ରହସ୍ୟରେ ଭିସୁଟ୍‌ ପୁରାତନ ଛାତ୍ରୀ ମୃତ୍ୟୁ ଘଟଣା

ସମ୍ବଲପୁର,୩ା୩(ବ୍ୟୁରୋ):ସମ୍ବଲପୁର ବୁର୍ଲା ଥାନା ପିସି ବ୍ରିଜ୍‌ ପାୱାର ଚ୍ୟାନେଲରୁ ଉଦ୍ଧାର ହୋଇଥିବା ଭିସୁଟ୍‌ ପୁରାତନ ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁଙ୍କ ମୃତ୍ୟୁ ଘଟଣା ଏବେ ରହସ୍ୟଘେରକୁ ଠେଲି ହୋଇଯାଇଛି। ଗୁରୁବାର ବ୍ୟବଚ୍ଛେଦ ରିପୋର୍ଟ ପୋଲିସର ହସ୍ତଗତ ହୋଇଛି। ତଦନ୍ତ ପାଇଁ ଦୁଇଟି ଟିମ୍‌ ଗଠନ କରାଯାଇଛି। ଗୋଟିଏ ଟିମ୍‌ ଭୁବନେଶ୍ୱର ଯାଇ ତଦନ୍ତ କରିବେ ବୋଲି ପୋଲିସ ପକ୍ଷରୁ ଜଣାପଡିଛି। ଅନ୍ୟପଟେ ପାଣିରେ ବୁଡିଯିବାରୁ ଚିନ୍ମୟୀଙ୍କ ମୃତ୍ୟୁ ହୋଇଥିବା ପୋଲିସ କହୁଛି। ଏହା ଯଦି ସତ୍ୟ, ତା’ହେଲେ ଚିନ୍ମୟୀ ରାତି ପ୍ରାୟ ସାଢେ ୯ଟାରେ ପିସି ବ୍ରିଜ୍‌କୁ କାହା ସାଥିରେ ଓ କ’ଣ ପାଇଁ ଯାଇଥିଲେ। ତାଙ୍କ ସହିତ ଝିଅ ସାଙ୍ଗ ରହିଥିଲେ ନା କେବଳ ପୁରୁଷବନ୍ଧୁ ପ୍ରତିମାନ ଦେ ଥିଲେ। ଚିନ୍ମୟୀ ପାୱାର ଚ୍ୟାନେଲକୁ ନିଜ ଇଚ୍ଛାରେ ଡେଇଁଥିଲେ ନା ଅଚେତ ଅବସ୍ଥାରେ କିଏ ପାଣିକୁ ଫିଙ୍ଗି ଦେଇଥିଲା। ଏଭଳି ଅନେକ ପ୍ରଶ୍ନ ଏବେ ଜନସାଧାରଣଙ୍କ ମନରେ ଉଙ୍କି ମାରୁଛି।
ଚିନ୍ମୟୀଙ୍କ ମାଆ ଲବଙ୍ଗ ସାହୁ ପୁଣି ଗଣମାଧ୍ୟମ ଆଗରେ ଅଭିଯୋଗ କରିଛନ୍ତି ଯେ, ଚିନ୍ମୟୀର ଦୃଢ ମନୋବଳ ଥିଲା। ସେ ଆତ୍ମହତ୍ୟା କରିନାହିଁ। ପୋଲିସ ତଦନ୍ତ ଉପରେ ସନ୍ଦେହ ହେଉଛି। କାରଣ ପ୍ରତିମାନଙ୍କ ବାପା ପ୍ରଣବ ଦେ ଗୃହ ବିଭାଗର ଯୁଗ୍ମ ସଚିବ ଅଛନ୍ତି। ସେ ବ୍ୟବଚ୍ଛେଦ କେନ୍ଦ୍ରକୁ ମଧ୍ୟ ଯାଇଥିଲେ। ତେଣୁ ବ୍ୟବଚ୍ଛେଦ ରିପୋର୍ଟରେ ବ୍ୟତିକ୍ରମ ଦେଖାଦେବା ସମ୍ଭାବନା ରହିଛି। ଚିନ୍ମୟୀଙ୍କ ବାପା ଜଣେ ଡାକ୍ତର। ବ୍ୟବଚ୍ଛେଦ ଉପରେ ତାଙ୍କର ଅଭିଜ୍ଞତା ରହିଛି। ମୋ ଝିଅ ବଲାଙ୍ଗୀର ଘରକୁ ଆସିବାକୁ କହିଥିଲା। ହେଲେ ସନ୍ଧ୍ୟା ୬ଟାରେ ତା’ ସହ କ’ଣ ଘଟିଲା ଯେ ସେ ଘରକୁ ଆସିବାକୁ ମନା କରିଦେଇଥିଲା। ମୋ ଝିଅକୁ ଷଡଯନ୍ତ୍ର କରି ହତ୍ୟା କରିଦେଲେ। ଆମ ପରିବାରକୁ ନ୍ୟାୟ ଦରକାର ବୋଲି ସେ କହିଛନ୍ତି। ଅନ୍ୟପଟେ ଘଟଣା ସମ୍ପର୍କରେ ପୋଲିସ ସୂଚନା ଦେଇ କହିଛି, ତଦନ୍ତ ଚାଲିଛି। ଅଟକ ଥିବା ପୁରୁଷବନ୍ଧୁ ପ୍ରତିମାନଙ୍କୁ ତାଙ୍କ ବାପାଙ୍କ ଜିମା ଦିଆଯାଇଛି। ସବୁ ତଥ୍ୟ ପ୍ରମାଣ ସଂଗ୍ରହ କରିବାକୁ ପୋଲିସ ଟିମ୍‌ ଲାଗିପଡିଛନ୍ତି। ତଦନ୍ତ ସରିବା ପରେ ଘଟଣାର ପର୍ଦ୍ଦାଫାଶ ହେବ ବୋଲି ପୋଲିସ କହିଛି। ଉତ୍ତରାଞ୍ଚଳ ପୋଲିସ ଆଇଜି ଡ. ଦୀପକ କୁମାର କହିଛନ୍ତି, ଏହି ଘଟଣାର ତଦନ୍ତ କରାଯାଉଛି। ସମସ୍ତ ତଥ୍ୟ ପ୍ରମାଣକୁ ଆଧାର କରି ଆଇନ ଅନୁସାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଥିଲେ। ସୂଚନାଯୋଗ୍ୟ ବୁର୍ଲା ଥାନା ପିସି ବ୍ରିଜ ଉପରୁ ଡେଇଁ ନିଖୋଜ ଥିବା ଭିସୁଟ୍‌ ଆଇଟି ବିଭାଗ ପୁରାତନ ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀଙ୍କ ମୃତଦେହ ଅଗ୍ନିଶମ ବିଭାଗ ବୁଧବାର ସକାଳେ ପାୱାର ଚ୍ୟାନେଲ ଭିତରୁ ଉଦ୍ଧାର କରିଥିଲା। ଚିନ୍ମୟୀଙ୍କ ମାଆ ଲବଙ୍ଗଙ୍କ ଅଭିଯୋଗ କ୍ରମେ ପୋଲିସ ଆଇପିସି ଦଫା ୩୦୨, ୨୦୧, ୩୪ରେ ହତ୍ୟା ମାମଲା (ନଂ. ୯୬/୨୩) ରୁଜୁ କରିଛି। ଘଟଣାରେ ପୁରୁଷବନ୍ଧୁ ପ୍ରତିମାନ ଓ ଅନ୍ୟ ଜଣେ ସହଯୋଗୀଙ୍କୁ ପୋଲିସ ଥାନାରେ ଅଟକ ରଖିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?