ଟୁଇଟରରୁ ବିରତି ନେଲେ ‘ଦ କଶ୍ମୀର ଫାଇଲ୍ସ’ର ନିର୍ଦ୍ଦେଶକ

ମୁମ୍ବାଇ: ବଲିଉଡ ଦୁନିଆର ଆଗ ଧାଡିର ନିର୍ଦ୍ଦେଶକ ବିବେକ ଅଗ୍ନିହୋତ୍ରୀ ସୋସିଆଲ ମିଡିଆରେ ଥାଆନ୍ତି ଖୁବ୍ ଚର୍ଚ୍ଚାରେ । ପ୍ରାୟ ସମସ୍ତ ବିଷୟରେ ନିଜର ବେକାବୁ ବୟାନକୁ ନେଇ ସେ ଆସିଥାଆନ୍ତି ଚର୍ଚ୍ଚାକୁ । ଏବେ ଏହି ନିର୍ଦ୍ଦେଶକ ପୁଣିଥରେ ଆସିଛନ୍ତି ଚର୍ଚ୍ଚାକୁ । ଘଟଣା ହେଲା ନିକଟରେ ବିବେକ ତାଙ୍କ ଟୁଇଟର ଆକାଉଣ୍ଟ ବନ୍ଦ କରିବାକୁ ଘୋଷଣା କରିଛନ୍ତି । ଏ ସମ୍ପର୍କରେ ସୂଚନା ଦେଇ ସେ ନିଜ ଟୁଇଟର ଆକଉଣ୍ଟରେ ଏକ ଟୁଇଟ୍ କରିଛନ୍ତି ।
ସୋସିଆଲ ମିଡିଆରେ ଆକ୍ଟିଭ ରହୁଥିବା ଏହି ନିର୍ଦ୍ଦେଶକ ଟୁଇଟରରୁ ବିରତି ନେବା ଜଣାପଡିବା ପରେ ଯେ କେହି ଆଶ୍ଚର୍ଯ୍ୟ ହୋଇ ଯାଇଛନ୍ତି । ଟୁଇଟ କରି ବିବେକ ଲେଖିଛନ୍ତି, ବର୍ତ୍ତମାନ ମୋ ପାଇଁ ସମୟ କିଛି ଭଲ ଚିନ୍ତା କରିବାର, ସେଥିପାଇଁ ମୁଁ କିଛି ସମୟ ପାଇଁ ଟୁଇଟର ଆକାଉଣ୍ଟକୁ ଡିଆକ୍ଟିଭେଟ କରୁଛି । ଖୁବଶୀଘ୍ର ସାକ୍ଷାତ୍ ହେବ । ବିବେକଙ୍କ ଏହି ଟୁଇଟ ଦେଖିବା ପରେ ସୋସିଆଲ ମିଡିଆରେ ଭିନ୍ନ ଭିନ୍ନ ପ୍ରକାର କମେଣ୍ଟ ଆସିବାରେ ଲାଗିଛି । ଏହାସହ କତେଜଣ ୟୁଜର୍ସ ତାଙ୍କୁ ଟ୍ରୋଲ ବି କରିଛନ୍ତି ।
କେହି କେହି କମେଣ୍ଟ କରିଛନ୍ତି ଠିକ ସମୟରେ ଠିକ୍ ନିଷ୍ପତ୍ତି । ଆଉ କେହି ଲେଖିଛନ୍ତି ଦିଲ୍ଲୀ ଫାଇଲ୍ସ ପାଇଁ ସମୟ ମିଳିବ । ଆଉ କିଏ କହିଛି ନୂଆ ଚିନ୍ତା ମୁଣ୍ଡକୁ ଆସିବ । ଏହାକୁ ଦେଖି ଅନୁମାନ କରାଯାଉଛି କି ବିବେକ ହୁଏତ କିଛି ନୂଆ ଫିଲ୍ମର ଘୋଷଣା କରିବାକୁ ଯାଇ ଟୁଇଟରରୁ ଦୂରେଇ ଯାଇଛନ୍ତି । ଆଉ କେହି ଲେଖିଛନ୍ତି ଆପଣଙ୍କ ଆଗାମୀ ପ୍ରୋଜେକ୍ଟ ପାଇଁ ଗୁଡ ଲକ । ଆଉ କେହି ଲେଖିଛନ୍ତି ଏହି ଦିନକୁ ଅପେକ୍ଷା ଥିଲା ଅଲ ଦ ବେଷ୍ଟ । ଆଉ ଜଣେ ୟୁଜର ଲେଖିଛନ୍ତି କିଛି ସମୟ ପାଇଁ ନୁହେଁ ସବୁଦିନ ପାଇଁ ଟୁଇଟରରୁ ବିରତି ନିଅନ୍ତୁ ଏହା ଦେଶପାଇଁ ହିତକର ହେବ । ଆଉ କେହି ଲେଖିଛନ୍ତି ଆପଣଙ୍କ ଇଚ୍ଛା ।


Enter your email to get our daily news in your inbox.

All Right Reserved By Dharitri.Com

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri