ଆକ୍ସିସ ବ୍ୟାଙ୍କରେ ଯୋଗଦେବେ ବିଶ୍ୱନାଥନ

ଭୁବନେଶ୍ୱର,୨୭।୬: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ)ର ପୂର୍ବତନ ଡେପୁଟି ଗଭର୍ନର ଏନ୍‌.ଏସ୍‌.ବିଶ୍ୱନାଥନ ଆକ୍ସିସ ବ୍ୟାଙ୍କର ଅଣ-କାର୍ଯ୍ୟନିର୍ବାହୀ (ପାର୍ଟ-ଟାଇମ୍‌) ଅଧ୍ୟକ୍ଷ ଭାବେ ନିଯୁକ୍ତ ହୋଇଛନ୍ତି। ଏପରିକି ୨୦୨୩ ଅକ୍ଟୋବର ୨୭ରୁ କିମ୍ବା ରିଜର୍ଭ ବ୍ୟାଙ୍କ ବିଶ୍ୱନାଥନଙ୍କ ନିଯୁକ୍ତିକୁ ମଞ୍ଜୁରୀ ପ୍ରଦାନ କରିବା ଦିନଠାରୁ ତାଙ୍କର କାର୍ଯ୍ୟକାଳ ଆରମ୍ଭ ହେବ ବୋଲି ଆକ୍ସିସ ବ୍ୟାଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଉଲ୍ଲେଖଯୋଗ୍ୟ, ଆକ୍ସିସ୍‌ ବ୍ୟାଙ୍କର ନିର୍ଦ୍ଦେଶକମଣ୍ଡଳୀ ବୋର୍ଡ ବୈଠକରେ ଆରବିଆଇର ପୂର୍ବତନ ଡେପୁଟି ଗଭର୍ନର ଏନ୍‌.ଏସ୍‌.ବିଶ୍ୱନାଥନଙ୍କୁ ଆସନ୍ତା ୩ ବର୍ଷ ପାଇଁ ବ୍ୟାଙ୍କର ଅଣ କାର୍ଯ୍ୟନିର୍ବାହୀ (ପାର୍ଟ-ଟାଇମ୍‌) ଅଧ୍ୟକ୍ଷ ଭାବେ ନିଯୁକ୍ତି ପ୍ରଦାନ ପ୍ରସ୍ତାବକୁ ମଞ୍ଜୁରୀ ପ୍ରଦାନ କରାଯାଇଥିବା ବେଳେ ଏହା ବ୍ୟାଙ୍କର ଅଂଶଧନକାରୀ ଓ ରିଜର୍ଭ ବ୍ୟାଙ୍କର ମଞ୍ଜୁରୀ ଅପେକ୍ଷାରେ ରହିଛି। ସୂଚନାଯୋଗ୍ୟ, ୧୯୮୧ରେ ବିଶ୍ୱନାଥନ୍‌ ଆରବିଆଇରେ ଯୋଗ ଦେବା ସହ ଦୀର୍ଘ ୪ଦଶନ୍ଧି ଧରି କାର୍ଯ୍ୟ କରିବା ସହିତ ଡେପୁଟି ଗଭର୍ନର ଭାବେ ୨୦୨୦ ମାର୍ଚ୍ଚରେ ଅବସର ଗ୍ରହଣ କରିଥିଲେ।
ଏ ସମ୍ପର୍କରେ ଆକ୍ସିସ୍‌ ବ୍ୟାଙ୍କର ଏମ୍‌ଡି ତଥା ସିଇଓ ଅମିତାଭ ଚୌଧୁରୀ କହିଛନ୍ତି,ଆକ୍ସିସ୍‌ ପରିବାରକୁ ବିଶ୍ୱନାଥନଙ୍କୁ ସ୍ବାଗତ କରି ଆମେ ବେଶ୍‌ ଉତ୍ସାହିତ ଅଛୁ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାକୁ ଦୋହଲାଇ ଦେଲା ଇରାନ: ୨୪ ଘଣ୍ଟାରେ କଲା ଏମିତି କ୍ଷତି, ଭୁଲିହେବନି

ତେହରାନ,୪।୪: ଯୁକ୍ତରାଷ୍ଟ୍ର ଆମେରିକା ପାଇଁ ଗୁଡ ଫ୍ରାଇଡେ ଏକ ‘କଳା ଦିବସ’ ପାଲଟିଛି। ଇରାନ ଅତି କମରେ ଆମେରିକାର ଦୁଇଟି ଲଢ଼ୁଆ ବିମାନ, ପାଞ୍ଚଟି ଡ୍ରୋନ ଏବଂ…

ଏକାଗ୍ରତା ଆଣେ ସଫଳତା: ସୁରେଶଙ୍କ ସହ ସ୍ବତନ୍ତ୍ର ସାକ୍ଷାତ୍‌କାର

ହାଇଟେକ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ଷ୍ଟିଚ୍ୟୁଶନର ମ୍ୟାନେଜିଂ ଟ୍ରଷ୍ଟି ତଥା ସିଇଓ ସୁରେଶ କୁମାର ପାଣିଗ୍ରାହୀ ଜଣେ ଉଦ୍ୟୋଗୀ ଏବଂ ଶିକ୍ଷାବିତ୍‌ ଭାବରେ ଅନୁଷ୍ଠାନ ଆରମ୍ଭରୁ ଏହାର ଭିତ୍ତିଭୂମିକୁ…

ପୋଲ ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଆଉ ତା’ପରେ ଘଟିଲା

ଲୋଇସିଂହା,୪।୪(ସୁଶାନ୍ତ ବାରିକ) ବରଗଡ-ବଲାଙ୍ଗୀର ୨୬ନଂ ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ ପୋଲ ତଳକୁ ଏକ ସିମେଣ୍ଟ ବୋଝେଇ ଟ୍ରକ ଖସି ପଡ଼ିଛି। ଦୁର୍ଘଟଣାସ୍ଥଳରେ ଜଣେ…

ଖୁସି ଖବର! ହର୍ମୁଜ ପାର୍ ହୋଇ ଭାରତ ଆସୁଛି ତେଲ-ଗ୍ୟାସ ଜାହାଜ, କମିଯିବକି ଦର?

ନୂଆଦିଲ୍ଲୀ,୪।୪: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଭାରତ ପାଇଁ ଏକ ଆଶ୍ବସ୍ତିକର ଖବର ଅଛି । ଭାରତୀୟ ପତାକା ଲାଗିଥିବା ଜାହାଜ ସହିତ, ଅନ୍ୟ ତିନୋଟି ଜାହାଜ ସଫଳତାର…

ଟ୍ରମ୍ପଙ୍କୁ ବଡ଼ ଝଟକା: ପାକିସ୍ତାନରେ ଆଲୋଚନା କରିବାକୁ ମନା କଲା ଇରାନ, ୪୮ ଘଣ୍ଟାର ଅସ୍ତ୍ରବିରତି ସର୍ତ୍ତକୁ କଲା ପ୍ରତ୍ୟାଖ୍ୟାନ

ଓ୍ବାଶିଂଟନ୍‌,୪।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ପାଇଁ ପାକିସ୍ତାନ, କାତାର ଏବଂ ତୁର୍କୀ ଦ୍ୱାରା ମଧ୍ୟସ୍ଥତା ପାଇଁ କରାଯାଇଥିବା ପ୍ରୟାସ ବିଫଳ ହୋଇଛି, କାରଣ ଇରାନ…

ଛାତିଥରା ଦୁର୍ଘଟଣା; ଭାରସାମ୍ୟ ହରାଇ କୂଅରେ ପଡିଗଲା କାର୍, ଗୋଟିଏ ପରିବାରର ୯ ମୃତ

ମୁମ୍ବାଇ,୪ା୪: ମହାରାଷ୍ଟ୍ରର ନାଶିକରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଏକ କାର ନିୟନ୍ତ୍ରଣ ହରାଇ ରାସ୍ତା ପାର୍ଶ୍ୱରେ ଥିବା ଏକ ପାଣି ଭର୍ତ୍ତି କୂଅରେ…

ବିପଦପୂର୍ଣ୍ଣ ଅବସ୍ଥାରେ ଟ୍ରାନ୍ସଫର୍ମର: ଅଭିଯୋଗ ପରେ ବି ଶୁଣୁନାହାନ୍ତି ବିଭାଗୀୟ ଅଧିକାରୀ

ଗଞ୍ଜାମ,୪।୪(ଅନାଥ ତରାଇ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ସୂର୍ଯ୍ୟନାରାୟଣପୁର ଓଡ଼ିଆର୍ପି କଲୋନୀରେ ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି ଟ୍ରାନ୍ସଫର୍ମର। ଇଲେକ୍ଟ୍ରି ଟ୍ରାନ୍ସଫର୍ମର ସ୍ଥାନୀୟ ବାସିନ୍ଦା ସୁଦର୍ଶନ ପ୍ରଧାନଙ୍କ…

ସାଙ୍ଗମାନଙ୍କ ସହ ମିଶି ଗାଧୋଇବାକୁ ଯାଇଥିଲେ ନାବାଳକ, ଖସିଗଲା ଗୋଡ, ଖୋଜାଖୋଜି ପରେ ମିଳିଲା…

ଆନନ୍ଦପୁର/ହାଟଡିହି,୪l୪ (ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାଏକ ): ବୈତରଣୀ ନଦୀରେ ବୁଡ଼ିଯାଇ କେନ୍ଦୁଝର ଜିଲା ରାମଚନ୍ଦପୁରୁ ଥାନା ଅନ୍ତର୍ଗତ ଅଞ୍ଜିରା ଗ୍ରାମର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri