‘ଦ କଶ୍ମୀର ଫାଇଲ୍‌’ର ନିର୍ଦ୍ଦେଶକଙ୍କୁ ମିଳିଲା ଓ୍ବାଇ ସୁରକ୍ଷା

ମୁମ୍ବାଇ,୧୮।୩: ବଲିଉଡ୍‌ ଫିଲ୍ମ ‘ଦ କଶ୍ମୀର ଫାଇଲ’ ବର୍ତ୍ତମାନ ଚର୍ଚ୍ଚାରେ ରହିଛି। ବକ୍ସ ଅଫିସ୍‌ରେ ଧମାଲ୍‌ କରିଥିବା ଏହି ଫିଲ୍ମ ୬ଦିନରେ ପ୍ରାୟ ୮୦କୋଟି ଟଙ୍କା ଆୟ କରିସାରିଲାଣି। ଏହି ଫିଲ୍ମକୁ ଅନେକ ରାଜ୍ୟରେ ଟିକସମୁକ୍ତ କରାଯାଇଛି। କେବଳ ଏତିକି ନୁହେଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଏହି ଚଳଚ୍ଚିତ୍ରର ପ୍ରଶଂସା କରିଛନ୍ତି। ଇତିମଧ୍ୟରେ ଏହି ଫିଲ୍ମର ନିର୍ଦ୍ଦେଶକ ବିବେକ ଅଗ୍ନିହୋତ୍ରୀଙ୍କୁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଓ୍ବାଇ ବର୍ଗର ସୁରକ୍ଷା ପ୍ରଦାନ କରାଯାଇଛି। ଇଣ୍ଟେଲିଜେନ୍ସ ବ୍ୟୁରୋର ଥ୍ରେଟ୍‌ ପରସେପଶନ୍‌ ରିପୋର୍ଟକୁ ଆଧାର କରି ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ବିବେକଙ୍କୁ ଏହି ସୁରକ୍ଷା ପ୍ରଦାନ କରିଛି। ଅର୍ଥାତ୍‌ ବିବେକ ଅଗ୍ନିହୋତ୍ରୀ ଭାରତର ଯେଉଁ ସ୍ଥାନକୁ ଯିବେ ସେଠାକୁ ସିଆରପିଏଫ୍‌ ଯବାନ ମଧ୍ୟ ତାଙ୍କ ସାଙ୍ଗରେ ରହିବେ। ସୂଚନାଯୋଗ୍ୟ, ଓ୍ବାଇ ବର୍ଗର ସୁରକ୍ଷାରେ ମୋଟ ୮ଜଣ ସୁରକ୍ଷାକର୍ମୀ ନିୟୋଜିତ ହୋଇଥାନ୍ତି। ଏଥିରେ ଯେଉଁ ଭିଆଇପିଙ୍କୁ ସୁରକ୍ଷା ଦିଆଯାଇଥାଏ, ତାଙ୍କ ଘରେ ୫ଟି ଆମର୍ଡ ଷ୍ଟାଟିକ ଗାର୍ଡ ଲଗାଯାଇଥାଏ। ଏଥିସହ ତିନୋଟି ସିଫ୍ଟରେ ୩ପିଏସ୍‌ଓ ସୁରକ୍ଷା ପ୍ରଦାନ କରାଯାଇଥାଏ। ସୂଚନା ମୁତାବକ, ବିବେକ ଅଗ୍ନିହୋତ୍ରୀଙ୍କ ନିର୍ଦ୍ଦେଶରେ ନିର୍ମାଣ ହୋଇଥିବା ଏହି ଫିଲ୍ମରେ କଶ୍ମୀରୀ ପଣ୍ଡିତମାନଙ୍କ ଉପରେ ହୋଇଥିବା ଅତ୍ୟାଚାର ଏବଂ ଉପତ୍ୟକାରୁ ପଳାୟନ କରିଥିବା କାହାଣୀ ଉପରେ ଆଧାରିତ। ଏଥିରେ କଶ୍ମୀରୀ ପଣ୍ଡିତଙ୍କ କାହାଣୀକୁ ଦେଖିବା ପରେ ଦର୍ଶକମାନେ ଭାବପ୍ରବଣ ହୋଇପଡିଛନ୍ତି। ଅନ୍ୟପଟେ ଏହି ଫିଲ୍ମକୁ ନେଇ ରାଜନୀତି ସରଗରମ ମଧ୍ୟ ହୋଇଛି। ଅନେକ ନେତା ଏବଂ ରାଜନେତାମାନେ ଏହାକୁ ନେଇ ପ୍ରତିକ୍ରିୟାଶୀଳ ହୋଇପଡ଼ିଥିବା ବେଳେ ଆଉ କେତେକ ଏହାକୁ ବିରୋଧ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri