ଅକ୍ଟୋବରରେ ‘ଫିଜିକ୍ସ ଓ୍ବାଲ୍‌’ର ବୃତ୍ତି ପରୀକ୍ଷା

ଭୁବନେଶ୍ୱର,୨୦।୮:ଦେଶର ପ୍ରମୁଖ ଘରୋଇ ୟୁନିକର୍ନ ଇ-ଟେକ୍‌ କମ୍ପାନୀ ତଥା କୋଚିଂ ସେଣ୍ଟର ‘ଫିଜିକ୍ସ ଓ୍ବାଲ୍‌’ (ପିଡବ୍ଲ୍ୟୁ)ର ବହୁ ପ୍ରତୀକ୍ଷିତ ପ୍ରବେଶିକା ପରୀକ୍ଷା ‘ପିଡବ୍ଲ୍ୟୁଏନ୍‌ଏସ୍‌ଏଟି-୨୦୨୩’ (ଫିଜିକ୍ସ ଓ୍ବାଲ୍‌ ନ୍ୟାଶନାଲ ସ୍କଲାରଶିପ କମ୍‌ ଆଡମିଶନ ଟେଷ୍ଟ) ସମ୍ପର୍କରେ ଘୋଷଣା କରାଯାଇଛି। ଏହି ପରିପ୍ରେକ୍ଷୀରେ ପିଡବ୍ଲ୍ୟୁର ଭୁବନେଶ୍ୱର ସେଣ୍ଟର ପକ୍ଷରୁ ଶୁକ୍ରବାର ଏକ ଖବରଦାତା ସମ୍ମିଳନୀ ଆୟୋଜନ କରାଯାଇଥିଲା। ଉକ୍ତ ସମ୍ମିଳନୀରେ ଯୋଗଦେଇ ସେଣ୍ଟର ହେଡ୍‌ ସୁଜା ଅହମ୍ମଦ ଏବଂ ବାଣିଜ୍ୟ ମୁଖ୍ୟ ସିଦ୍ଧାର୍ଥ ଶଙ୍କର ଛୋଟରାୟ ପ୍ରବେଶିକା ପରୀକ୍ଷା ସମ୍ପର୍କରେ ବିସ୍ତୃତ ସୂଚନା ପ୍ରଦାନ କରିଥିଲେ। ଉଲ୍ଲେଖଯୋଗ୍ୟ, ୨୦୨୩ ଅକ୍ଟୋବର ୧ରୁ ୧୫ ମଧ୍ୟରେ ଏହି ପ୍ରବେଶିକା ପରୀକ୍ଷା ଉଭୟ ଅନ୍‌ଲାଇନ ଓ ଅଫ୍‌ଲାଇନ ପ୍ଲାଟ୍‌ଫର୍ମରେ ହେବ। ବିଶେଷକରି ୬ଷ୍ଠରୁ ଦ୍ୱାଦଶ ଶ୍ରେଣୀର ଛାତ୍ରୀଛାତ୍ରମାନେ ଉକ୍ତ ପ୍ରବେଶିକା ପରୀକ୍ଷାରେ ଅଂଶ ଗ୍ରହଣ କରିପାରିବେ।
ଏ ସମ୍ପର୍କରେ ପିଡବ୍ଲ୍ୟୁର ସିଇଓ (ବିଦ୍ୟାପୀଠ ଅଫ୍‌ଲାଇନ) ଅଙ୍କିତ ଗୁପ୍ତା କହିଛନ୍ତି, ଛାତ୍ରୀଛାତ୍ରଙ୍କ ସ୍ବପ୍ନ ପୂରଣ ସହ ଶିକ୍ଷାର ବିକାଶ ଏବଂ ଶିକ୍ଷିତ ସମାଜ ସୃଷ୍ଟି କରିବା ଲକ୍ଷ୍ୟରେ ଏଭଳି ଏକ ପଦକ୍ଷେପ ସମ୍ପର୍କରେ ଘୋଷଣା କରାଯାଇଛି। ସୂଚନାଯୋଗ୍ୟ, ଚଳିତ ବର୍ଷର ପ୍ରବେଶିକା ପରୀକ୍ଷାରେ ଶ୍ରେଷ୍ଠସ୍ଥାନ ହାସଲ କରିଥିବା କୃତୀ ଛାତ୍ରୀଛାତ୍ରମାନଙ୍କୁ ପ୍ରାୟ ୨୦୦ କୋଟି ଟଙ୍କାର ଛାତ୍ରବୃତ୍ତି ପ୍ରଦାନ ସହ ସ୍ବପ୍ନ ପୂରଣ ପାଇଁ ଆବଶ୍ୟକ ସହଯୋଗ ମଧ୍ୟ ଅନୁଷ୍ଠାନ ପକ୍ଷରୁ ଯୋଗାଇଦିଆଯିବ। ଏପରିକି ‘ପିଡବ୍ଲ୍ୟୁଏନ୍‌ଏସ୍‌ଏଟି-୨୦୨୩’ ଉଭୟ ଅଫ୍‌ଲାଇନ ଏବଂ ଅନ୍‌ଲାଇନରେ ଅନୁଷ୍ଠିତ ହେବ। ଅଫ୍‌ଲାଇନ ପରୀକ୍ଷା ୨୦୨୩ ଅକ୍ଟୋବର ୧, ୮ ଏବଂ ୧୫ରେ ହେବାକୁ ଥିବାବେଳେ ଅନ୍‌ଲାଇନ ପରୀକ୍ଷା ୨୦୨୩ ଅକ୍ଟୋବର ୧ ଏବଂ ୧୫ ରେ ଅନୁଷ୍ଠିତ ହେବାକୁ ଥିବାବେଳେ ଅକ୍ଟୋବର ୨୦ରେ ପ୍ରବେଶିକା ପରୀକ୍ଷାର ଫଳ ପ୍ରକାଶିତ ହେବ ବୋଲି ସେଣ୍ଟର ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି 

କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ରାଜ୍ୟସ୍ତରୀୟ ବିଜ୍ଞାନ ମେଳାରେ କେ ଏମ ଭାଲିଆସାହି ଛାତ୍ରୀ, ଶୁଭେଚ୍ଛା ଜ୍ଞାପନ କରି…

ମୋହନା,୨୫ ।୧୨(ମନ୍ମଥ ମିଶ୍ର ): କେଉଁ ଆଦିମ କାଳରୁ ବିଜ୍ଞାନ ମନୁଷ୍ୟ ସମାଜର ଅଶେଷ ହିତ ସାଧନ କରି ଆସିଅଛି।ବିଜ୍ଞାନ ବିନା ସମାଜର ଉନ୍ନତିର ପରିକଳ୍ପନା...

ଅସହାୟଙ୍କୁ ସହାୟତାର ହାତ ବଢାଇଲା ନ୍ୟୁ ଲାଇଫ ମିଶନ

କେସିଙ୍ଗା,୨୫ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କୁର୍ଲୁପଡ଼ା ଗ୍ରାମର ନ୍ୟୁ ଲାଇଫ ମିଶନ ପରିସରରେ ଅନୁଷ୍ଠାନର ପ୍ରତିଷ୍ଠାତା ତଥା ଡାଇରେକ୍ଟର ସିଆନି ହରପାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri