Posted inଖେଳ

ଭିଭୋ ହାତରୁ ଖସିଲା ଆଇପିଏଲ ଟାଇଟଲ ସ୍ପନସରଶିପ୍‌

ନୂଆଦିଲ୍ଲୀ,୧୧।୧: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ)ର ଟାଇଟଲ ସ୍ପନସର ଦାୟିତ୍ୱରୁ ଓହରି ଯାଇଛି ଫୋନ ନିର୍ମାତା କମ୍ପାନୀ ଭିଭୋ। ପରବର୍ତ୍ତୀ ଦୁଇ ସିଜନ ଲାଗି ଏହି ଦାୟିତ୍ୱ ଟାଟା କମ୍ପାନୀକୁ ଦିଆଯିବ। ଏ ନେଇ ମଙ୍ଗଳବାର ଆଇପିଏଲ ଗଭର୍ନିଂ କାଉନ୍ସିଲ ବୈଠକରେ ନିଷ୍ପତ୍ତି ନିଆଯାଇଛି।

ଆଇପିଏଲ ସ୍ପନସରଶିପ୍‌ରୁ ଓହରିବା ପାଇଁ ଚାଇନିଜ ଫୋନ ନିର୍ମାତା କମ୍ପାନୀ ପକ୍ଷରୁ ଅନୁରୋଧ କରାଯାଇଥିଲା। ଭିଭୋ ସହ କରାଯାଇଥିବା ସ୍ପନସରଶିପ୍‌ ଚୁକ୍ତିରେ ଆହୁରି ଦୁଇ ବର୍ଷ ଅଛି। ଏହି ଦୁଇ ସିଜନରେ ଟାଟା କମ୍ପାନୀ ପାଖରେ ଆଇପିଏଲର ସ୍ପନସରଶିପ୍‌ ରହିବ। ଏଣୁ ଲିଗ୍‌କୁ ଏବେଠୁ ଟାଟା ଆଇପିଏଲ କୁହାଯିବ।

ଏହାକୁ ସ୍ପଷ୍ଟ କରିଛନ୍ତି ଗଭର୍ନିଂ କାଉନ୍ସିଲରେ ଯୋଗ ଦେଇଥିବା କିଛି ବିସିସିଆଇ ଅଧିକାରୀ। “ଆଇପିଏଲ ସ୍ପନସରଶିପ୍‌ ଚୁକ୍ତିରୁ ଓହରିବାକୁ ଭିଭୋ ଅନୁରୋଧ କରିଥିଲା। ଏହାକୁ ବୈଠକରେ ସୀକୃତି ମିଳିଛି। ଟାଇଟଲ ଅଧିକାର ବାବଦକୁ ବିସିସିଆଇ ସମାନ ରୋଜଗାର କରିବ” ବୋଲି ଜଣେ ଅଧିକାରୀ କହିଛନ୍ତି।

୨୦୧୮ରେ ଭିଭୋ ବାର୍ଷିକ ୪୪୦ କୋଟି ଟଙ୍କା ଖର୍ଚ୍ଚରେ ଆଇପିଏଲ ଟାଇଟଲ ସ୍ପନସରଶିପ୍‌ ଅଧିକାର ହାତେଇଥିଲା। କିନ୍ତୁ ୨୦୨୦ରେ ଭାରତ ଓ ଚାଇନା ମଧ୍ୟରେ ସୀମା ବିବାଦ କାରଣରୁ ଭିଭୋ ସେହି ବର୍ଷ ପାଇଁ ଚୁକ୍ତିରୁ ବିରତି ନେଇଥିଲା। ଏଥିଯୋଗୁ ଏହି ଅଧିକାର ଦିଆଯାଇଥିଲା ଡ୍ରିମ୍‌ ୧୧କୁ।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ଟି-୨୦ ବିଶ୍ୱକପ: ହସରଙ୍ଗା ଓ ବ୍ରେସୱେଲ୍ ବାଦ୍, ଭାରତୀୟ ଶିବିରରେ ଚିନ୍ତାର କଲା ବାଦଲ

ମୁମ୍ବାଇ,୧୦।୨: ଚଳିତ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ରେ ଶ୍ରୀଲଙ୍କା ଏବଂ ନ୍ୟୁଜିଲାଣ୍ଡ ଦଳକୁ ବଡ଼ ଝଟ୍‌କା ଲାଗିଛି। ଆହତ ସମସ୍ୟା କାରଣରୁ ଶ୍ରୀଲଙ୍କାର ୱାନିନ୍ଦୁ ହସରଙ୍ଗା ଏବଂ…

ଟି-୨୦ ବିଶ୍ୱକପ: ଭାରତ ବିପକ୍ଷ ମ୍ୟାଚ୍ ପାଇଁ ପାକିସ୍ତାନର ‘ୟୁ-ଟର୍ଣ୍ଣ’, ଆଇସିସି ଦେଲା ବଡ଼ ପ୍ରତିଶ୍ରୁତି

ନୂଆଦିଲ୍ଲୀ,୧୦।୨: ଚାଲିଥିବା ଟି-୨୦ ବିଶ୍ୱକପରେ ଭାରତ ବିପକ୍ଷ ମ୍ୟାଚ୍‌କୁ ବର୍ଜନ କରିବାକୁ ଘୋଷଣା କରିଥିବା ପାକିସ୍ତାନ ଶେଷରେ ନିଜ ନିଷ୍ପତ୍ତି ବଦଳାଇଛି। ICC ପାକିସ୍ତାନ କ୍ରିକେଟ ବୋର୍ଡ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ଶକ୍ତି ଉତ୍ତୋଳନରେ ରାୟଗଡ଼ା ଜିଲା କ୍ରୀଡ଼ାବିତ୍‌ଙ୍କ ବାଜିମାତ୍‌: ୩ଦିନରେ ୫ ସ୍ୱର୍ଣ୍ଣ, ୪ ରୌପ୍ୟ ଏବଂ ଗୋଟିଏ କାଂସ୍ୟ ପଦକ…

ରାୟଗଡ଼ା,୧୦।୨(ଆଶିଷ ରଞ୍ଜନ ପଣ୍ଡା)- ଓଡ଼ିଶା ଶକ୍ତି ଉତ୍ତୋଳନ ସଂଘ ପକ୍ଷରୁ ଭୁବନେଶ୍ୱର ସ୍ଥିତ ଉତ୍କଳ କରାଟେ ବିଦ୍ୟାଳୟଠାରେ ୬ରୁ ୮ ତାରିଖ ତିନିଦିନିଆ ୩୨ତମ ରାଜ୍ୟ ଶକ୍ତି…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri