ଗୃହ ବିଭାଗ ଯୁଗ୍ମ ସଚିବଙ୍କ ପୁଅ ବୋଲି ଅନୁକମ୍ପା: ଜୟନାରାୟଣ

ସମ୍ବଲପୁର, ୪।୩(ବ୍ୟୁରୋ): ଭିସୁଟ୍‌ ପୁରାତନ ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ମୃତ୍ୟୁ ଘଟଣା ଏବଂ ରାଜ୍ୟରେ ସୃଷ୍ଟି ହୋଇଥିବା ଆଇନଶୃଙ୍ଖଳା ସ୍ଥିତିକୁ ନେଇ ପୋଲିସ ପ୍ରଶାସନ ଉପରେ ବର୍ଷିଛନ୍ତି ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର। ଚିନ୍ମୟୀ ମୃତ୍ୟୁ ଘଟଣାରେ ପୋଲିସ ତଦନ୍ତ ବାଟବଣା ହୋଇଛି। ଏହି ଘଟଣାରେ ଅଭିଯୁକ୍ତ ପ୍ରତିମାନ ଦେଙ୍କ ବାପା ରାଜ୍ୟ ଗୃହ ବିଭାଗର ଯୁଗ୍ମ ସଚିବ ପାହ୍ୟାରେ କାର୍ଯ୍ୟରତ। ତେଣୁ ପୋଲିସ ଅନୁକମ୍ପା ଦେଖାଉଛି ବୋଲି ଜୟନାରାୟଣ ଅଭିଯୋଗ କରିଛନ୍ତି।
ସମ୍ବଲପୁର କଚେରିରୋଡ୍‌ସ୍ଥିତ ଭାଜପା କାର୍ଯ୍ୟାଳୟରେ ପୋଲିସ ପ୍ରଶାସନର କାର୍ଯ୍ୟଶୈଳୀ ଉପରେ ଅଙ୍ଗୁଳି ନିର୍ଦ୍ଦେଶ କରି ବିରୋଧୀ ଦଳ ନେତା ମିଶ୍ର କହିଲେ, ରାଜ୍ୟର ପୋଲିସ ପ୍ରଶାସନ ଶାସକ ଦଳ ଦ୍ୱାରା ପରିଚାଳିତ ହେଉଛି। ବିଭିନ୍ନ ସମ୍ବେଦନଶୀଳ ଘଟଣାରେ ପୋଲିସ କାର୍ଯ୍ୟକୁ ନେଇ ସନ୍ଦେହ ସୃଷ୍ଟି ହେଉଛି। ଯଦି ପୋଲିସ ଉପରୁ ଭରସା ତୁଟିଯିବ, ତା’ହେଲେ ରାଜ୍ୟ ଅନ୍ଧକାର ଆଡ଼କୁ ଠେଲି ହୋଇଯିବ। ବିଶ୍ୱସନୀୟତା ବଜାୟ ରଖିବା ପାଇଁ ପୋଲିସକୁ ପଦକ୍ଷେପ ନେବାକୁ ପଡ଼ିବ। ଓଡ଼ିଶା ପୋଲିସ ପ୍ରଥମେ ନିଜର ଛବି ପରିବର୍ତ୍ତନ କରୁ ବୋଲି ସେ କହିଛନ୍ତି।
ଚିନ୍ମୟୀ ମୃତ୍ୟୁ ମାମଲା ଉଠାଇ ସେ କହିଲେ, ଏହା ନୂଆ କଥା ନୁହେଁ, ରାଜ୍ୟରେ ଏଭଳି ଅନେକ ଉଦାହରଣ ରହିଛି। ଏହି କଥା ବିଧାନସଭାରେ ଉଠାଯିବ। ନ୍ୟାୟ ପାଇବା ଓ ତଦନ୍ତ ନେଇ ମୃତକ ପରିବାର ମନରେ ସନ୍ଦେହ ରହୁଛି । ତେଣୁ ପୋଲିସକୁ ତଥ୍ୟ ପ୍ରମାଣ ସହିତ ପରିବାରର ସନ୍ଦେହ ଦୂର କରିବାକୁ ପଡିବ । ପୋଲିସ ହତ୍ୟା ଭଳି ସଙ୍ଗିନ ମାମଲା ରୁଜୁକରି ପ୍ରତିମାନଙ୍କୁ ଅଟକ ରଖିଥିଲା। ହେଲେ ଘଟଣାର ୪୮ ଘଣ୍ଟା ବିତିଯାଇଥିଲେ ମଧ୍ୟ ତାଙ୍କୁ କୋର୍ଟ ଚାଲାଣ କରାଯାଇ ନାହିଁ। ଯଦି ଅଧିକ ତଦନ୍ତ କରିବାର ଆବଶ୍ୟକ ରହିଥିଲା ତା’ହେଲେ ପୋଲିସ କୋର୍ଟ ଚାଲାଣ କରି କାହିଁକି ରିମାଣ୍ଡରେ ନେଲା ନାହିଁ ବୋଲି ସେ ପ୍ରଶ୍ନ କରିଛନ୍ତି। ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରି ରିମାଣ୍ଡରେ ନେଇ ତଦନ୍ତ କଲେ ନିଶ୍ଚିତ ଭାବେ ସତ୍ୟାସତ୍ୟ ସାମ୍ନାକୁ ଆସିବା ସମ୍ଭାବନା ରହିଛି ବୋଲି ମିଶ୍ର କହିଥିଲେ ।
ସୂଚନାଯୋଗ୍ୟ, ସମ୍ବଲପୁର ବୁର୍ଲା ଥାନା ପିସି ବ୍ରିଜ୍‌ ପାୱାର ଚ୍ୟାନେଲରୁ ଭିସୁଟ୍‌ ପୁରାତନ ଛାତ୍ରୀ ଚିନ୍ମୟୀଙ୍କ ମୃତଦେହ ବୁଧବାର ସକାଳେ ଜବତ ହୋଇଥିଲା। ଗୁରୁବାର ବ୍ୟବଚ୍ଛେଦ ରିପୋର୍ଟ ପୋଲିସ ହସ୍ତଗତ କରିଛି। ପାଣିରେ ବୁଡି ତାଙ୍କର ମୃତ୍ୟୁ ହୋଇଥିବା ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ଅଧିକ ତଦନ୍ତ ପାଇଁ ୨ଟି ଟିମ୍‌ ଗଠନ କରାଯାଇଛି। ହେଲେ ପରିବାର ସଦସ୍ୟଙ୍କ ଅଭିଯୋଗ ଆଧାରରେ ପୋଲିସ ହତ୍ୟା ମାମଲା ରୁଜୁ କରିଛି। ଯୁଗ୍ମ ସଚିବଙ୍କ ପୁଅ ପ୍ରତିମାନ ଓ ତାଙ୍କ ସାଙ୍ଗକୁ ପୋଲିସ ଅଟକ ରଖି ଜେରା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାକୁ ନେଇ ବିରୋଧୀ-ଶାସକ ମୁହାଁମୁହିଁ

ଭୁବନେଶ୍ୱର,୨୭।୭(ଅନିଲ ଦାସ): ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାକୁ ନେଇ ବିଜେଡି -ଭାଜପା ବିଧାନସଭାରେ ମୁହାଁମୁହିଁ ହୋଇଛନ୍ତି। ଯୋଜନାର ନଁା ବଦଳିବାକୁ ନେଇ ବିଜେଡି ବିଧାୟକ...

ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର, ୨୬ା୭(ଅନୁରାଧା ମହାରଣା) – ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ...

ମମତାଙ୍କୁ ଚିଠି ଲେଖିବା ନେଇ ନବୀନଙ୍କୁ ଟାର୍ଗେଟ କଲା ଭାଜପା

ଭୁବନେଶ୍ୱର, ୨୬।୭(ସୁନିତ୍‌ ମିଶ୍ର): ନିଜ ୨୪ ବର୍ଷ ଶାସନରେ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ସରକାର ଓଡ଼ିଶାକୁ କୌଣସି କ୍ଷେତ୍ରରେ ଆତ୍ମନିର୍ଭରଶୀଳ ରାଜ୍ୟ ଭାବେ ଗଢ଼ି...

କୃଷି ବିଭାଗରେ ସରକାରୀ କାର୍ଯ୍ୟ ଓଡ଼ିଆ ଭାଷାରେ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୬।୭(ଶର୍ମିଷ୍ଠା ପାଣିଗ୍ରାହୀ): କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏହାର ନିର୍ଦ୍ଦେଶାଳୟ ଏବଂ ବିଭାଗ ଅଧିନରେ ଥିବା ଅନ୍ୟ ଅଧସ୍ତନ କାର୍ଯ୍ୟାଳୟଗୁଡିକରେ ସମସ୍ତ ସରକାରୀ କାର୍ଯ୍ୟ...

ଅଗ୍ନିବୀର ଯୋଜନା ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର,୨୬।୭: ଅଗ୍ନିବୀରଙ୍କୁ ପାଇଁ ବଡ଼ ଘୋଷଣା କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝି। ରାଜ୍ୟର ସବୁ ୟୁନିଫର୍ମ ସେବାରେ ସେମାନଙ୍କୁ ଗ୍ରହଣ କରାଯିବ ବୋଲି ଘୋଷଣା...

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ହରିଣ ଛୁଆକୁ ଘେରିଗଲେ ବିଲୁଆ ଦଳ:, ଆଉ ତା’ପରେ…

ପାତ୍ରପୁର,୨୬।୭(ଉମା ଚରଣ ନେପାକ): ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଗୋପୀନାଥପୁର ନିକଟସ୍ଥ ଜଙ୍ଗଲରୁ ଶୁକ୍ରବାର ଏକ ଆହତ ହରିଣ ଛୁଆ ଉଦ୍ଧାର ହୋଇଛି। କିଛି ବିଲୁଆ ହରିଣମାନଙ୍କୁ...

ଆଳୁ ଦରକୁ ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ, ୨ ଦିନ ମଧ୍ୟରେ…

ଭୁବନେଶ୍ୱର,୨୬।୭: ଆଳୁ ଦର ସମୀକ୍ଷା ପରେ ଗଣମାଧ୍ୟମରେ ପ୍ରତିକ୍ରୟା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ୨ ଦିନ ମଧ୍ୟରେ ସମସ୍ୟାର ସମାଧାନ ହେବ କହଛନ୍ତି...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri