ଆର୍ଥିକ ସଙ୍କଟ ସୃଷ୍ଟି ହେବ ନାହିଁ: ସୌରଭ ଗାଙ୍ଗୁଲି

ନୂଆଦିଲ୍ଲୀ,୯।୮(ପି.ଟି.): ଚାଇନା ମୋବାଇଲ କମ୍ପାନୀ ଭିଭୋ ସହ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଟାଇଟଲ ସ୍ପୋନ୍ସରଶିପ୍‌ ବାତିଲ ଘଟଣା ନେଇ ମୁହଁ ଖୋଲିଛନ୍ତି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସଭାପତି ସୌରଭ ଗାଙ୍ଗୁଲି। ଏହା ଏକ ନିହାତି ମାମୁଲି ଝଟ୍‌କା। ଏହା ଦ୍ୱାରା ଆର୍ଥିକ ସଙ୍କଟ ସୃଷ୍ଟି ହେବ ନାହିଁ ବୋଲି ସେ ସ୍ପଷ୍ଟ କରିଛନ୍ତି।
ୟୁନାଇଟେଡ ଆରବ ଏମିରେଟ୍ସ (ୟୁଏଇ) ଆଇପିଏଲ୍‌ ସେପ୍ଟେମ୍ବର ୧୯ରୁ ଆରମ୍ଭ ହେବାର କାର୍ଯ୍ୟକ୍ରମ ରହିଛି। ହାତରେ ଆଉ ମାତ୍ର ଅଳ୍ପ ଦିନ ରହିଥିବା ବେଳେ ବିସିସିଆଇ ଓ ଭିଭୋ ଗତ ଗୁରୁବାର ଟାଇଟଲ ସ୍ପୋନ୍ସରଶିପ୍‌ ନେଇ ହୋଇଥିବା ଚୁକ୍ତିକୁ ସହମତିରେ ବାତିଲ କରିଥିଲେ। ତେବେ ଏହା ଦ୍ୱାରା ସେଭଳି କିଛି ଫରକ ପଡିବ ନାହିଁ ବୋଲି ସେ କହିଛନ୍ତି। ୨୦୧୮ରୁ ୨୦୨୨ ପର୍ଯ୍ୟନ୍ତ ଭିଭୋ ୨୧୯୦ କୋଟି ଟଙ୍କା ବିନିମୟରେ ଆଇପିଏଲ ଟାଇଟଲ ସ୍ପୋନ୍ସରଶିପ୍‌ ରାଇଟ୍‌ ହାସଲ କରିଥିଲା। ବର୍ଷକୁ ପାଖାପାଖି ୪୪୦ କୋଟି ଟଙ୍କା ଭିଭୋ ପ୍ରଦାନ କରୁଥିଲା। ଏହି ଅର୍ଥର ଅଧା ପ୍ରାଞ୍ଚାଇଜ୍‌ମାନେ ସମାନଭାବେ ବାଣ୍ଟ କରି ନେଉଥିଲେ। ତେଣୁ ଏହାକୁ ଏକ ବଡ଼ ଆର୍ଥତ୍କ କ୍ଷତି ବୋଲି କହିବି ନାହିଁ। ଏହା ଏକ ମାମୁଲ ଝଟ୍‌କା ବୋଲି ଗାଙ୍ଗୁଲି ଶିକ୍ଷା ପୁସ୍ତକ ପ୍ରକାଶକ ଏସ୍‌. ଚାନ୍ଦ ଗ୍ରୁପ୍‌ର ଏକ ଓ୍ବେବିନାରରେ ଅଂଶଗ୍ରହଣ କରିବା ଅବସରରେ କହିଛନ୍ତି। ବିସିସିଆଇ ଏକ ଶକ୍ତିଶାଳୀ ତଥା ଦୃଢ଼ ଅନୁଷ୍ଠାନ। କ୍ରିକେଟ, ଖେଳାଳି, ପ୍ରଶାସକମାନେ ଏହାକୁ ଦୃଢ଼ କରାଇବାରେ ମୁଖ୍ୟ ଭୂମିକା ଗ୍ରହଣ କରିଛନ୍ତି। ତେଣୁ ଏଭଳି ମାମୁଲି ଝଟ୍‌କୁ ବିସିସିଆଇ ଅତି ସହଜରେ ସମ୍ଭାଳିବାର କ୍ଷମତା ରଖୁଛି। ଏଭଳି ପରିସ୍ଥିତି ପାଇଁ ବିସିସିଆଇ ସବୁବେଳେ ପ୍ଲାନ ବି’ ଅର୍ଥାତ୍‌ ବିକଳ୍ପ ସମାଧାନ ପନ୍ଥା ରଖିଥାଏ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri