ରାଷ୍ଟ୍ରପତି ହେଲେ ବନ୍ଦ ହେବ ଏଫବିଆଇ, ୭୫ ପ୍ରତିଶତ ଫେଡେରାଲ କର୍ମଚାରୀ ଦେଖିବେ ବାହାରର ରାସ୍ତା, ବିବେକ ରାମସ୍ବାମୀଙ୍କ ଦାବି

ଓ୍ବାଶିଂଟନ,୧୪।୯: ଆମେରିକାରେ ରାଷ୍ଟ୍ରପତି ନିର୍ବାଚନରେ ରିପବ୍ଲିକାନ ପାର୍ଟିରୁ ପ୍ରାର୍ଥୀ ଦାବି କରୁଥିବା ଭାରତୀୟ ମୂଳ ଆମେରିକୀୟ ବିବେକ ରାମସ୍ବାମୀ ଏକ ଚକିତ କରିବା ଭଳି କଥା କହିଛନ୍ତି। ସେ କହିଛନ୍ତି ଯେ ଯଦି ସେ ୨୦୨୪ ନିର୍ବାଚନରେ ବିଜୟୀ ହୁଅନ୍ତି ତେବେ ସେ ୭୫ପ୍ରତିଶତରୁ ଅଧିକ ଫେଡେରାଲ ୱାର୍କଫୋର୍ସ ବା ସଂଘୀୟ କର୍ମଚାରୀଙ୍କୁ ବରଖାସ୍ତ କରିବେ ଏବଂ ଏଫବିଆଇ ପରି ଅନେକ ପ୍ରମୁଖ ଏଜେନ୍ସି ବନ୍ଦ କରିବେ।

ଆମେରିକାର ନ୍ୟୁଜ ୱେବସାଇଟ ଆକ୍ସିଓସକୁ ଦେଇଥିବା ଏକ ସାକ୍ଷାତକାରରେ ରାମସ୍ବାମୀ କହିଛନ୍ତି ଯେ ଶିକ୍ଷା ବିଭାଗ, ଏଫବିଆଇ, ମଦ୍ୟପାନ, ତମାଖୁ, ଅସ୍ତ୍ରଶସ୍ତ୍ର ଏବଂ ବିସ୍ଫୋରକ ସାମଗ୍ରୀ, ଆଣବିକ ନିୟାମକ ଆୟୋଗ, (ଆଭ୍ୟନ୍ତରୀଣ ରାଜସ୍ବ ସେବା) ଆଇଆରଏସ ଏବଂ ବାଣିଜ୍ୟ ବିଭାଗ ହେବ।
ସେ କହିଛନ୍ତି ଯେ ଆମେ ପ୍ରଥମ ଦିନରୁ ଆରମ୍ଭ କରିବୁ ଏବଂ ପ୍ରଥମ ବର୍ଷ ଶେଷ ସୁଦ୍ଧା ଆମେ ୫୦ପ୍ରତିଶତ ହ୍ରାସ କରିବାକୁ ଚାହୁଁଛୁ। ରାମସ୍ବାମୀ (୩୮) କହିଛନ୍ତି ଯେ, ମନେରଖନ୍ତୁ ଯେ ଏହି କର୍ମଚାରୀଙ୍କ ମଧ୍ୟରୁ ୩୦ପ୍ରତିଶତ ଆସନ୍ତା ପାଞ୍ଚ ବର୍ଷ ମଧ୍ୟରେ ଅବସର ନେବାକୁ ଯୋଗ୍ୟ ଅଟନ୍ତି। ଏଥିରେ କୌଣସି ସନ୍ଦେହ ନାହିଁ, କିନ୍ତୁ ଏହା ଯେତିକି ପାଗଳାମି ନୁହେଁ ଯେତିକି ଅନୁଭବ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri