ବିଶ୍ଵଶାନ୍ତି ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ ପୂର୍ଣ୍ଣାହୁତି, ସହସ୍ରାଧିକ ଶ୍ରଦ୍ଧାଳୁଙ୍କ ସମାଗମ  

ଦିଗପହଣ୍ଡି,୧୨।୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଳକ କଇଠଡା ପଞ୍ଚାୟତ କମଳାପୁର ଗ୍ରାମ ସ୍ଥିତ ଶ୍ରୀ କାଶୀ ବିଶ୍ୱନାଥ ଶୈବପୀଠ ପରିସରରେ ଗତ ୫ ତାରିଖ ଠାରୁ ଚାଲିଥିବା ବିଶ୍ଵଶାନ୍ତି ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ ବୁଧବାର ଅପରାହ୍ନ ରେ ପୂର୍ଣ୍ଣାହୁତି ହୋଇଛି।

ପୂର୍ଣ୍ଣାହୁତି ସମୟରେ ଯଜ୍ଞ ପୀଠରେ ସହସ୍ରାଧିକ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିଲା।ପଣ୍ତିତ ଅଶୋକ କୁମାର ପାଢୀଙ୍କ ପୈାରହିତ୍ଯରେ ମହାଯଜ୍ଞ ପୂଜାର୍ଚ୍ଚନା ଶାନ୍ତିଶୃଙ୍ଖଳା ସହକାରେ ସମାପନ ହୋଇଥିବା ବେଳେ ଦୂରଦୂରାନ୍ତରରୁ ବହୁ ବିଦ୍ୱାନ ପଣ୍ତିତ ମାନେ ମହାଯଜ୍ଞ ରେ ଯୋଗ ଦେଇଥିଲେ । ମହାଯଜ୍ଞ ନିମନ୍ତେ ସମଗ୍ର ଅଞ୍ଚଳରେ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଥିଲା ।

ପ୍ରତ୍ୟହ ଦିନ ମହା ରୁଦ୍ରାଭିଷେକ, ଷୋଡଶୋପଚାର , ଘୃତଯଜ୍ଞ , ଅନ୍ନଯଜ୍ଞ , ନାମଯଜ୍ଞ , ଜ୍ଞାନଯଜ୍ଞ  ହୋଇ ଆସୁଥିଲା  ।ମହାଯଜ୍ଞ ପରିଚାଳନା କମିଟି ସଭାପତି ତଥା ପୂର୍ବତନ ବ୍ଳକ ଅଧ୍ୟକ୍ଷ ବିପିନ ଚନ୍ଦ୍ର ପ୍ରଧାନ , ଉପସଭାପତି ରବୀନ୍ଦ୍ରନାଥ ଡାକୁଆ , ସମ୍ପାଦକ ସୁଦାମ ଦୋରା , ସହ ସମ୍ପାଦକ ଦେବହରି ଗୌଡ଼ , କୋଷାଧ୍ୟକ୍ଷ ସହଦେବ ରେଡ୍ଡୀ ,  ମନ୍ଦିର ପରିଚାଳନା କମିଟି ସଭାପତି ପୂର୍ଣ୍ଣ ମଳିକ ,  ଜାଗିଲି ସେଠୀ , ରାଜେନ୍ଦ୍ର କୁମାର ଦୋରା , ଜଗନ୍ନାଥ ପାତ୍ର , ଲକ୍ଷ୍ମୀ ମଳିକ , କୃଷ୍ଣ ସେଠୀ , ଦିବାନ ରେଡ୍ଡୀ ଙ୍କ ସମେତ କମଳାପୁର ଗ୍ରାମ ସମେତ  କଇଠଡା ପଞ୍ଚାୟତ ବାସୀ , ମନ୍ଦିର ପରିଚାଳନା କମିଟି ଓ ମହାଯଜ୍ଞ ପରିଚାଳନା କମିଟି ସଦସ୍ୟ ବୃନ୍ଦ ଉପସ୍ଥିତ ରହି ମହାଯଜ୍ଞ ପରିଚାଳନାରେ ସମ୍ପୂର୍ଣ୍ଣ ସହଯୋଗ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଓଲଟିଲା ମିକ୍ସଚର ମେସିନ୍ ଗାଡ଼ି, ମାଟି ତଳେ ଚାପି ହୋଇ ରହିଛନ୍ତି ଡ୍ରାଇଭର

ଭଞ୍ଜନଗର,୩।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଦଶପଲ୍ଲା ମୁଖ୍ୟ ରାସ୍ତାର ତିଲିସିଙ୍ଗି ନିକଟରେ ଦୁର୍ଘଟଣା । ରାସ୍ତା କାମରେ ନିୟୋଜିତ ଏକ ମିକ୍ସଚର ମେସିନ୍ ଗାଡ଼ି ଓଲଟି…

ସାମାନ୍ୟ ବର୍ଷାରେ ବେହାଲ ଛତ୍ରପୁର, କଲେଜ ପରିସରରେ ଅଣ୍ଟାଏ ପାଣି

ଛତ୍ରପୁର,୩ା୫(ଦିଲ୍ଲୀପ ସାମଲ ): ଗଞ୍ଜାମ ଜିଲା ଛତ୍ରପୁରରେ ଆଜି ଘଡ଼ଘଡ଼ି ସହିତ ବର୍ଷା ହୋଇଛି । ତେବେ ହେଡ଼ କ୍ୱାଟରରେ ଥିବା ଜାତୀୟ ରାଜ ପଥରେ ସରବିସ…

ସାମ୍ବାଦିକଙ୍କ ଦାବି ପୂରଣ କରାଯାଉ: ଆଇନଜୀବୀଙ୍କ ମୁଖ୍ୟମନ୍ତ୍ରୀଙ୍କୁ ପତ୍ର, ଓ ଜାତୀୟ ମାନବ ଅଧିକାର ଆୟୋଗରେ ଅଭିଯୋଗ

କୋରାପୁଟ/ନନ୍ଦପୁର,୩।୫(ଅମିତାଭ ବେହେରା/ତୁଷାର କାନ୍ତ ମହାନ୍ତି): ଭାରତୀୟ ସମ୍ବିଧାନରେ ଗଣମାଧ୍ୟମ  ଚତୁର୍ଥ ସ୍ତମ୍ଭ । ଗଣମାଧ୍ୟମ ପ୍ରତିନିଧି ସମସ୍ତ ପ୍ରତିକୂଳ ପରିସ୍ଥିତିର ସାମନା କରି ସରକାରଙ୍କ ଶାସନ ଓ…

ପୋଖରୀରେ ବୁଡି ଦୁଇ ନାବାଳିକା ଭଉଣୀଙ୍କ ଜୀବନ ଗଲା 

ବାଲେଶ୍ୱର/ରେମୁଣା/ ସଜନାଗଡ଼, ୩।୫( ବାଞ୍ଛାନିଧି ଦେ/ ରବୀନ୍ଦ୍ର ମହାକୁଡ଼/ ପ୍ରଶାନ୍ତ ବିଶ୍ୱାଳ ): ଗାଧୋଉଥିବା ବେଳେ ଘଟିଛି ଅଘଟଣ। ପୋଖରୀରେ ବୁଡି ଦୁଇ ନାବାଳିକା ସମ୍ପର୍କୀୟ ଭଉଣୀଙ୍କ…

୨୧ ଉଚ୍ଚ ବିଦ୍ୟାଳୟର ୧୩୯୪ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ : ବ୍ଲକ ପାଇଁ ଗୌରବ ଆଣିଲେ ପ୍ରିୟଦର୍ଶିନୀ ରାଜଲକ୍ଷ୍ମୀ

ନନ୍ଦପୁର,୩ା୫(ତୁଷାର କାନ୍ତ ମହାନ୍ତି): ଦଶମ ବୋର୍ଡ ପରୀକ୍ଷାରେ କୋରାପୁଟ ଜିଲା ନନ୍ଦପୁର ବ୍ଲକର ୨୧ ଉଚ୍ଚ ବିଦ୍ୟାଳୟର ୧୩୯୪ ଛାତ୍ରୀଛାତ୍ର ଉତ୍ତୀର୍ଣ୍ଣ ହୋଇଛନ୍ତି। ପାଡୁଆ ଉଚ୍ଚ ବିଦ୍ୟାଳୟ…

ଅଂଶୁମାନ କୋରାପୁଟ ଜିଲା ଟପ୍ପର

ଜୟପୁର,୩ା୫(ପବନ ପାଣିଗ୍ରାହୀ): ଚଳିତବର୍ଷ ରାଜ୍ୟ ମାଧ୍ୟମିକ ଶିକ୍ଷା ପରିଷଦର ପରିଚାଳିତ ମ୍ୟାଟ୍ରିକ ପରୀକ୍ଷାରେ କୋରାପୁଟ ଜିଲା ଜୟପୁର ଶାରଦା ବିହାର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଛାତ୍ର ଅଂଶୁମାନ…

ମାଟ୍ରିକ ପରୀକ୍ଷାରେ ମାଲକାନଗିରିର ସଫଳତା:ଶୁଭଶ୍ରୀ ଜିଲା ଟପ୍ପର

ମାଲକାନଗିରି,୩ା୫(ଗୌରିଶଙ୍କର ପଣ୍ଡା/ଶିବଦତ୍ତ ସାହୁ): ଚଳିତବର୍ଷ ବାର୍ଷିକ ମାଧ୍ୟମିକ ପରୀକ୍ଷା ଫଳରେ ମାଲକାନଗିରି ଜିଲାର ପାସ ହାର ରାଜ୍ୟର ହାରାହାରି ପାସ ହାରଠାରୁ ଅଧିକ ରହିବା ସହ ସର୍ବାଧିକ…

ମାଟ୍ରିକ ପରୀକ୍ଷାରେ ଦୃଷ୍ଟିବାଧିତ ଛାତ୍ରୀଛାତ୍ରଙ୍କ ସଫଳତା: ଛୁଟୁଛି ପ୍ରଶଂସାର ସୁଅ

କେନ୍ଦୁଝର,୩ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରଗଡ଼ ସିଦ୍ଧମଠଠାରେ ଥିବା ମନୋଜ ମଜ୍ଞରୀ ଶିଶୁ ଭବନ ଦ୍ୱାରା ପରିଚାଳିତ ଏବଂ ରାଜ୍ୟ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri