ରୁଷିଆ ରାଷ୍ଟ୍ରପତିଙ୍କୁ ଡରାଉଛି ହତ୍ୟାର ଭୟ! ଜି-୨୦ ସମ୍ମିଳନୀରେ ଏଥିପାଇଁ ଯୋଗଦେବେ ନାହିଁ ପୁଟିନ: ବ୍ରିଟିଶ ଗଣମାଧ୍ୟମର ଦାବି

ମସ୍କୋ,୧୧ ।୧୧: ହତ୍ୟାର ଆଶଙ୍କା କରି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଜି-୨୦ ସମ୍ମିଳନୀରେ ଯୋଗ ଦେବେ ନାହିଁ ବୋଲି କୁହାଯାଉଛି । ବ୍ରିଟିଶ ଖବରକାଗଜ ରୁଷିଆ ସୂତ୍ରରୁ ମିଳିଥିବା ସୂଚନାକୁ ନେଇ ଏହି ଦାବି କରିଛି । କ୍ରିମଲିନ ସମର୍ଥକ ଏକ ଟିପ୍ପଣିକାରଙ୍କ ଅନୁଯାୟୀ, ଭ୍ଲାଦିମିର ପୁଟିନ ଜି-୨୦ ଶିଖର ସମ୍ମିଳନୀରେ ଭାଗ ନେବେ ନାହିଁ କାରଣ ତାଙ୍କୁ ହତ୍ୟା କରାଯିବ ବୋଲି ସେ ଭୟ କରୁଛନ୍ତି ।
ୟୁକ୍ରେନର ଖେରସନରୁ ରୁଷିଆ ସେନାଙ୍କୁ ଅପମାନଜନକ ଭାବେ ଫେରାଇ ଆଣିବାକୁ ବାଧ୍ୟ କରାଯିବାର କିଛି ଘଣ୍ଟା ପରେ ସର୍ଗେଇ ମାକୋବ ଲେଖିଛନ୍ତି , ‘ଆମେରିକା, ବ୍ରିଟନ ଓ ୟୁକ୍ରେନର ବିଶେଷ ସେବାରେ ପୁଟିନଙ୍କୁ ହତ୍ୟା କରାଯିବାର ଏକ ବଡ ସମ୍ଭାବନା ରହିଛି । ମୁଁ ବିଶ୍ୱାସ କରୁଛି କି କେତେଜଣ ସମ୍ପୂର୍ଣ୍ଣ ପାଗଳ ପଶ୍ଚିମି ଲୋକ ଏଭଳି ସ୍ଥିତି ପାଇଁ ଯୋଜନା ପ୍ରସ୍ତୁତ କରୁଛନ୍ତି ।
ସୂଚନାଯୋଗ୍ୟ, ଗୁରୁବାର ଅର୍ଥାତ୍ ୧୦ ନଭେମ୍ବରରେ ଏହି ଖବର ଆସିଥିଲା କି ୟୁକ୍ରେନ୍ ଉପରେ ସମ୍ଭାବିତ ଆକ୍ରମଣରୁ ବଞ୍ଚିବା ପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଜି-୨୦ ଶିଖର ସମ୍ମିଳନୀରେ ଯୋଗ ଦେବେ ନାହିଁ । ସିଏନଏନରେ ପ୍ରକାଶିତ ଏକ ରିପୋର୍ଟ ଅନୁଯାୟୀ, ଜି-୨୦ ଶିଖର ସମ୍ମିଳନୀରେ ପୁଟିନଙ୍କ ପ୍ରତିନିଧିତ୍ୱ ରୁଷିଆ ବୈଦେଶିକ ମନ୍ତ୍ରୀ ସର୍ଗେଇ ଲାଭରୋବ କରିବେ ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ବିରତି ପରେ ବି ଚାଲିଛି ଯୁଦ୍ଧ: ଲେବାନନ ଉପରେ ଆକ୍ରମଣ କଲା ଇସ୍ରାଏଲ, ଇରାନ ନେଲା ପ୍ରତିଶୋଧ

ଜେରୁଜେଲମ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ହେବାର କିଛି ଘଣ୍ଟା ପରେ, ମଧ୍ୟପ୍ରାଚ୍ୟରେ ପରିସ୍ଥିତି ପୁଣି ଖରାପ ହୋଇଗଲା। ଇସ୍ରାଏଲ ଲେବାନନ ଉପରେ ଏକ…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

ଭିଣେଇଙ୍କୁ ରାଣୀଡୁଡୁମା ବୁଲେଇବାକୁ ଆଣି ପାଣିରେ ବୁଡି ଶଳାଙ୍କ ମୃତ୍ୟୁ

ନନ୍ଦପୁର,୯।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ବୁଲି ଆସିଥିବା ଭିଣେଇଙ୍କୁ ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ନନ୍ଦପୁର ରାଣୀଡୁଡୁମାକୁ ବୁଲେଇବାକୁ ଆଣିଥିବା ଶଳାଙ୍କ ଗୁରୁବାର ପାଣିରେ ବୁଡି ମୃତ୍ୟୁ ହୋଇଛି।…

ସିଜିମାଳି ଅଞ୍ଚଳରେ ଆଦିବାସୀମାନଙ୍କ ଉପରେ ଦମନ, ବିରୋଧ କରି ସିପିଆଇର ବିକ୍ଷୋଭ

ଜୟପୁର,୯ା୪(ପବନ ପାଣିଗ୍ରାହୀ): ବେଦାନ୍ତ ପାଇଁ ରାୟଗଡ଼ା ଜିଲା କାଶୀପୁର ଅଞ୍ଚଳ ଅଶାନ୍ତ ହୋଇପଡିଛି । ଗତ ସାତ ତାରିଖ ରାତି ଦୁଇଟାରେ ରାୟଗଡ଼ା ଜିଲା କାଶୀପୁର ବ୍ଲକ…

ନିର୍ବାଚିତ ନହୋଇ ବିଧାୟକ ହେବେ ସୁନେତ୍ରା ପାୱାର, ନାମାଙ୍କନ ପ୍ରତ୍ୟାହାରର ୧ ଘଣ୍ଟା ପୂର୍ବରୁ ମତ ବଦଳାଇଲା କଂଗ୍ରେସ

ମୁମ୍ବାଇ,୯।୪: ବର୍ତ୍ତମାନ ଏହା ପ୍ରାୟ ନିଶ୍ଚିତ ଯେ ମହାରାଷ୍ଟ୍ରର ବାରାମତୀ ବିଧାନସଭା ଆସନରୁ ସ୍ବର୍ଗତ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ପତ୍ନୀ ସୁନେତ୍ରା ପାୱାର ବିଧାୟକ ହେବେ।…

ବେଆଇନ ଭାବେ ବିକ୍ରି ହେଉଥିଲା ଗ୍ୟାସ୍‌ ସିଲିଣ୍ଡର, ଜବତ କରି ଉପଜିଲାପାଳ…

ମୋହନା,୯ା୪(ମନ୍ମଥ ମିଶ୍ର): ସାରା ଦେଶରେ ଗ୍ୟାସ୍‌ ସିଲିଣ୍ଡର୍‌କୁ ନେଇ ଲୋକେ ନାନାଦି ପ୍ରକାର ହଇରାଣ ହରକତ ହେଉଛନ୍ତି। ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଚାଲିଥିବା ବେଳେ ଏବେ ସାରା ଦେଶରେ…

ଛେଳି ଚରାଇବାକୁ ଯାଇଥିବାବେଳେ ଅତର୍କିତ ଆକ୍ରମଣ କଲା ଭାଲୁ, ଗୁପ୍ତାଙ୍ଗକୁ ଝୁଣି ପକାଇଲା…

ଆନନ୍ଦପୁର/ବଞ୍ଚୋ(ସୁଶାନ୍ତ କୁମାର ସାହୁ/ ପ୍ରଦୋଷ କୁମାର ବିଶ୍ୱାଳ ): ଛେଳି ଚରାଇ ଯାଇଥିବା ବ୍ୟକ୍ତିଙ୍କ ଗୁପ୍ତାଙ୍ଗକୁ ଝୁଣି ପକାଇଲା ଭାଲୁ । ଗୁରୁତର ବ୍ୟକ୍ତି ଡାକ୍ତରଖାନାରେ ଭର୍ତ୍ତି…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଏହି ଦୁଇ ସହରରେ ହେବ ନାହିଁ ବିଦ୍ୟୁତ୍‌ କାଟ୍‌

ଭୁବନେଶ୍ୱର,୯ା୪: ଆଜି ଅର୍ଥାତ୍‌ ଗୁରୁବାର ଓଡ଼ିଶାର ଶକ୍ତି କ୍ଷେତ୍ରରେ ଏକ ନୂତନ ଅଧ୍ୟାୟ ଯୋଡ଼ି ହୋଇଛି। ଭୁବନେଶ୍ୱର ଓ କଟକରେ ଆଉ ଅଘୋଷିତ ବିଦ୍ୟୁତ୍‌କାଟ୍‌ ହେବ ନାହିଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri