ଅପରାଜିତାଙ୍କ ବିରୋଧରେ ତେଜିଲା ବିଦ୍ରୋହର ସ୍ବର: ସ୍ବାଧୀନ ଭାବେ ଲଢିବାକୁ ଧମକ ଦେଲେ କାଳୁ

ଖୋର୍ଦ୍ଧା,୨୯।୪(ପ୍ରଭାତ ପାଣିଗ୍ରାହୀ):ଭାଜପା ଖୋର୍ଦ୍ଧାରୁ ପ୍ରଶାନ୍ତ ଜଗଦ୍ଦେବଙ୍କୁ ପ୍ରାର୍ଥୀ କରିବା ପରେ ଦଳରେ ବିଦ୍ରୋହର ସ୍ବର ଉଠିଛି। ରବିବାର ଖୋର୍ଦ୍ଧା ମଳିପଡ଼ାରେ କାଳୁଚରଣ ଖଣ୍ଡାୟତରାୟ ସ୍ବାଭିମାନ ସମାବେଶ କରି ସିଧାସଳଖ ଏମ୍‌ପି ପ୍ରାର୍ଥୀ ଅପରାଜିତା ଷଡ଼ଙ୍ଗୀ ଏବଂ ପ୍ରଶାନ୍ତଙ୍କ ବିରୋଧରେ ବର୍ଷିଛନ୍ତି। ଅପରାଜିତାଙ୍କ ବିରୋଧରେ କାଳୁ ଯୁଦ୍ଧଂ ଦେହୀ ଡାକରା ଦେବା ସହ ଲୋକମତ ଅନୁଯାୟୀ ସ୍ବାଧୀନ ଭାବେ ଲଢିବେ ବୋଲି ଘୋଷଣା କରିଛନ୍ତି। ଅପରାଜିତାଙ୍କୁ କାଳୁ କଡ଼ା ସମାଲୋଚନା କରି କହିଛନ୍ତି, ‘ସେ ମିଥ୍ୟାବାଦିନୀ ଓ ଲାଞ୍ଚ ନିଅନ୍ତି। ମୁଁ ତାଙ୍କୁ ବିହାର ପଠାଇଦେବି।’ କାଳୁ ଅଭିଯୋଗ କରିଛନ୍ତି ଯେ, ଟିକେଟ ପାଇଁ ତାଙ୍କୁ ଅପରାଜିତା ୨କୋଟି ଟଙ୍କା ମାଗିଥିଲେ। ମୁଁ ଅସମର୍ଥ ପ୍ରକାଶ କରିବାରୁ ପ୍ରଶାନ୍ତଙ୍କ ଠାରୁ ଟଙ୍କା ନେଇ ଟିକେଟ ଦେଇଦେଲେ। ଅପରାଜିତାଙ୍କ ବିରୋଧରେ କାଳୁ ଅନେକ ସାଂଘାତିକ ଅଭିଯୋଗ ଆଣିଛନ୍ତି। ଏହି ସମାବେଶରେ ଅଭିନେତା ଅଖିଳ ପଟ୍ଟନାୟକ, ଜୟଦେବରୁ ରାଘବ ସେଠୀ, ଅଧ୍ୟାପକ କିଶୋର ଦେବୀଦତ୍ତ, ପୃଥିରାଜ କୋଦାମସିଂ, ଲଳିତ ସ୍ବାଇଁ, କୃଷକ ନେତା ପ୍ରେମାନନ୍ଦ ସାମନ୍ତରାୟ, ଲକ୍ଷ୍ମୀଧର ଶ୍ରୀଚନ୍ଦନ, ତ୍ରିଲୋଚନ ମହାପାତ୍ର, ରୁଦ୍ରନାଥ ପାଣିଗ୍ରାହୀ, ସୂର୍ଯ୍ୟନାରାୟଣ ଦାସ, ଶୁଚିସ୍ମିତା ବଡଜେନା, ବିପିନ ପାଲଟାସିଂହ, ଆଲୋକ ରଞ୍ଜନ ଛୋଟରାୟ, ଅଭିମନ୍ୟୁ ଘଟୁଆଳ, ରାମଚନ୍ଦ୍ର ପରିଡା, କିଶୋର ବରାଳ, ପ୍ରଦ୍ୟୁମ୍ନ ଜଗଦ୍ଦେବ ପ୍ରମୁଖ ମଞ୍ଚାସୀନ ଥିବାବେଳେ ୫ ହଜାରରୁ ଊଦ୍ଧର୍‌ବ ସମର୍ଥକ ଯୋଗଦେଇଥିଲେ। କାଳୁ ସ୍ବାଧୀନ ଭାବେ ଲଢିବା ନେଇ ଘୋଷଣା କରିବା ପରେ ଖୋର୍ଦ୍ଧା ରାଜନୀତି ସରଗରମ ହେବାରେ ଲାଗିଛି। ଏଠାରେ ସୂଚନାଯୋଗ୍ୟ ଯେ, ଟିକେଟ ଘୋଷଣା ପୂର୍ବରୁ ଏକ ସଭାମଞ୍ଚରେ ପ୍ରଶାନ୍ତ ଖୋର୍ଦ୍ଧା ବିଧାୟକ ପ୍ରାର୍ଥୀ ହେବା ନେଇ ଅପରାଜିତାଙ୍କ ଘୋଷଣାକୁ କାଳୁ ଓ ସମର୍ଥକ ତୀବ୍ର ବିରୋଧ କରିଥିଲେ। ରାଜ୍ୟ ଭାଜପା କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ସହ ହଙ୍ଗାମା କରିଥିଲେ। ଅନ୍ୟପକ୍ଷରେ ପ୍ରଶାନ୍ତଙ୍କୁ ନେଇ ଦଳରେ ଅଡ଼ୁଆ ବଢ଼ିବାରେ ଲାଗିଛି। କାଳୁଙ୍କ ସମର୍ଥକ ତାଙ୍କୁ ଗ୍ରହଣ କରିବା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅର ଅକାଳ ମୃତ୍ୟୁ: ହଠାତ୍‌ ଘଟିଲା…

ଲକ୍ଷ୍ନୌ,୧୩।୫: ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ତଥା ଅପର୍ଣ୍ଣା ଯାଦବଙ୍କ ସ୍ବାମୀ ପ୍ରତୀକ ଯାଦବଙ୍କ ଦେହାନ୍ତ ହୋଇଛି। ସେ ଲକ୍ଷ୍ନୌର ଏକ ହସ୍ପିଟାଲରେ ଶେଷନିଶ୍ୱାସ ତ୍ୟାଗ…

ବିକ୍ରି ପରିମାଣ ନେଇ ଚାଷୀ ଅସନ୍ତୋଷ: ଲଖମରା ମଣ୍ଡିକୁ ଆସିଛି ୧୨୪ ପ୍ୟାକେଟ୍‌ ଧାନ

ପଦ୍ମପୁର,୧୩ା୫(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡରେ ସୋମବାରଠାରୁ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଉପଖଣ୍ଡର ମୋଟ ୫୯ଟି କେନ୍ଦ୍ରରେ ଧାନ ସଂଗ୍ରହ କରାଯିବ ।…

ବାରକୋଟରେ ଚାଞ୍ଚଲ୍ୟ: ଲଜରୁ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ସାଥିରେ ରହୁଥିବା ଯୁବକ ଫେରାର

ଦେବଗଡ଼, ୧୨।୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟସ୍ଥିତ ଏକ ଲଜରୁ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ମହିଳା ଜଣକ ହେଲେ ବାରକୋଟ…

ମାମୁଘରକୁ ବୁଲି ଆସିଥିଲେ,ହାତୀର ଜଳକ୍ରୀଡ଼ା ଦେଖିବା ହେଲା କାଳ; ପାଣିରେ ଖସିପଡ଼ି ୬ ବର୍ଷର ନାବାଳକଙ୍କ ମୃତ୍ୟୁ

ଦେବଗଡ଼,୧୨|୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଥାନାଚଂଳର ଦନ୍ତାରିବାହାଳ ଗ୍ରାମର ମତୁଆଳି ନାଳ‌ରେ ପାଣିରେ ବୁଡି ମଙ୍ଗଳବାର ଜଣେ ନାବାଳାକର ମୃତ୍ୟୁ ଘଟିଛି। ମୃତକ ନାବାଳକ ହେଲେ ବେତ୍ରା…

ଇଚ୍ଛାମୃତ୍ୟୁ ପାଇଁ ଜିଲାପାଳଙ୍କୁ ଆବେଦନ କରିଥିବା ଚାଷୀଙ୍କୁ ଭେଟିଲା ବିଜେଡି ପ୍ରତିନିଧି ଦଳ, ନ୍ୟାୟ ପାଇଁ…

ବରଗଡ଼,୧୨।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭେଡେନ ବ୍ଲକ ଅନ୍ତର୍ଗତ ତାଲମେଣ୍ଡା ଗ୍ରାମର ଚାଷୀ ରୋହିତ ଭୋଇ ଗତବର୍ଷ ଖରିଫରେ ଅମଳ ଧାନ ବିକ୍ରି କରି ନ ପାରି…

ଆଙ୍କୋରଡା ଗ୍ରାମରେ ମା’ ସୁବର୍ଣ୍ଣରେଖା ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଉଦ୍‌ଯାପିତ; ପୂଜାର୍ଚ୍ଚନା କଲେ MP ପ୍ରଦୀପ ପାଣିଗ୍ରାହୀ

ଦିଗପହଣ୍ଡି,୧୨।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଅନ୍ତର୍ଗତ ଆଙ୍କୋରଡା ଗ୍ରାମର ଅଧିଷ୍ଠାତ୍ରୀ ଦେବୀ ମା’ ସୁବର୍ଣ୍ଣରେଖା ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ମହୋତ୍ସବ ମଙ୍ଗଳବାର ବିଳମ୍ବିତ…

କର୍ମକ୍ଷେତ୍ରରେ ମହିଳାଙ୍କୁ ଯୌନ ନିର୍ଯାତନା: କ୍ରୀଡ଼ା ଶିକ୍ଷକ ନିଲମ୍ବିତ,ବିଇଓ- ଡିଇଓଙ୍କ ବିରୋଧରେ…

ବରଗଡ଼,୧୨।୫(ପ୍ରେମାନନ୍ଦ ଖମାରୀ)- କର୍ମକ୍ଷେତ୍ରରେ ମହିଳା କର୍ମଚାରୀଙ୍କୁ ଯୌନ ନିର୍ଯାତନା ଏବଂ ବିଭାଗରେ ଆର୍ଥିକ ଅନିୟମିତତା ଅଭିଯୋଗ ଘଟଣାରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଛି। ଏହି ମାମଲାରେ ଗିରଫ…

୧୭ ଦିନରେ ପହଞ୍ଚିଲା ଭଞ୍ଜନଗର ଯାତ୍ରା: ମା’ ବ୍ୟାଘ୍ରଦେବୀଙ୍କ ଆଶୀର୍ବାଦ ନେଲେ ବାଚସ୍ପତି ସୁରମା ପାଢ଼ୀ

ଭଞ୍ଜନଗର,୧୨।୫(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ମଙ୍ଗଳବାର ୧୭ ଦିନରେ ପହଞ୍ଚିଛି। ଆଉ ୮ ଦିନ ପରେ ୨୦ ତାରିଖରେ ଯାତ୍ରା ଉଦଯାପିତ ହେବ। ଆସନ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri