ଭୋଡା-ଆଇଡିଆକୁ ମିଳିପାରେ ଲାଇଫ୍‌ଲାଇନ

ନୂଆଦିଲ୍ଲୀ,୪।୯: ଋଣ ଚାପରେ ଫସି ରହିଥିବା ଟେଲିକମ୍‌ କମ୍ପାନୀ ଭୋଡାଫୋନ-ଆଇଡିଆକୁ ନୂଆ ଲାଇଫ୍‌ଲାଇନ ମିଳିପାରେ। ଏହି କମ୍ପାନୀରେ ପ୍ରାୟ ୨୯ ହଜାର କୋଟି ଟଙ୍କାର ପୁଞ୍ଜି ନିବେଶ ହେବାର ସମ୍ଭାବନା ରହିଛି। ଏହା ହେଲେ ଚାପରେ ରହିଥିବା କମ୍ପାନୀ କାରବାରକୁ ପୁଣି ଥରେ ସମ୍ଭାଳିବାରେ ସକ୍ଷମ ହେବ ବୋଲି କୁହାଯାଉଛି। ଆଡଜଷ୍ଟେଟେଡ ଗ୍ରସ୍‌ ରେଭେନ୍ୟୁ(ଏଜିଆର୍‌) ମାମଲାରେ ଟେଲିକମ କମ୍ପାନୀଗୁଡିକୁ ସୁପ୍ରିମକୋର୍ଟଙ୍କ ପକ୍ଷରୁ ୧୦ ବର୍ଷର ଆଶ୍ୱସ୍ତି ମିଳିଛି। ଏହି ମାମଲା ଭୋଡାଫୋନ ଆଇଡିଆ କମ୍ପାନୀର ଭବିଷ୍ୟତ ନିର୍ଦ୍ଧାରଣ କରିବ ବୋଲି କୁହାଯାଇଥିଲା। ମାମଲାରେ କମ୍ପାନୀକୁ ବଡ ଆଶ୍ୱସ୍ତି ମିଳିଥିବା ଜଣାପଡିଛି। ବକେୟା ଶୁଝିବା ଲାଗି କମ୍ପାନୀ ଏହାର ଅଂଶଧନ ବିକିବ ବୋଲି ଶୁଣାଯାଉଥିଲା। ଏହା ଉପରେ ସୁପ୍ରିମକୋର୍ଟ ରୋକ ମଧ୍ୟ ଲଗାଇଥିଲେ। ପ୍ରମୁଖ ଇ-କମର୍ସ କମ୍ପାନୀ ଆମାଜନ ଡଟ୍‌ ଇନ ଏବଂ ଭେରିଜନ କମ୍ୟୁନିକେଶନ ଭୋଡାଫୋନ-ଆଇଡିଆରେ ଅଂଶଧନ କିଣିପାରେ ବୋଲି ଚର୍ଚ୍ଚା ଜୋର ଧରିଛି। ଏ ନେଇ ଗଣମାଧ୍ୟମରେ ମଧ୍ୟ ରିପୋର୍ଟ ପ୍ରକାଶ ପାଇଛି। ୪ ସେପ୍ଟେମ୍ବରରେ ଏହି କମ୍ପାନୀର ବୋର୍ଡ ବୈଠକ ଅନୁଷ୍ଠିତ ହେବ। ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଏଠାରେ ଆଲୋଚନା ହୋଇପାରେ। ଅଂଶଧନ କ୍ରୟ ନେଇ ଆମାଜନ ଏବଂ ଭେରିଜନର ନାମ ସାମ୍ନାକୁ ଆସୁଛି। ଏହି ଦୁଇ କମ୍ପାନୀ ପୂର୍ବରୁ ଭାରତରେ ସେମାନଙ୍କ କାରବାର ସ୍ଥିତି ଜାହିର କରିଛନ୍ତି। ଆମାଜନ ଇ-କମର୍ସ ଏବଂ ଭେରିଜନ ପୂର୍ବରୁ ଏୟାରଟେଲ ସହ ଚୁକ୍ତିରେ ସାମିଲ ହୋଇସାରିଛି। ଚୂଡାନ୍ତ ନିଷ୍ପତ୍ତି କଣ ହେଉଛି ସେ ଉପରେ ବଜାରର ନଜର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

ବ୍ୟାଙ୍କରେ ଆକାଉଣ୍ଟ ନ ଥିଲେ ମଧ୍ୟ ନେଇପାରିବେ ଲୋନ୍‌, ଜାଣନ୍ତୁ ପୂରା ବିବରଣୀ

ପ୍ରତ୍ୟେକ ବ୍ୟକ୍ତି ନିଜର ଦୈନନ୍ଦିନ ଆବଶ୍ୟକତା ପୂରଣ କରିବା ପାଇଁ ଲୋନ୍‌ ବା ଋଣ ନିଅନ୍ତି। କେତେବେଳେ ଗାଡ଼ି ପାଇଁ ତ କେତେବେଳେ ଘର ପାଇଁ। ଆଉ…

ଉତ୍ପାଦର ଗୁଣବତ୍ତା ସହ ବୁଝାମଣା କରନ୍ତୁ ନାହିଁ: ଇଂ. ସମ୍ୱିତ ରଞ୍ଜନ ସାହୁ

ପ୍ର- ଅର୍ଗାନିକ୍‌ ମା’ ପ୍ରତିଷ୍ଠା ଚିନ୍ତାଧାରା କିପରି ମନକୁ ଆସିଥିଲା ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ଯାତ୍ରା କିପରି ରହିଛି? ଉ- ବ୍ୟକ୍ତି ଜୀବନର କିଛି ଘଟଣାକୁ ନେଇ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ଯୁଦ୍ଧବିରତି ଭିତରେ ବଦଳିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ ବଢିଲା ନା କମିଲା…

ନୂଆଦିଲ୍ଲୀ,୮।୪: ବିଶ୍ୱ ଉତ୍ତେଜନା ମଧ୍ୟରେ, ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଅନ୍ତର୍ଜାତୀୟ ବଜାରରେ…

ଆମେରିକା-ଇରାନ ଯୁଦ୍ଧବିରତି ଭିତରେ ଭାରତର ବଲ୍ଲେବଲ୍ଲେ, ମିଳିଲା ବଡ଼ ଅଫର୍‌

ନୂଆଦିଲ୍ଲୀ,୮।୪: ଗତ କିଛି ସପ୍ତାହ ଧରି, ଆମେରିକା ଏବଂ ଇରାନ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ସମଗ୍ର ବିଶ୍ୱକୁ ଏବଂ ଭାରତୀୟ ବଜାରକୁ ନିଶ୍ୱାସ ନେବାରେ ବାଧ୍ୟ…

ଯୁଦ୍ଧବିରତି ଭିତରେ ହଠାତ୍‌ ଖସିଲା ତେଲଦର, ଜାଣନ୍ତୁ ନୂଆ ପେଟ୍ରୋଲ ରେଟ୍‌

ନୂଆଦିଲ୍ଲୀ,୮ା୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ ବୁଧବାର (୮ ଏପ୍ରିଲ) ସେୟାର ମାର୍କେଟ୍‌ରେ ବଡ଼ ବୃଦ୍ଧି ଦେଖିବାକୁ ମିଳିଛି।…

RBI ଗଭର୍ନରଙ୍କ ବଡ଼ ଘୋଷଣା: ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୮।୪: ଭାରତୀୟ ରିଜର୍ଭ ବ୍ୟାଙ୍କ ଆର୍ଥିକ ବର୍ଷ ୨୦୨୭ ପାଇଁ ନୀତି ହାର ଘୋଷଣା କରିଛି। ଲଗାତାର ଦ୍ୱିତୀୟ ବର୍ଷ ପାଇଁ RBI ରେପୋ ରେଟ୍‌କୁ ଅପରିବର୍ତ୍ତିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri