ଆଜିଠାରୁ ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୧୯।୪ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭେଲୋର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି(ଭିଆଇଟି)ର ବହୁ ପ୍ରତୀକ୍ଷିତ ‘ଦି ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା (ଭିଆଇଟି ଇଞ୍ଜିନିୟରିଂ ଏଣ୍ଟ୍ରାନ୍ସ ଏକ୍‌ଜାମ ବା ଭିଆଇଟିଇଇଇ) ୨୦୨୪ ଏପ୍ରିଲ ୧୯ରୁ ଆରମ୍ଭ ହେଉଛି। ଏପରିକି ଭାରତର ୧୨୫ ସହର ଏବଂ ବିଦେଶର ୬ ସହରରେ ଏହି ପ୍ରବେଶିକା ପରୀକ୍ଷା ମଧ୍ୟ ସମାନ ଅବଧି ମଧ୍ୟରେ ଆୟୋଜନ କରାଯାଉଛି।

ବିଶେଷକରି ବି.ଟେକ୍‌ ଆଡମିଶନ ପାଇଁ ଭିଆଇଟି ଦ୍ୱାରା କରାଯାଇଥିବା ପ୍ରବେଶିକା ପରୀକ୍ଷା ଭିଆଇଟି ଗ୍ରୁପ୍‌ ଅଫ୍‌ ଇନ୍‌ଷ୍ଟିଚ୍ୟୁଶନ୍ସ ଯଥା ଭିଆଇଟି ଭେଲୋର, ଭିଆଇଟି ଚେନ୍ନାଇ, ଭିଆଇଟି ଆନ୍ଧ୍ରପ୍ରଦେଶ (ଏପି-ଅମରାବତୀ) ଏବଂ ଭିଆଇଟି ଭୋପାଳରେ ନାମ ଲେଖାଇବା ପାଇଁ ପ୍ରବେଶିକା ପରୀକ୍ଷା କରାଯାଉଛି। ଉଲ୍ଲେଖଯୋଗ୍ୟ, ୨୦୨୪ ଏପ୍ରିଲ୍‌ ୧୯ରୁ ୩୦ତାରିଖ ପର୍ଯ୍ୟନ୍ତ ଭାରତର ୧୨୫ ସହର ଏବଂ ବିଦେଶର ୬ ସହରରେ ଏହି ପ୍ରବେଶିକା ପରୀକ୍ଷା (ପ୍ରୋକ୍ଟେଡ୍‌ କମ୍ପ୍ୟୁଟର ଆଧାରିତ ପରୀକ୍ଷା) କେନ୍ଦ୍ର ଭାବେ ଧାର୍ଯ୍ୟ କରାଯାଇଛି।

ସୂଚନାଯୋଗ୍ୟ, ବିଦେଶର ଦୁବାଇ,ମସ୍କାଟ,କାତାର,କୁଏଟ୍‌,ସିଙ୍ଗାପୁର ଏବଂ କୁଆଲାଲମ୍ପୁର ସହରରେ ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା କେନ୍ଦ୍ର କରାଯାଇଛି। ଭାରତର ସମସ୍ତ ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ଆଶାୟୀ ଆବେଦନକାରୀମାନେ ଭିଆଇଟିଇଇଇ-୨୦୨୪ରେ ଅଂଶଗ୍ରହଣ କରିପାରିବେ। ଏହି ପ୍ରବେଶିକା ପରୀକ୍ଷାର ଫଳାଫଳ ୨୦୨୪ ମେ ୩ରେ ଭିଆଇଟିର ଅଫିସିଆଲ ଓ୍ବେବ୍‌ସାଇଟ www.vit.ac.inରେ ଉପଲବ୍ଧ ହେବ ଏବଂ ସେହିଦିନ ଅନ୍‌ଲାଇନ କାଉନସେଲିଂ ପ୍ରକ୍ରିୟା ମଧ୍ୟ ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?