ଗିରଫ ୱାରେଣ୍ଟ ପରେ ଏମିତି ଢଙ୍ଗରେ ନଜର ଆସିଲେ ପୁଟିନ

ମସ୍କୋ,୧୯ ।୩: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମର ପୁଟିନ ଅନ୍ତରାଷ୍ଟ୍ରୀୟ ଅପରାଧ ନ୍ୟାୟାଳୟ ପକ୍ଷରୁ ଗିରଫ ୱାରେଣ୍ଟ ଜାରି ହେବାର ଗୋଟିଏ ଦିନ ପରେ କ୍ରିମିଆ ଗସ୍ତ କରିଛନ୍ତି । ଏହା ତାଙ୍କର ଅଚାନକ ଗସ୍ତ ବୋଲି କୁହାଯାଉଛି । କ୍ରିମିଆ ଉପରେ ରୁଷିଆ କବଜା କରିବା ୯ ବର୍ଷ ପୂର୍ତ୍ତିରେ ପୁଟିନ ଏହି ଗସ୍ତ କରିଛନ୍ତି । ମିଡିଆ ରିପୋର୍ଟ ଅନୁଯାୟୀ, ରାଷ୍ଟ୍ରପତିଙ୍କ ପ୍ରବକ୍ତା ଦମିତ୍ରି ପେସ୍କୋବ କହିଛନ୍ତି ପ୍ରଥମେ ପୁଟିନ ସାଂସ୍କୃତିକ ଓ ଐତିହାସିକ କାର୍ଯ୍ୟକ୍ରମରେ ଭର୍ଚୁୟାଲି ସାମିଲ ହେବାର ଅନୁମାନ କରାଯାଉଥିଲା । ହେଲେ ସେ ନିଜେ ସେହି ସ୍ଥାନରେ ପହଞ୍ଚି ସମସ୍ତଙ୍କୁ ଆଶ୍ଚର୍ଯ୍ୟ ଚକିତ କରିଦେଇଥିଲେ ।
ରୁଷିଆ ସମାଚାର ଏଜେନ୍ସି ତାସ ଅନୁଯାୟୀ, ରାଷ୍ଟ୍ରପତି ପୁଟିନଙ୍କ ଶୁକ୍ରବାର କାର୍ଯ୍ୟକ୍ରମ ବି ଆଶିଂକ ଭାବେ କ୍ରିମିଆର ସ୍ଥିତି ପାଇଁ ସମର୍ପିତ ଥିଲା ଓ ପୁଟିନ କ୍ରିମିଆ ଓ ସୋୱସ୍ତପୋଲର ସାମାଜିକ ଓ ଆର୍ଥିକ ବିକାଶ ଉପରେ ଚର୍ଚ୍ଚା ପାଇଁ ବୈଠକ ବି କରିଥିଲେ । ସୂଚନାଯୋଗ୍ୟ, ପ୍ରତିବର୍ଷ ୧୮ ମାର୍ଚ୍ଚରେ କ୍ରିମିଆ ଉପରେ ରୁଷିଆର କବଜାକୁ ବର୍ଷପୂର୍ତ୍ତିରେ ହେଉଥିବା କାର୍ଯ୍ୟକ୍ରମରେ ପୁଟିନ ଭାଗ ନେଇଥାଆନ୍ତି । ସେ ଅନେକଥର ମସ୍କୋର ଲୁନିକ୍କି ଷ୍ଟାଡିୟମରେ ଏହି ଦିନ ପାଇଁ ସମର୍ପିତ ଗାଲା ସଙ୍ଗିତ କାର୍ଯ୍ୟକ୍ରମରେ ଭାଗ ନେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମା’ ତାରାତାରିଣୀଙ୍କ ହୁଣ୍ଡିରୁ ମିଳିଲା କୁନି ପୁଅର ଚିଠି; ଦୁଃଖ ଶୁଣିବାକୁ ମା’ଙ୍କ ପାଖେ ଆକୁଳ ନିବେଦନ

ଗଞ୍ଜାମ,୮।୨: ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ହୁଣ୍ଡିରୁ ମିଳିଥିବା ଏକ ଚିଠି ଏବେ ଶ୍ରଦ୍ଧାଳୁଙ୍କ ମନକୁ ଆନ୍ଦୋଳିତ କରିଛି। ଜଣେ କୁନି ପୁଅ…

୩ ମାସରୁ ଅଧିକ ହେବ ବନ୍ଦ ପଡ଼ିଛି ରକ୍ତଭଣ୍ଡାର, ରୋଗୀସେବା ବ୍ୟାହତ

ବଲାଙ୍ଗୀର/କଣ୍ଟାବାଞ୍ଜି,୮ା୨(ସୁନିଲ କୁମାର ମହାନ୍ତି/ଗୁରୁ ଦୟାଲ ହଂସ): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଗତ ୨୦୦୯ରେ ବିଜୁ ପଟ୍ଟନାୟକ ରକ୍ତଭଣ୍ଡାର ସ୍ଥାପିତ ହୋଇଥିଲା। ଏହି ରକ୍ତଭଣ୍ଡାରକୁ ତତ୍କାଳୀନ…

VIDEO: ଟସ୍‌ ଛାଡି ହଠାତ୍‌ କୁଆଡେ ଚାଲିଗଲେ କ୍ୟାପଟେନ ସୂର୍ଯ୍ୟକୁମାର? ଭିଡିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୮।୨: ଭାରତୀୟ କ୍ରିକେଟରେ, ଖେଳାଳିମାନଙ୍କ ମଧ୍ୟରେ ସମ୍ପର୍କ ପ୍ରାୟତଃ ବିଜୟ ଏବଂ ପରାଜୟକୁ ଅତିକ୍ରମ କରିଯାଏ। ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ସମାନ ଦୃଶ୍ୟ ଦେଖାଯାଇଥିଲା, ଯେତେବେଳେ ଅଧିନାୟକ…

ଭକ୍ତମୟ ହୋଇଛି କାଳୀଜାଈଙ୍କ ପୀଠ, ଜମୁଛି ଶହଶହ ଭକ୍ତଙ୍କ ଭିଡ଼

କୃଷ୍ଣପ୍ରସାଦ,୮।୨(କୈଳାଶ ଚନ୍ଦ୍ର ପଟ୍ଟନାୟକ ): ଚିଲିକାର ଅଧିଷ୍ଠାତ୍ରୀ ଦେବୀ ମା’ ‎କାଳୀଜାଈଙ୍କ ପୀଠ ପାଲଟିଛି ଭକ୍ତମୟ । ମା’ଙ୍କ ଆଶିଷ ଲାଭ କରିବା ପାଇଁ ବହୁ ଦୂରଦୂରାନ୍ତରରୁ…

ସୁପ୍ରିମକୋର୍ଟଙ୍କୁ ଧନ୍ୟବାଦ ଜଣାଇଲେ ଅନୁରାଗ ଠାକୁର, ୯ ବର୍ଷର ବିଳମ୍ବ ଉପରେ ଉଠାଇଲେ ପ୍ରଶ୍ନ

ନୂଆଦିଲ୍ଲୀ,୮।୨: ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଏବଂ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI)ର ପୂର୍ବତନ ଅଧ୍ୟକ୍ଷ ଅନୁରାଗ ଠାକୁର, ବିସିସିଆଇରେ ପଦରେ ଲାଗିଥିବା ପ୍ରତିବନ୍ଧକ ଉଠାଇବା ନିଷ୍ପତ୍ତିରେ…

୭ ବର୍ଷର ପ୍ରଚେଷ୍ଟା ୧୦ ମିନିଟରେ ଧ୍ଵଂସ, ବନ୍ୟପ୍ରାଣୀଙ୍କ ପାଇଁ ଚାଷ କାର୍ଯ୍ୟରୁ ମନ ଫେରାଉଛନ୍ତି ଚାଷୀ

ଭଞ୍ଜନଗର,୮।୨(ବାବୁଲା ପ୍ରଧାନ): ଦେଶରେ ହୁ ହୁ ହୋଇ ଜନସଂଖ୍ୟା ବଢ଼ିବାରେ ଲାଗିଛି । ଜନସଂଖ୍ୟା ବୃଦ୍ଧି ଯୋଗୁଁ ଲୋକେ ବଞ୍ଚିବା ପାଇଁ ବିଭିନ୍ନ ଆବଶ୍ୟକତା ବଢୁଛି ।…

ସମର୍ପିତ କୁକୁର ଶ୍ମଶାନ ଘାଟ! ଯେଉଁଠାରେ ସମ୍ମାନର ସହିତ ପ୍ରାଣୀମାନଙ୍କର କରାଯାଏ ଶେଷକୃତ୍ୟ

ଫରିଦାବାଦ,୮।୨: ଫରିଦାବାଦ ମାନବିକତା ଏବଂ ଦାୟିତ୍ୱର ଏକ ନୂତନ ଉଦାହରଣ ସୃଷ୍ଟି କରିଛି। ଏହା ହରିୟାଣାର ପ୍ରଥମ ସହର ହୋଇଛି ଯେଉଁଠାରେ ବୁଲା କୁକୁରଙ୍କ ପାଇଁ ଏକ…

ପୀତବାସ ପଣ୍ଡା ହତ୍ୟା ମାମଲାରେ ମୁହଁ ଖୋଲିଲେ ବିକ୍ରମ ପଣ୍ଡା, ମୁଁ ନିର୍ଦ୍ଦୋଷ….

ବ୍ରହ୍ମପୁର,୮।୨: ପୀତବାସ ପଣ୍ଡା ହତ୍ୟା ମାମଲାରେ ଜେଲରେ ଥିବା ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା ଆଜି ମୁହଁ ଖୋଲିଛନ୍ତି । ମୁଁ ଦୋଷୀ ନୁହେଁ ମୋତେ ଫସାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri