ଗୃହ ବିଭାଗ ଯୁଗ୍ମ ସଚିବଙ୍କ ପୁଅ ବୋଲି ଅନୁକମ୍ପା: ଜୟନାରାୟଣ

ସମ୍ବଲପୁର, ୪।୩(ବ୍ୟୁରୋ): ଭିସୁଟ୍‌ ପୁରାତନ ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ମୃତ୍ୟୁ ଘଟଣା ଏବଂ ରାଜ୍ୟରେ ସୃଷ୍ଟି ହୋଇଥିବା ଆଇନଶୃଙ୍ଖଳା ସ୍ଥିତିକୁ ନେଇ ପୋଲିସ ପ୍ରଶାସନ ଉପରେ ବର୍ଷିଛନ୍ତି ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର। ଚିନ୍ମୟୀ ମୃତ୍ୟୁ ଘଟଣାରେ ପୋଲିସ ତଦନ୍ତ ବାଟବଣା ହୋଇଛି। ଏହି ଘଟଣାରେ ଅଭିଯୁକ୍ତ ପ୍ରତିମାନ ଦେଙ୍କ ବାପା ରାଜ୍ୟ ଗୃହ ବିଭାଗର ଯୁଗ୍ମ ସଚିବ ପାହ୍ୟାରେ କାର୍ଯ୍ୟରତ। ତେଣୁ ପୋଲିସ ଅନୁକମ୍ପା ଦେଖାଉଛି ବୋଲି ଜୟନାରାୟଣ ଅଭିଯୋଗ କରିଛନ୍ତି।
ସମ୍ବଲପୁର କଚେରିରୋଡ୍‌ସ୍ଥିତ ଭାଜପା କାର୍ଯ୍ୟାଳୟରେ ପୋଲିସ ପ୍ରଶାସନର କାର୍ଯ୍ୟଶୈଳୀ ଉପରେ ଅଙ୍ଗୁଳି ନିର୍ଦ୍ଦେଶ କରି ବିରୋଧୀ ଦଳ ନେତା ମିଶ୍ର କହିଲେ, ରାଜ୍ୟର ପୋଲିସ ପ୍ରଶାସନ ଶାସକ ଦଳ ଦ୍ୱାରା ପରିଚାଳିତ ହେଉଛି। ବିଭିନ୍ନ ସମ୍ବେଦନଶୀଳ ଘଟଣାରେ ପୋଲିସ କାର୍ଯ୍ୟକୁ ନେଇ ସନ୍ଦେହ ସୃଷ୍ଟି ହେଉଛି। ଯଦି ପୋଲିସ ଉପରୁ ଭରସା ତୁଟିଯିବ, ତା’ହେଲେ ରାଜ୍ୟ ଅନ୍ଧକାର ଆଡ଼କୁ ଠେଲି ହୋଇଯିବ। ବିଶ୍ୱସନୀୟତା ବଜାୟ ରଖିବା ପାଇଁ ପୋଲିସକୁ ପଦକ୍ଷେପ ନେବାକୁ ପଡ଼ିବ। ଓଡ଼ିଶା ପୋଲିସ ପ୍ରଥମେ ନିଜର ଛବି ପରିବର୍ତ୍ତନ କରୁ ବୋଲି ସେ କହିଛନ୍ତି।
ଚିନ୍ମୟୀ ମୃତ୍ୟୁ ମାମଲା ଉଠାଇ ସେ କହିଲେ, ଏହା ନୂଆ କଥା ନୁହେଁ, ରାଜ୍ୟରେ ଏଭଳି ଅନେକ ଉଦାହରଣ ରହିଛି। ଏହି କଥା ବିଧାନସଭାରେ ଉଠାଯିବ। ନ୍ୟାୟ ପାଇବା ଓ ତଦନ୍ତ ନେଇ ମୃତକ ପରିବାର ମନରେ ସନ୍ଦେହ ରହୁଛି । ତେଣୁ ପୋଲିସକୁ ତଥ୍ୟ ପ୍ରମାଣ ସହିତ ପରିବାରର ସନ୍ଦେହ ଦୂର କରିବାକୁ ପଡିବ । ପୋଲିସ ହତ୍ୟା ଭଳି ସଙ୍ଗିନ ମାମଲା ରୁଜୁକରି ପ୍ରତିମାନଙ୍କୁ ଅଟକ ରଖିଥିଲା। ହେଲେ ଘଟଣାର ୪୮ ଘଣ୍ଟା ବିତିଯାଇଥିଲେ ମଧ୍ୟ ତାଙ୍କୁ କୋର୍ଟ ଚାଲାଣ କରାଯାଇ ନାହିଁ। ଯଦି ଅଧିକ ତଦନ୍ତ କରିବାର ଆବଶ୍ୟକ ରହିଥିଲା ତା’ହେଲେ ପୋଲିସ କୋର୍ଟ ଚାଲାଣ କରି କାହିଁକି ରିମାଣ୍ଡରେ ନେଲା ନାହିଁ ବୋଲି ସେ ପ୍ରଶ୍ନ କରିଛନ୍ତି। ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରି ରିମାଣ୍ଡରେ ନେଇ ତଦନ୍ତ କଲେ ନିଶ୍ଚିତ ଭାବେ ସତ୍ୟାସତ୍ୟ ସାମ୍ନାକୁ ଆସିବା ସମ୍ଭାବନା ରହିଛି ବୋଲି ମିଶ୍ର କହିଥିଲେ ।
ସୂଚନାଯୋଗ୍ୟ, ସମ୍ବଲପୁର ବୁର୍ଲା ଥାନା ପିସି ବ୍ରିଜ୍‌ ପାୱାର ଚ୍ୟାନେଲରୁ ଭିସୁଟ୍‌ ପୁରାତନ ଛାତ୍ରୀ ଚିନ୍ମୟୀଙ୍କ ମୃତଦେହ ବୁଧବାର ସକାଳେ ଜବତ ହୋଇଥିଲା। ଗୁରୁବାର ବ୍ୟବଚ୍ଛେଦ ରିପୋର୍ଟ ପୋଲିସ ହସ୍ତଗତ କରିଛି। ପାଣିରେ ବୁଡି ତାଙ୍କର ମୃତ୍ୟୁ ହୋଇଥିବା ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ଅଧିକ ତଦନ୍ତ ପାଇଁ ୨ଟି ଟିମ୍‌ ଗଠନ କରାଯାଇଛି। ହେଲେ ପରିବାର ସଦସ୍ୟଙ୍କ ଅଭିଯୋଗ ଆଧାରରେ ପୋଲିସ ହତ୍ୟା ମାମଲା ରୁଜୁ କରିଛି। ଯୁଗ୍ମ ସଚିବଙ୍କ ପୁଅ ପ୍ରତିମାନ ଓ ତାଙ୍କ ସାଙ୍ଗକୁ ପୋଲିସ ଅଟକ ରଖି ଜେରା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?