ଜନତାଙ୍କୁ କ୍ଷମା ମାଗିଗଲେ ପୁଟିନ୍‌

ମସ୍କୋ,୧୬।୧୨: ଗତ ୨୨ ମାସ ଧରି ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଚାଲିଛି। ଏହା କେବଳ ଛୋଟ ଦେଶ ୟୁକ୍ରେନକୁ ପ୍ରଭାବିତ କରିନାହିଁ, ବରଂ ରୁଷିଆ ଭଳି ଏକ ଶକ୍ତିଶାଳୀ ଦେଶ ମଧ୍ୟ ଯୁଦ୍ଧର ପ୍ରକୋପରେ ପ୍ରଭାବିତ ହୋଇଛି। ଏହି ସମୟରେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍‌ ଦେଶକୁ ନେଇ ଆସିଥିବା ସଙ୍କଟ ପାଇଁ ଜନସାଧାରଣଙ୍କ ନିକଟରେ କ୍ଷମା ପ୍ରାର୍ଥନା କରିଛନ୍ତି।

ରୁଷିଆ ଟେଲିଭିଜନରେ ଆୟୋଜିତ ଏକ ପ୍ରଶ୍ନ ସେସେନରେ ସେ ଦେଶରେ ନିଜର ମୁଦ୍ରାସ୍ଫୀତି ବୃଦ୍ଧି ଏବଂ ଅଣ୍ଡାର ମୂଲ୍ୟ ବୃଦ୍ଧି ପାଇଁ ନିଜ ସରକାରକୁ ଦାୟୀ କରିଥିଲେ ଏବଂ ଦେଶର ଲୋକଙ୍କ ନିକଟରେ ମଧ୍ୟ କ୍ଷମା ମାଗିଥିଲେ। ରୁଷିଆରେ ବର୍ଷ ଆରମ୍ଭରୁ ଅଣ୍ଡାର ମୂଲ୍ୟ ୪୦ ପ୍ରତିଶତ ବୃଦ୍ଧି ପାଇଛି। ଅଣ୍ଡାର ମୂଲ୍ୟ ବୃଦ୍ଧି ପାଇଁ ସେ ସରକାରଙ୍କୁ ଦାୟୀ କରିଛନ୍ତି। ଏହାକୁ ସରକାରଙ୍କ ଉଦ୍ୟମର ବିଫଳତା ବୋଲି ବିବେଚନା କରି ସେ କହିଛନ୍ତି ମୁଁ ଏଥିପାଇଁ କ୍ଷମା ପ୍ରାର୍ଥନା କରୁଛି, କିନ୍ତୁ ଏହା ସରକାରଙ୍କ କାର୍ଯ୍ୟର ବିଫଳତା।

ଏହି କାର୍ଯ୍ୟକ୍ରମରେ ପୁଟିନ ଚେତାବନୀ ଦେଇଛନ୍ତି ଯେ ଚଳିତ ବର୍ଷ (୨୦୨୪) ମୁଦ୍ରାସ୍ଫୀତି ୮ ପ୍ରତିଶତକୁ ବୃଦ୍ଧି ପାଇପାରେ। ରୁଷିଆର ସେଣ୍ଟ୍ରାଲ ବ୍ୟାଙ୍କର ମୁଦ୍ରାସ୍ଫୀତି ଲକ୍ଷ୍ୟ ଏହା ଦୁଇଗୁଣ ଅଟେ, ଯାହା ବାର୍ଷିକ ମୂଲ୍ୟ ୪ପ୍ରତିଶତ ବୃଦ୍ଧି କରିବାକୁ ଲକ୍ଷ୍ୟ ରଖିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ATM ଟଙ୍କା ଉଠାଇବା ଫେଲ୍‌ ହେଲେ ଦୈନିକ ୧୦୦ ଟଙ୍କା କ୍ଷତିପୂରଣ: RBI ବଦଳାଇଲା ୫ଟି ବଡ଼ ନିୟମ

ମୁମ୍ବାଇ,୨୮।୫: ଯଦି ଆପଣ ବ୍ୟାଙ୍କ ଋଣର ଇଏମଆଇ (EMI) ପରିଶୋଧ କରୁଛନ୍ତି, ଏଟିଏମ (ATM) ବ୍ୟବହାର କରୁଛନ୍ତି କିମ୍ବା ମୋବାଇଲ ବ୍ୟାଙ୍କିଙ୍ଗ ଜରିଆରେ ଅନଲାଇନ କାରବାର କରୁଛନ୍ତି,…

୨୫ ଦିନରେ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା, ବିଧାୟକ ଅସ୍ଥାୟୀ ମଣ୍ଡପରେ ପହଞ୍ଚି…

ଛତ୍ରପୁର,୨୮ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଛତ୍ରପୁରର ଆରାଧ୍ୟ ଦେବୀ ମା’ ରାମାୟଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଲାଗି ଉଠୁଛି ପଡୁଛି ସାରା ସହର। ଗୁରୁବାର ଯାତ୍ରାର ୨୫ଦିନ ଅବସରରେ…

ଶିବକୁମାରଙ୍କୁ ନେଇ ଏମିତି କହିଲେ ପ୍ରିୟଙ୍କା ଗାନ୍ଧୀ, ଯେଉଁମାନେ କଷ୍ଟକର ସମୟରେ…

ବେଙ୍ଗାଲୁରୁ,୨୮ା୫: କର୍ନାଟକର କଂଗ୍ରେସ ସରକାରରେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଦୀର୍ଘଦିନ ଧରି ଚାଲିଥିବା ବିବାଦର ଏବେ ଅନ୍ତ ଘଟିଛି। ମୁଖ୍ୟମନ୍ତ୍ରୀ ସିଦ୍ଦାରାମାୟା କ୍ୟାବିନେଟ୍‌ ମନ୍ତ୍ରୀମାନଙ୍କ ସହିତ ଏକ…

ଛାତ୍ରାବାସରେ ଭୟଙ୍କର ଅଗ୍ନିକାଣ୍ଡ: ଜୀବନ୍ତ ଜଳିଗଲେ ୧୬ ଛାତ୍ରୀ

ନାଇରୋବି,୨୮।୫: କେନିଆର ନାକୁରୁ କାଉଣ୍ଟିର ଗିଲଗିଲ୍ସ୍ଥିତ ଉତୁମିଶି ବାଳିକା ଏକାଡେମୀର ଏକ ଛାତ୍ରାବାସରେ ଏକ ଭୟଙ୍କର ଅଗ୍ନିକାଣ୍ଡ ସମଗ୍ର ଦେଶକୁ ଥରାଇ ଦେଇଛି। ପ୍ରାଥମିକ ରିପୋର୍ଟ ଅନୁଯାୟୀ,…

ଜୁନ୍ ୧ରୁ ବଦଳୁଛି Indane, Bharat ଏବଂ HP ଗ୍ୟାସର ୬ଟି ନିୟମ; ସିଧାସଳଖ ଆପଣଙ୍କ ପକେଟ୍ ଉପରେ ପଡ଼ିବ ପ୍ରଭାବ!

ନୂଆଦିଲ୍ଲୀ,୨୮।୫: ଯଦି ଆପଣଙ୍କ ପରିବାର Indane, Bharat ଗ୍ୟାସ, କିମ୍ୱା HP ଗ୍ୟାସର ଏକ LPG ସିଲିଣ୍ଡର ବ୍ୟବହାର କରନ୍ତି, ତେବେ ଆଗାମୀ ମାସଟି ଆପଣଙ୍କ ପାଇଁ…

ଇଦ୍‌ରେ ପ୍ରଶଂସକଙ୍କୁ ବଡ଼ ଉପହାର ଦେଲେ ସଲମାନ

ଅଭିନେତା ସଲମାନ ଖାନଙ୍କ ଓ୍ବାର୍‌ ଡ୍ରାମା ଫିଲ୍ମ ‘ମାତୃଭୂମି: ମେଁ ରେଷ୍ଟ ଇନ୍‌ ପିସ୍‌’ର ଏକ ନୂତନ ଗୀତ ଇଦ୍‌-ଉଜ୍‌-ଜୁହାର ବିଶେଷ ଅବସରରେ ମୁକ୍ତିଲାଭ କରିଛି। ଏହା…

ମନ୍ଦିର ଦର୍ଶନ କରି ଫେରୁଥିବା ବେଳେ ଯୁବତୀଙ୍କୁ ଟେକିନେଲେ ଦୁର୍ବୃତ୍ତ, ଗଣବଳାତ୍କାର କରିବା ପରେ କଲେ…..

ଜୟପୁର,୨୮।୫: ରାଜସ୍ଥାନର ରାଜଧାନୀ ଜୟପୁରରେ ଜଣେ ଯୁବତୀଙ୍କ ସହ ଗଣବଳାତ୍କାରର ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଘଟଣାଟି ସହରର ଭିକେଆଇ ପୋଲିସ ଷ୍ଟେସନ ଅଧୀନରେ ଘଟିଥିବା…

ସରକାରଙ୍କ ବଡ଼ ପ୍ଲାନ! ଖୁବଶୀଘ୍ର ବଦଳିବାକୁ ଯାଉଛି ପେଟ୍ରୋଲ ପକାଇବାର ନିୟମ…

ନୂଆଦିଲ୍ଲୀ,୨୮।୫: ଭାରତରେ ପେଟ୍ରୋଲ ପମ୍ପର ଗ୍ରାହକମାନେ ଖୁବ ଶୀଘ୍ର ବିଭିନ୍ନ ପ୍ରକାରର ଇଥାନଲ-ମିଶ୍ରିତ ପେଟ୍ରୋଲ ବାଛିବାର ବିକଳ୍ପ ପାଇପାରିବେ, ଯାହା ସେମାନଙ୍କର ର୍ନିଦ୍ଦିଷ୍ଟ ଯାନ ପାଇଁ ଉପଯୁକ୍ତ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri