Posted inଜାତୀୟ

ବିବେକ ଯୋଶୀ ନୂଆ ନିର୍ବାଚନ କମିଶନର ନିଯୁକ୍ତ

ନୂଆଦିଲ୍ଲୀ,୧୮।୨: ହରିୟାଣାର ମୁଖ୍ୟ ସଚିବ ଭାବରେ କାର୍ଯ୍ୟ କରିଥିବା ଡକ୍ଟର ବିବେକ ଯୋଶୀଙ୍କୁ ଏବେ ଭାରତୀୟ ନିବାଚନ କମିଶନରେ ନିର୍ବାଚନ କମିଶନର ଭାବରେ ନିଯୁକ୍ତ କରାଯାଇଛି। ବିବେକ ଯୋଶୀଙ୍କୁ ସୋମବାର (୧୭ ଫେବୃଆରୀ, ୨୦୨୫) ରେ ନିଯୁକ୍ତ କରାଯାଇଥିଲା। ବିବେକ ହରିୟାଣା କ୍ୟାଡରର ୧୯୮୯ବ୍ୟାଚର ଜଣେ ବରିଷ୍ଠ ଆଇଏଏସ୍‌ ଅଧିକାରୀ, ଯାହାଙ୍କୁ ଗତ ବର୍ଷ ନଭେମ୍ବରରେ ହରିୟାଣାର ମୁଖ୍ୟ ସଚିବ ଭାବରେ ଦାୟିତ୍ୱ ଦିଆଯାଇଥିଲା।
ବିବେକ ଯୋଶୀଙ୍କ ନିଯୁକ୍ତି ପତ୍ରରେ କୁହାଯାଇଛି, ‘ମୁଖ୍ୟ ନିର୍ବାଚନ କମିଶନର ଏବଂ ଅନ୍ୟାନ୍ୟ ନିର୍ବାଚନ କମିଶନର (ନିଯୁକ୍ତି, ସେବା ସର୍ତ୍ତାବଳୀ ଏବଂ କାର୍ଯ୍ୟକାଳ) ଆଇନ, ୨୦୨୩ (୨୦୨୩ର ଆଇନ ନମ୍ବର ୪୯) ର ଧାରା ୪ ଦ୍ୱାରା ପ୍ରଦତ୍ତ କ୍ଷମତା ବ୍ୟବହାର କରି, ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଡକ୍ଟର ବିବେକ ଜୋଶୀ, ଆଇଏଏସ (ଏଚଓ୍ବାଇ:୧୯୮୯)ଙ୍କୁ ଭାରତୀୟ ନିର୍ବାଚନ କମିଶନରେ ନିର୍ବାଚନ କମିଶନର ଭାବରେ ନିଯୁକ୍ତି ଦେଉଛନ୍ତି, ଯାହା ସେ ଦାୟିତ୍ୱ ଗ୍ରହଣ କରିବା ତାରିଖରୁ କାର୍ଯ୍ୟକାରୀ ହେବ।
ବୈଠକର ଏହି ପ୍ୟାନେଲରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କୁ ମଧ୍ୟ ସାମିଲ କରାଯାଇଥିଲା। ଏହି ବୈଠକ ସାଉଥ ବ୍ଲକରେ ଅବସ୍ଥିତ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ହୋଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ବୈଦେଶିକ ମୁଦ୍ରାଭଣ୍ଡାରରେ ୧୧ ବିଲିୟନ ଡଲାର ବୃଦ୍ଧି

ନୂଆଦିଲ୍ଲୀ,୫ା୯: ଅଗଷ୍ଟ ୨୮ ସୁଦ୍ଧା ଶେଷ ହୋଇଥିବା ସପ୍ତାହରେ ଭାରତର ବୈଦେଶିକ ମୁଦ୍ରାଭଣ୍ଡାର ପରିମାଣରେ ୧୧.୪୭୫ ବିଲିୟନ ଡଲାର ବୃଦ୍ଧି ଘଟିବା ସହ ମୋଟ ଭଣ୍ଡାର ପରିମାଣ…

୧.୮୫ କୋଟି ଗ୍ରାହକଙ୍କ ସହ ଜିଓ ଓଡ଼ିଶାରେ ଅଗ୍ରଣୀ

ଭୁବନେଶ୍ୱର, ୫ା୯: ସାରା ଦେଶ ସହ ଓଡ଼ିଶାରେ ମଧ୍ୟ ରିଲାଏନ୍ସ ଜିଓ ୫ ସେପ୍ଟେମ୍ବର ୨୦୧୬ରେ ବ୍ୟବସାୟିକ ଟେଲିସେବା ଆରମ୍ଭ କରିଥିଲା। ୧୦ ବର୍ଷ ମଧ୍ୟରେ ଜିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri