ପିଏମ ମୋଦିଙ୍କୁ ମନେ ପକାଇଲେ ପୁଟିନ, ଡୋଭାଲଙ୍କ ହାତରେ ପଠାଇଲେ ବଡ଼ ସନ୍ଦେଶ, ପୂରା ଦୁନିଆରେ ହେଉଛି ଚର୍ଚ୍ଚା

ମସ୍କୋ,୧୩।୯: ସମଗ୍ର ବିଶ୍ୱ ଜାଣିଛି ଯେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ଭାରତୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମଧ୍ୟରେ ସମ୍ପର୍କ ବହୁତ ଭଲ। ରୁଷିଆ ସର୍ବଦା ଭାରତକୁ ଜଣେ ଭଲ ବନ୍ଧୁ ବୋଲି କହିଛି। ବର୍ତ୍ତମାନ ବିଶ୍ୱର ସବୁଠାରୁ ଭୟଙ୍କର ଯୁଦ୍ଧକୁ ରୋକିବା ପାଇଁ ରୁଷିଆ ଭାରତ ଉପରେ ଭରସା କରୁଛି। ଏହାର ପ୍ରମାଣ ପୁଣି ଥରେ ଦେଖିବାକୁ ମିଳିଛି ଯେତେବେଳେ ମସ୍କୋରେ ପୁଟିନ ଏବଂ ଅଜିତ ଡୋଭାଲ ମୁହାଁମୁହିଁ ହୋଇଥିଲେ । ଏହି ସମୟରେ ପୁଟିନ ଡୋଭାଲଙ୍କୁ ନିଜର ଦୃଦୟର କଥା କହିଛନ୍ତି।

ପୁଟିନ କହିଛନ୍ତି ଯେ ସେ ପୁଣି ପିଏମ ମୋଦିଙ୍କୁ ଅପେକ୍ଷା କରିଛନ୍ତି। ଆସନ୍ତା ମାସରେ ରୁଷିଆରେ ଆୟୋଜିତ ହେବାକୁ ଥିବା ବ୍ରିକ୍ସ ସମ୍ମିଳନୀରେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ବ୍ୟକ୍ତିଗତ ଭାବେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଆମନ୍ତ୍ରଣ କରିଛନ୍ତି। କେବଳ ଏତିକି ନୁହେଁ, ସେ ଡୋଭାଲଙ୍କ ମାଧ୍ୟମରେ ଏକ ବାର୍ତ୍ତା ପଠାଇଛନ୍ତି ଯେ ସେ ବ୍ରିକ୍ସ ବ୍ୟତୀତ ମୋଦିଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା କରିବାକୁ ଚାହୁଁଛନ୍ତି।

ୟୁକ୍ରେନ ବିବାଦର ଶାନ୍ତିପୂର୍ଣ୍ଣ ସମାଧାନ ପାଇଁ ନୂତନ ପ୍ରୟାସ ମଧ୍ୟରେ ଅଜିତ ଡୋଭାଲ ଗୁରୁବାର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କିଙ୍କ ସହ ମୋଦିଙ୍କ ଆଲୋଚନା ବିଷୟରେ ସୂଚନା ଦେଇଛନ୍ତି।

ସେପଟେ ପୁଟିନ ଆସନ୍ତା ମାସରେ କଜାନରେ ହେବାକୁ ଥିବା ବ୍ରିକ୍ସ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଦ୍ୱିପାକ୍ଷିକ ବୈଠକ ପ୍ରସ୍ତାବ ଦେଇଛନ୍ତି। ଗୁରୁବାର ସେଣ୍ଟ ପିଟର୍ସବର୍ଗରେ ଡୋଭାଲଙ୍କ ସହ ସାକ୍ଷାତ ସମୟରେ ପୁଟିନ ଏହି ପ୍ରସ୍ତାବ ଦେଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri