍ପଷ୍ଟ କରିଛନ୍ତି ଯେ ହିଜବୋଲା ବିରୁଦ୍ଧରେ ସାମରିକ…

ଅଗ୍ନିବୀର ନିଯୁକ୍ତି: ଲିଖିତ ପରୀକ୍ଷା ପାଇଁ ଭାରତୀୟ ସେନା ଜାରି କଲା ସାମ୍ପଲ ପେପର, ମାଗଣାରେ ଏମିତି କରନ୍ତୁ ଡାଉନଲୋଡ୍‌

ନୂଆଦିଲ୍ଲୀ,୯।୪: ଭାରତୀୟ ସେନାରେ ଅଗ୍ନିବୀର ହେବା ପାଇଁ ପ୍ରସ୍ତୁତ ହେଉଥିବା ଯୁବକମାନଙ୍କ ପାଇଁ ଏକ ବଡ଼ ଖବର। ସେନା ପକ୍ଷରୁ ଲିଖିତ ପରୀକ୍ଷା ପାଇଁ ‘ଫ୍ରି ସାମ୍ପଲ ପେପର…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ହର୍ମୁଜକୁ ନେଇ ବଡ଼ ସର୍ତ୍ତ ରଖିଲାଣି ଇରାନ, ଗୋଟିଏ ଦିନରେ ମାତ୍ର ଏତିକି ଜାହାଜକୁ ମିଳିବ ଅନୁମତି

ତେହରାନ୍‌,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ମଧ୍ୟରେ, ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୁଷିଆର ସରକାରୀ ଖବର…

ଇରାନ-ଆମେରିକା ଯୁଦ୍ଧବିରତି ଭାରତ ପାଇଁ ପାଲଟିଲା ସଞ୍ଜିବନୀ, ସିଧାସଳଖ ମିଳିବ ଲାଭ

ନୂଆଦିଲ୍ଲୀ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ୧୪ ଦିନିଆ ଅସ୍ତ୍ରବିରତିରୁ ଭାରତକୁ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିବ। ପଶ୍ଚିମ ଏସିଆରେ ଉତ୍ତେଜନା ହ୍ରାସ ପାଇବା ସହିତ, ଭାରତର ଶକ୍ତି…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

‘ଅସ୍ତ୍ରବିରତି ଭୁଲ’: ପାକିସ୍ତାନରେ ଆମେରିକା ସହିତ ଆଲୋଚନା ପୂର୍ବରୁ ଇରାନ ‘ୟୁରାନିୟମ ଏନରିଚମେଣ୍ଟ’ ଉପରେ ଟାଣିଲା ରେଡଲାଇନ!

ତେହରାନ,୯।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧରେ ଯୁଦ୍ଧବିରତି ପରେ, ଇରାନର ପରମାଣୁ ସଂସ୍ଥା ମୁଖ୍ୟ ମହମ୍ମଦ ଇସଲାମି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି।…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri