ପେସା ଶିକ୍ଷକତା, ନିଶା ଜଙ୍ଗଲ ସୁରକ୍ଷା

ଆର.ଉଦୟଗିରି,୧୧ା୪(ଡି.ଏନ୍‌.ଏ.): ଗଜପତି ଜିଲା ମୋହନା ବ୍ଲକ ଅନ୍ତର୍ଗତ ମଲ୍ଲିପଦର ଗାଁର ଜଣେ ବ୍ୟକ୍ତି ଶିକ୍ଷକତା କରୁଥିଲେ ମଧ୍ୟ ଜଙ୍ଗଲ ସୁରକ୍ଷା ତାଙ୍କ ନିଶା ପାଲଟିଛି। କେବଳ ସୁରକ୍ଷା ନୁହେଁ, ଜଙ୍ଗଲ ମଧ୍ୟରେ ୩୦ ଏକର ଜାଗାରେ ଥିବା ୨ ହଜାରରୁ ଊର୍ଦ୍ଧ୍ୱ ସର୍ଗି ଗଛରେ ଗୋଲମରିଚ ଚାଷ କରିଛନ୍ତି। ଏହି ଚାଷ ତାଙ୍କୁ ରୋଜଗାର ମଧ୍ୟ ଦେଉଛି। ଶିକ୍ଷକ ଜଣକ ହେଉଛନ୍ତି ଆଦିବାସୀ ଅଧ୍ୟୁଷିତ ମୋହନା ବ୍ଲକ ବଡ଼ଖଣି ପଞ୍ଚାୟତ ମଲିପଦର ଗାଁର କରଣସିଂ ପ୍ରଧାନ। ସେ ଦେଉଳଖଣି ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକତା କରୁଛନ୍ତି। ବାପାଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ଜଙ୍ଗଲ ସୁରକ୍ଷାକୁ ସେ ଗୁରୁତ୍ୱ ଦେଇ ଆସୁଛନ୍ତି। ଏବେ ତାଙ୍କ ଆଦର୍ଶରେ ଅନୁପ୍ରାଣିତ ଅଞ୍ଚଳବାସୀ।
ମଲ୍ଲିପଦର ଗାଁ ନିକଟରେ ପ୍ରାୟ ୨୦୦ ହେକ୍ଟର ଜଙ୍ଗଲରେ ଥିବା ଶାଳ, ପିଆଶାଳ, ଶାଗୁଆନ ଭଳି ବହୁ ମୂଲ୍ୟବାନ ଗଛ ରହିଛି। ଏହି ଜଙ୍ଗଲକୁ କାଠ ମାଫିଆମାନେ ନିଜ ଅକ୍ତିଆରକୁ ନେଇ ଗଛକାଟି ନେଉଥିଲେ। ଗଛ ସୁରକ୍ଷା ପାଇଁ ଅଣ୍ଟା ଭିଡ଼ିଥିଲେ ଶିକ୍ଷକ କରଣସିଂଙ୍କ ବାପା ବ୍ରାହ୍ମଣ ସିଂ ପ୍ରଧାନ। ତେଣୁ ସରକାରଙ୍କ ପକ୍ଷରୁ ତାଙ୍କୁ ପ୍ରକୃତି ମିତ୍ର ସମ୍ମାନରେ ସମ୍ମାନିତ କରାଯାଇଥିଲା। ୧୫ ବର୍ଷ ତଳେ କାଠ ମାଫିଆଙ୍କ ରୋଷର ଶିକାର ହୋଇ ପ୍ରାଣ ହରାଇଥିଲେ ବ୍ରାହ୍ମଣ ସିଂ। ବାପା ଚାଲିଯିବା ପରେ ତାଙ୍କ ନୀତି ଓ ଆଦର୍ଶକୁ ଅନୁପାଳନ କରି ଆସୁଛନ୍ତି କରଣ ସିଂ। ସ୍କୁଲ ଯିବା ପୂର୍ବରୁ ଓ ଫେରିବା ପରେ ଜଙ୍ଗଲ ସୁରକ୍ଷା ପାଇଁ ସମୟ ବାହାର କରିବା ସହ ଲୋକଙ୍କୁ ଜଙ୍ଗଲ ଆମର ସମ୍ପଦ ବୋଲି ସଚେତନ କରୁଛନ୍ତି। ପୂର୍ବରୁ ଏହି ଅଞ୍ଚଳରେ ଅନେକ ପାହାଡ଼ରେ ପୋଡ଼ୁ ଚାଷ ଯୋଗୁ ଜଙ୍ଗଲ ନଷ୍ଟ ହେଉଥିଲା। ସଚେତନତା ଯୋଗୁ ଏବେ ପୋଡ଼ୁଚାଷ ବନ୍ଦ ହେବା ସହ କାଠ ମାଫିଆଙ୍କ ଦୌରାତ୍ମ୍ୟ ମଧ୍ୟ କମିଛି। ଉପଯୁକ୍ତ ବଜାରର ସୁବିଧା ନଥିବାରୁ କମ୍‌ ଟଙ୍କାରେ ଗୋଲମରିଚ ବିକ୍ରି ହେଉଥିବା କହିଛନ୍ତି କରଣ ସିଂ। ଯଦି ସରକାର ଗୋଲମରିଚ ବିକ୍ରି ପାଇଁ କୌଣସି ସୁବିଧା ସହିତ ଚାଷ ପାଇଁ ତାଲିମ ଯୋଗାଇ ଦିଅନ୍ତେ, ତେବେ ଅଞ୍ଚଳବାସୀ ଉପକୃତ ହୋଇପାରନ୍ତେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ସୈନ୍ୟ ଆଡ୍ଡା ଧ୍ୱଂସ

କାବୁଲ,୩।୪: ଆଫଗାନ ସେନା ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ଡୁରାଣ୍ଡ ରେଖା ପାର କରି ଖୋଷ୍ଟ-ଖୁରମ ସୀମା ନିକଟରେ ପାକିସ୍ତାନୀ ସାମରିକ ସ୍ଥାନ ଉପରେ ଏକ ବଡ଼ ଆକ୍ରମଣ କରିଛି।…

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri