Posted inଜାତୀୟ

ଭାରତର ସାମର୍ଥ୍ୟ ସମ୍ପର୍କରେ ସୂଚନା ଦେଇଥିଲେ ବିବେକାନନ୍ଦ

ନୂଆଦିଲ୍ଲୀ,୧୨।୧: ଭାରତର ପ୍ରକୃତ ସାମର୍ଥ୍ୟ ସମ୍ପର୍କରେ ସ୍ବାମୀ ବିବେକାନନ୍ଦ ସୂଚନା ଦେଇଥିଲେ। ତାଙ୍କର ଅମର ବାଣୀ ଦେଶବାସୀଙ୍କୁ ସବୁବେଳେ ପ୍ରେରଣା ଦେଉଥିବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି। ମଙ୍ଗଳବାର ସ୍ବାମୀ ବିବେକାନନ୍ଦଙ୍କ ଜୟନ୍ତୀ ଅବସରରେ ଆୟୋଜିତ ଜାତୀୟ ଯୁବ ସଂସଦ ମହୋତ୍ସବରେ ଭିଡ଼ିଓ କନଫରେନ୍ସିଂରେ ଯୋଗଦେଇ ମୋଦି ଏଭଳି କହିଛନ୍ତି। ପ୍ରଧାନମନ୍ତ୍ରୀ ସ୍ବାମୀଜୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରି କହିଛନ୍ତି ଯେ, ୧୨୮ ବର୍ଷ ତଳେ ୧୮୯୩ ସେପ୍ଟେମ୍ବର ୧୧ରେ ଆମେରିକାର ସିକାଗୋରେ ଆୟୋଜିତ ବିଶ୍ୱ ଧର୍ମ ସମ୍ମିଳନୀରେ ତାଙ୍କର ଅଭିଭାଷଣ ଇତିହାସ ସୃଷ୍ଟି କରିଥିଲା। ବିଶ୍ୱସ୍ତରରେ ଭାରତ ପାଇଁ ସେ ପରିଚିତି ଆଣି ଦେଇଥିଲେ। ଦେଶର ଭବିଷ୍ୟତ ଯୁବଶକ୍ତି ଉପରେ ନିର୍ଭର କରେ। ନିର୍ଭୟ, ବିବେକବାନ, ସାହସୀ ଏବଂ ଅକାଂକ୍ଷୀ ଯୁବବର୍ଗ ନୂଆ ଭାରତର ମୂଳଦୁଆ ପଡ଼ିବ ବୋଲି ବିବେକାନନ୍ଦ କହୁଥିଲେ। ଏହା ଏବେ ସତ୍ୟରେ ପରିଣତ ହୋଇଥିବା ମୋଦି କହିଛନ୍ତି। ସୂଚନାଯୋଗ୍ୟ, ସ୍ବାମୀ ବିବେକାନନ୍ଦ ୧୮୬୩ ଜାନୁୟାରୀ ୧୨ରେ କୋଲକାତାଠାରେ ଜନ୍ମଗ୍ରହଣ କରିଥିଲେ। ୧୯୦୨ ଜୁଲାଇ ୪ରେ ହାଓ୍ବାଡ଼ାସ୍ଥିତ ବେଲୁର ମଠଠାରେ ସେ ଦେହତ୍ୟାଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Rule Change From 1st August: ପହିଲାରୁ ବଦଳିବ ଏହି ୫ ବଡ଼ ନିୟମ! LPG, ବ୍ୟାଙ୍କ ଠାରୁ ନେଇ ଟ୍ରେନ୍ ଟିକେଟ୍ ପର୍ଯ୍ୟନ୍ତ ପଡିବ ପ୍ରଭାବ, ଜାଣନ୍ତୁ…

ନୂଆଦିଲ୍ଲୀ, ୨୮।୭: ଜୁଲାଇ ମାସ ଶେଷ ହେବାକୁ ଯାଉଛି, ଏବଂ ଚାରି ଦିନ ପରେ ଅର୍ଥାତ୍ ଅଗଷ୍ଟ ମାସ ଆରମ୍ଭ ହେବା ସହ ଅନେକ ବଡ଼ ପରିବର୍ତ୍ତନ…

ସରକାରଙ୍କୁ ପୁଣି ବଡ଼ ଆନ୍ଦୋଳନର ଧମକ ଦେଲେ ଅଭିଜିତ ଦିପ୍‌କେ, କହିଲେ ସର୍ତ୍ତ ନ ରଖିଲେ…

ନୂଆଦିଲ୍‌ଲୀ,୨୮।୭: କକରୋଚ ଜନତା ପାର୍ଟି (CJP) ର ସଂସ୍ଥାପକ ଅଭିଜିତ୍ ଦୀପକେ ପୁଣି ଥରେ ଆନ୍ଦୋଳନର ଚେତାବନୀ ଦେଇଛନ୍ତି। ସେ କହିଛନ୍ତି ଯେ ଯଦି ପୋଲିସ ପକ୍ଷରୁ…

ଭଦ୍ରକରେ ବୁଧବାର ସମସ୍ତ ସ୍କୁଲ-ଅଙ୍ଗନବାଡ଼ି ଛୁଟି

ଭଦ୍ରକ,୨୮।୭: ପ୍ରବଳ ବର୍ଷା ଏବଂ ଖରାପ ପାଗକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଆସନ୍ତାକାଲି ଅର୍ଥାତ ବୁଧବାର ଜିଲାର…

ଛାତ୍ର ଆନ୍ଦୋଳନକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି, ଗିରଫ ଛାତ୍ରଙ୍କୁ ମୁକ୍ତ କର…

ନୂଆଦିଲ୍‌ଲୀ,୨୮।୭: ମଙ୍ଗଳବାର, ସୁପ୍ରିମକୋର୍ଟ ଛାତ୍ର ପ୍ରଦର୍ଶନରେ ସାମିଲ ଥିବା ପ୍ରତିବାଦକାରୀଙ୍କୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ବିଭିନ୍ନ ଆବେଦନର ଶୁଣାଣି ସମୟରେ, କୋର୍ଟ କହିଛନ୍ତି ଯେ ଦିଲ୍ଲୀର…

ସଂସଦରେ ପ୍ରିୟଙ୍କାଙ୍କୁ କଟାକ୍ଷ କଲେ ରିଜିଜୁ; ‘ରାହୁଲଙ୍କ ଭାଷଣ ଚୋରି କରିଦେଲେ…

ନୂଆଦିଲ୍ଲୀ,୨୮।୭: ମଙ୍ଗଳବାର ଲୋକ ସଭାରେ ପେପର ଲିକ ବିରୋଧୀ ପ୍ରସଙ୍ଗ ଉପରେ ଆଲୋଚନା ହୋଇଥିଲା। ପ୍ରିୟଙ୍କା ଗାନ୍ଧୀ ଭଦ୍ରା ମଧ୍ୟ କଂଗ୍ରେସ ଦଳ ପକ୍ଷରୁ ଭାଷଣ ଦେଇଥିଲେ।…

ସରକାରଙ୍କ ବଡ଼ ଘୋଷଣା ରାକ୍ଷୀ ପୂର୍ଣ୍ଣିମାଠାରୁ ପ୍ରତି ମାସରେ ମହିଳାଙ୍କ ଖାତାକୁ ଆସିବ ୨୫୦୦ଟଙ୍କା

ନୂଆଦିଲ୍ଲୀ,୨୮।୭: ରକ୍ଷା ବନ୍ଧନ ପୂର୍ବରୁ, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କ୍ୟାବିନେଟ ନିଷ୍ପତ୍ତି ମାଧ୍ୟମରେ ଦିଲ୍ଲୀର ଭଉଣୀମାନଙ୍କୁ…

କଙ୍ଗନାଙ୍କ ବିବାଦୀୟ ବୟାନର ଜବାବ ରଖିଲା CJP

ନୂଆଦିଲ୍ଲୀ,୨୮।୭: ଭାଜପା ଏମପି କଙ୍ଗନା ରାଣାୱତଙ୍କ Gen-Z ସମ୍ପର୍କରେ ମନ୍ତବ୍ୟକୁ ନେଇ ବିବାଦ ଦେଖାଦେଇଛି; ସେ Gen-Zକୁ ‘ଜେନେରେଶନ ଗଟର’ ବୋଲି କହିଥିଲେ। ‘କକ୍ରୋଚ ଜନତା ପାର୍ଟି’ର…

ଅଧିନାୟକ ବଦଳରେ ଅଧିନାୟକ… ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପାଇଁ ମୁମ୍ବାଇ ଇଣ୍ଡିଆନ୍ସକୁ ସବୁଠାରୁ ବଡ଼ ପ୍ରସ୍ତାବ ଦେଇଛି ଦିଲ୍ଲୀ କ୍ୟାପିଟାଲ୍ସ

ନୂଆଦିଲ୍ଲୀ,୨୮।୭: ପାଞ୍ଚଥରର IPL ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ଆଗାମୀ ସିଜିନ ପୂର୍ବରୁ ସେମାନଙ୍କର ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ Trade କରିବାକୁ ମନସ୍ଥ କରିସାରିଛି। ଅନେକ ଦଳ ହାର୍ଦ୍ଦିକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri