ପାଣ୍ଡିଆନଙ୍କ କଡ଼ା କାଉଣ୍ଟର

ଭୁବନେଶ୍ୱର,୧୧।୫: ରଘୁନାଥପାଲ୍ଲୀରେ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଜୋରଦାର ପ୍ରଚାର କରିଛନ୍ତି । ଜନସଭାରେ ଯୋଗ ଦେଇ ବିକାଶମୂଳକ କାମର ହିସାବ ଦେବା ସହ ବିରୋଧୀ ଭାଜପାକୁ ତୁହାକୁ ତୁହା ଆକ୍ରମଣ କରି ଲହୁ ଲୁହାଣ କରିଛନ୍ତି ପାଣ୍ଡିଆନ । ସେପଟେ କନ୍ଧମାଳ ଓ ବଲାଙ୍ଗୀରରେ ମୋଦି ନଛୋଡବନ୍ଧା ଆକ୍ରମଣ କରୁଥିବାବେଳେ ଏପଟେ ପାଣ୍ଡିଆନ ମଧ୍ୟ ଭାଜପା ଓ କେନ୍ଦ୍ରମନ୍ତ୍ରୀଙ୍କୁ ନାଁ ନ ନେଇ ଟାର୍ଗେଟ କରିବାରେ ଲାଗିଛନ୍ତି।

ରଘୁନାଥପାଲ୍ଲୀରେ ଶନିବାର ପ୍ରଚାର କରି ସେ କହିଛନ୍ତି, ୨୦୧୪ରେ ଭାଜପା ୨ କୋଟି ଚାକିରି ଦେବାକୁ କହିଥିଲା, ୧୦ ବର୍ଷରେ ଓଡ଼ିଶାବାସୀ ୮୦ ଲକ୍ଷ ଲୋକ ଚାକିରି ପାଇବା କଥା । କିନ୍ତୁ କ୍ଷମତାକୁ ଆସିଲେ ଭାଜପା ସବୁ କିଛି ଭୁଲିଯାଏ । ଦରଦାମ ହ୍ରାସ କରିବାକୁ କହି କ୍ଷମତାକୁ ଆସିଥିଲା ଭାଜପା । କିନ୍ତୁ ସରକାରକୁ ଆସିବା ପରେ ହୁ ହୁ ହୋଇ ଦର ବଢୁଛି । ନବୀନ ସରକାର ଦର ହ୍ରାସ ପାଇଁ ସବୁପ୍ରକାର ଉଦ୍ୟମ କରୁଛନ୍ତି । ନବୀନ ବାବୁ ମାଗଣା ବିଜୁଳି ଦେବାକୁ ଘୋଷଣା କରିବା ପରେ ବିରୋଧୀଙ୍କୁ କରେଣ୍ଟ ଲାଗୁଛି । ଜୁନ ୯ ତାରିଖରେ ମୁଖ୍ୟମନ୍ତ୍ରୀ ଶପଥ ଗ୍ରହଣ କରିବେ । ଶପଥଗ୍ରହଣର ସଂଧ୍ୟାରେ ନିର୍ବାଚନୀ ଇସ୍ତାହାରକୁ କ୍ୟାବିନେଟରେ ଅନୁମୋଦନ ଦିଆଯିବ ।

ପାଣ୍ଡିଆନ କହିଛନ୍ତି, ଜୁନ ମାସର ବିଜୁଳି ବିଲ ଓଡ଼ିଶାବାସୀଙ୍କୁ ଦେବାକୁ ପଡିବନି । ଏହା ହିଁ ନବୀନଙ୍କ ଗ୍ୟାରେଣ୍ଟି, ୫-ଟି ଗ୍ୟାରେଣ୍ଟି । ତେଲ ଦର, ଏଲପିଜି ଦର ବୃଦ୍ଧି ହେବ ନାହିଁ ବୋଲି ଭାଜପା ଗ୍ୟାରେଣ୍ଟି ଦେଇପାରିବ କି? ଓଡ଼ିଶାବାସୀଙ୍କୁ ଭୁଆଁ ବୁଲାଇ ଭୋଟ ନେବାକୁ ଭାଜପା ଉଦ୍ୟମ କରୁଛି କିନ୍ତୁ ଭାଜପାର ଅସଲ ଚେହେରା ଲୋକେ ଚିହ୍ନିଛନ୍ତି । ଭାଜପା କହୁଛି ଓଡ଼ିଶାରେ ମୋଦିଙ୍କ ହାୱା ବୋହୁଛି । ଏହା ଭୁଲ। ଏଠାରେ କେବଳ ନବୀନଙ୍କ ହାଓ୍ବା ବୋହୁଛି କହିଛନ୍ତି ପାଣ୍ଡିଆନ ।


Enter your email to get our daily news in your inbox.

All Right Reserved By Dharitri.Com

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ଅନ୍ୟ ଜାତିର ଝିଅକୁ ପ୍ରେମ ବିବାହ ପଡିଲା ମହଙ୍ଗା: ଲଣ୍ଡା ହେଲେ ବର, ଚୁଟି କାଟିଲେ କନ୍ୟା

କୋରାପୁଟ,୨୩।୩(ଅମିତାଭ ବେହେରା ):ଆଧୁନିକ ସଭ୍ୟ ସମାଜରେ ଏବଂ ଡିଜିଟାଲ ଯୁଗରେ ଏବେ ମଧ୍ୟ କୁଳପ୍ରଥା ବଞ୍ଚିଛି । ଏହାର ଏକ ଜ୍ୱଳନ୍ତ ନମୁନା କୋରାପୁଟ ବ୍ଲକ ମାଛରା…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ଯୁଦ୍ଧ ମଧ୍ୟରେ ସଂସଦରେ କଡ଼ା ବାର୍ତ୍ତା ଦେଲେ ପ୍ରଧାନମନ୍ତ୍ରୀ ମୋଦି, ସାରା ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ଭାରତ ସାମ୍ନା କରୁଥିବା ଚ୍ୟାଲେଞ୍ଜ ବିଷୟରେ ଲୋକ ସଭାରେ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ପଶ୍ଚିମ ଏସିଆର…

ପାଣି ପାଇଁ ତାତିଲେ ଗ୍ରାମବାସୀ: ହାଣ୍ଡି, ମାଠିଆ, ବାଲଟି ରଖି ରାସ୍ତାରେ ଶୋଇ ପ୍ରତିବାଦ

ବାରଙ୍ଗ,୨୩।୩(ଲିଙ୍ଗରାଜ ରାଉତ): ପିଇବା ପାଣି ଠିକ୍‌ ଭାବେ ନ ମିଳିବା ପ୍ରତିବାଦରେ ସୋମବାର ପାଟପୁର ଗ୍ରାମବାସୀ ତ୍ରିଶୁଳିଆ-ବାଙ୍କି ରାସ୍ତାକୁ ପାଟପୁର ଗାଁ ମୁଣ୍ଡରେ ଅବରୋଧ କରିଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri