ଭିସୁଟ୍‌ ଛାତ୍ରୀ ଚିନ୍ମୟୀ ମୃତ୍ୟୁ ମାମଲା: ଉତ୍ତର ରଖିବାକୁ ସରକାରଙ୍କୁ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ) ସମ୍ବଲପୁର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ୟୁନିଭର୍ସିଟି ଅଫ୍‌ ଟେକ୍ନୋଲୋଜି (ଭିସୁଟ୍‌) ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁ ମୃତ୍ୟୁ ମାମଲା ଏବେ ହାଇକୋର୍ଟରେ। ମାମଲାର ତଦନ୍ତ ଦାୟିତ୍ୱ କାହିଁକି ସିବିଆଇକୁ ଦିଆନଯିବ ସେନେଇ ରାଜ୍ୟ ସରକାର ଉତ୍ତର ରଖିବାକୁ ହାଇକୋର୍ଟ ଆଦେଶ ଦେଇଛନ୍ତି। ହାଇକୋର୍ଟର ବିଚାରପତି ଆଦିତ୍ୟ କୁମାର ମହାପାତ୍ର ମାମଲାର ଶୁଣାଣି କରି ଆଗାମୀ ଶୁଣାଣି ସୁଦ୍ଧା ଜବାବ ଦାଖଲ ନିମନ୍ତେ ଆଦେଶ ଦେଇଛନ୍ତି। ଆସନ୍ତା ୨୫ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ସ୍ଥିର ହୋଇଛି।

ମାମଲାର ବିବରଣୀ ଅନୁସାରେ, ୨୦୨୩ ଫେବୃୟାରୀ ୨୮ ତାରିଖରେ ଭିସୁଟ ସମାବର୍ତ୍ତନ ଉତ୍ସବ ପରେ ଚିନ୍ମୟୀ ନିଖୋଜ ହୋଇଯାଇଥିଲେ। ଏନେଇ ପରିବାର ପକ୍ଷରୁ ବୁର୍ଲା ଥାନାରେ ଚିନ୍ମୟୀଙ୍କୁ ହତ୍ୟା କରାଯାଇଥିବା ନେଇ ଏତଲା ଦିଆଯାଇଥିଲା। ଏତଲା ଆଧାରରେ ପୋଲିସ ଏକ ହତ୍ୟା ମାମଲା ମଧ୍ୟ ରୁଜୁ କରିଥିଲା। ତେବେ ଚିନ୍ମୟୀଙ୍କ ମୃତଦେହ ବୁର୍ଲା ପାୱାର ଚ୍ୟାନେଲ ବ୍ରିଜରୁ ମାର୍ଚ୍ଚ ୧ରେ ମିଳିଥିଲା। ବୁର୍ଲା ଥାନା ଏହି ଘଟଣାକୁ ହତ୍ୟା ନୁହେଁ ବରଂ କେନାଲରେ ପଡ଼ି ମୃତ୍ୟୁ ହୋଇଥିବା ସ୍ପଷ୍ଟ କରିଥିଲା। ଏହାପରେ ମୃତ ଚିନ୍ମୟୀଙ୍କ ପରିବାର ଏହି ଘଟଣାର ସିବିଆଇ ତଦନ୍ତ ଆବଶ୍ୟକ ଦର୍ଶାଇ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଚିନ୍ମୟୀଙ୍କ ମାଆ ଲବଙ୍ଗ ସାହୁଙ୍କ ଆବେଦନ କ୍ରମେ ହାଇକୋର୍ଟରେ ମାମଲା ରୁଜୁ ହୋଇଛି। ମୃତ ଚିନ୍ମୟୀଙ୍କ ପରିବାର ପକ୍ଷରୁ ଆଇନଜୀବୀ ସନ୍ଦୀପନ ଓ ବିପ୍ଳବ ବାହଲି ମାମଲା ପରିଚାଳନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତତ୍ପରତା ଦେଖାଇଲା ଜିଲା ପ୍ରଶାସନ, ଜେସିବି ମେଶିନ ସାହାଯ୍ୟରେ ହଟାଗଲା ହମ୍ପସ

ବଞ୍ଚୋ,୫ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଜୀବନରେଖା କୁହାଯାଉଥିବା ୨୦ ନମ୍ବର ଜାତୀୟ ରାଜପଥର କୋଳିମାଟି ଛକ ଦୁର୍ଘଟଣାର ହଟ୍‌ସ୍ପଟ୍‌ ପାଲଟିଛି। ଉକ୍ତ ସ୍ଥାନରେ ବାରମ୍ବାର ଦୁର୍ଘଟଣା…

ଚାଇନା-ରୁଷିଆ-ଆମେରିକାକୁ ପଛରେ ପକାଇ ଏହି ଲିଷ୍ଟ୍‌ରେ ଆଗକୁ ଗଲା ଭାରତ, ଜାଣନ୍ତୁ ପାକିସ୍ତାନ ସ୍ଥିତି କ’ଣ

ନୂଆଦିଲ୍ଲୀ,୫।୨: ବିଶ୍ୱ ବୌଦ୍ଧିକ ଫାଉଣ୍ଡେସନ (WIF) ଦ୍ୱାରା ପ୍ରକାଶିତ ଦାୟିତ୍ୱବାନ ରାଷ୍ଟ୍ର ସୂଚକାଙ୍କ ଦେଶଗୁଡ଼ିକ ଉପରେ ଏକ ନୂତନ ଦୃଷ୍ଟିକୋଣ ପ୍ରଦାନ କରେ। ଏହି ତାଲିକା ଏକ…

ବଲାଙ୍ଗୀର ସହର ପରିକ୍ରମା କଲେ ଆୟୁର୍ବେଦ ଛାତ୍ରୀଛାତ୍ର, ସୁବର୍ଣ୍ଣ ଜୟନ୍ତୀ ଗେଟକୁ କଳିକେଶ…

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଏବଂ ହସ୍ପିଟାଲର ସୁବର୍ଣ୍ଣ ଜୟନ୍ତୀ ସମାରୋହ ଗୁରୁବାର ଉଦଘାଟିତ ହୋଇଛି । ଏହି ଅବସରରେ ବଲାଙ୍ଗୀର ବିଧାୟକ…

ରାଶନକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ପଦକ୍ଷେପ: ଏଣିକି ଶସ୍ୟ ବଦଳରେ ମିଳିବ…

ନୂଆଦିଲ୍ଲୀ,୫।୨: ଯଦି ଆପଣଙ୍କର ରାଶନ କାର୍ଡ ଅଛି ଏବଂ ଆପଣ ସରକାରଙ୍କ ମାସିକ ମାଗଣା ରାଶନ ଯୋଜନାର ହିତାଧିକାରୀ, ତେବେ ଏହା ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ସୂଚନା।…

ସାଙ୍ଗ ନେଲା ସାଙ୍ଗର ଜୀବନ, ହତ୍ୟା କରି ଜରିରେ କରିଦେଲେ ପ୍ୟାକ୍‌, ୫ ଦିନ ପରେ ମିଳିଲା…

ବ୍ରଜରାଜନଗର, ୫।୨(ବିଜୟ ବରାଡ଼): ଝାରସୁଗୁଡା ବ୍ରଜରଜନଗର ଥାନା ରାମପୁର ଫାଣ୍ଡି ଆନ୍ତର୍ଗତ କୁକୁରିକାନୀ ପଡ଼ାର ଟାଙ୍ଗର ଘାଟ ଜଙ୍ଗଲରେ ଏକ ଯୁବକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି…

ଏହି କାରଣକୁ ନେଇ ୧୨ ଘଣ୍ଟିଆ ଲାଞ୍ଜିଗଡ ବନ୍ଦ ଡାକରା: ସ୍କୁଲ, କଲେଜ, ଦୋକାନ ବଜାର ସବୁ ଠପ୍‌

ଲାଞ୍ଜିଗଡ,୫।୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ସବ-ରେଜିଷ୍ଟାର କାର୍ଯ୍ୟାଳୟକୁ ଜିଲା ପ୍ରଶାସନ ପକ୍ଷରୁ ବିଶ୍ୱନାଥପୁରଠାରେ ସ୍ଥାପନ ନେଇ ଲାଞ୍ଜିଗଡ ଅଞ୍ଚଳବାସୀ ବିରୋଧ କରିଛନ୍ତି।…

ବଲାଙ୍ଗୀରରେ ଚର୍ଚ୍ଚା: ମା’ ପାଟଣେଶ୍ବରୀଙ୍କ ମନ୍ଦିରରେ କେଭି-କଳିକେଶ, ଏକାଠି ବସିଲେ ହୋମଯଜ୍ଞ କଲେ

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଇଷ୍ଟଦେବି ମାଁ ପାଟଣେଶ୍ବରୀଙ୍କ ମନ୍ଦିରକୁ ଶହେ ପଚାଶ ବର୍ଷ (୧୫୦) ପୂରଣ ହୋଇଛି । ତେଣୁ ଯାକଜମକରେ ଦେବାଳୟ ଐତିହ୍ୟ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତିରୁ ଓଡ଼ିଶାକୁ ମିଳିବ ଫାଇଦା, ଏମାନେ ହେବେ ଉପକୃତ….

ଭୁବନେଶ୍ୱର,୫।୧: ଭାରତ-ଆମେରିକା ନୂତନ ବାଣିଜ୍ୟ ଚୁକ୍ତିରୁ ଓଡ଼ିଶାକୁ ଫାଇଦା। ଏନେଇ ଗୁରୁବାର ଏକ୍ସରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶାର ସାମୁଦ୍ରିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri