ବୈଠକ ମଝିରେ ମନ୍ତ୍ରୀଙ୍କ କ୍ଲାସ ନେଲେ ପୁଟିନ, କହିଲେ ମୋତେ ମୁର୍ଖ ଭାବନନାହିଁ: ଭିଡିଓ ଭାଇରାଲ

ମସ୍କୋ,୧୪ ।୧: ରୁଷିଆର ରାଷ୍ଟ୍ରପତି ଏବେ ଚିନ୍ତାଗ୍ରସ୍ତ ଥିବା କୁହାଯାଉଛି । ଯାହାର ପ୍ରମାଣ ବେଳେ ବେଳେ ଦେଖିବାକୁ ବି ମିଳୁଛି । ନିକଟରେ ଏକ ଭିଡିଓ କନଫରେନ୍ସିଂ ସମୟରେ ସେ ତାଙ୍କ ଉପ ପ୍ରଧାନମନ୍ତ୍ରୀଙ୍କ ଉପରେ ଖୁବ୍ ବର୍ଷିଛନ୍ତି । ଏବେ ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । କୁହାଯାଉଛି କି ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଲାଗି ରହିଥିବା ଯୁଦ୍ଧକୁ ନେଇ ପୁଟିନ ବିଚଳିତ ହେଉଛନ୍ତି, ଯାହା ସାର୍ବଜନିକ ମଞ୍ଚରେ ଦେଖିବାକୁ ମଳୁଛି ।
ମିଡିଆ ରିପୋର୍ଟ ଅନୁଯାୟୀ, ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ତାଙ୍କ ବରିଷ୍ଠ ମନ୍ତ୍ରୀଙ୍କ ସହ ଭିଡିଓ କନଫରେନ୍ସିଂ ଜରିଆରେ କଥା ହେଉଥିଲେ । ଏହି ସମୟରେ ବ୍ୟବସାୟ ଓ ପ୍ରଗତି ମନ୍ଥର ହୋଇଯାଇଥିବା ଜାଣି ପୁଟିନ ରାଗିଯିବା ସହ ସମସ୍ତଙ୍କ ସାମ୍ନାରେ ମନ୍ତ୍ରୀଙ୍କ ଉପରେ ରାଗ ସୁଝାଇଥିଲେ ।
ଦ ଗାର୍ଡିୟନର ରିପୋର୍ଟ ଅନୁଯାୟୀ, ବୁଧବାର ପୁଟିନ ମନ୍ତ୍ରୀ ଓ ଅଧିକାରୀଙ୍କ ସହ ଭିଡିଓ କନଫରେନ୍ସିଂ ଜରିଆରେ କଥା ହେଉଥିଲେ । ଏହି ସମୟରେ ପୁଟିନ ବ୍ୟାପାର ଓ ଉଦ୍ଦ୍ୟୋଗ ମନ୍ତ୍ରୀ ଡେନିସ ମନ୍ଦୁରୋବଙ୍କୁ ଗାଳି କରିଥିଲେ । ଏହାସହ ଏକ ମାସ ମଧ୍ୟରେ ନାଗରିକ ଓ ସେନା ବିମାନ ପାଇଁ ଅର୍ଡର ହାସଲ କରିବା ଉପରେ କାମ କରିବାକୁ କହିଥିଲେ । ପୁଟିନ କହିଥିଲେ ଏବେ ଆଉ ସମୟ ଦେଇ ହେବ ନାହିଁ, କାରଣ ପୂର୍ବରୁ ବହୁତ ବିଳମ୍ବ ହୋଇସାରିଛି ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ଅରୁଣାଚଳ ସୀମାରେ ଚାଇନାର ପରମାଣୁ ଷଡ଼ଯନ୍ତ୍ର; ଗୋପନରେ କରୁଛି ଏପରି

ନୂଆଦିଲ୍ଲୀ,୧୬।୨: ଭାରତର ଅରୁଣାଚଳ ପ୍ରଦେଶ ସୀମା ନିକଟରେ ଚାଇନାର ବଡ଼ ଷଡ଼ଯନ୍ତ୍ର। ଗୋପନରେ ପରମାଣୁ ଅସ୍ତ୍ରଶସ୍ତ୍ର ଭଣ୍ଡାର ବଢ଼ାଉଛି ବେଜିଂ। ସାଟେଲାଇଟ୍ ଚିତ୍ରରୁ ଆସିଛି ଚାଞ୍ଚଲ୍ୟକର ତଥ୍ୟ।…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri