Posted inଖେଳ

ଓ୍ବାଲର୍‌ଡ ଟେଷ୍ଟ ଚାମ୍ପିୟନଶିପ୍‌: ପଏଣ୍ଟ ଭାଗ ପାଇଁ ଆଇସିସିର ଯୋଜନା

ଦୁବାଇ, ୨୩।୧୦(ପି.ଟି.)-
କୋଭିଡ-୧୯ ମହାମାରୀ ପାଇଁ ଓ୍ବାଲର୍‌ଡ ଟେଷ୍ଟ ଚାମ୍ପିୟନଶିପ୍‌ ଅନ୍ତର୍ଗତ ଅନେକ ଦ୍ୱିପାକ୍ଷିକ ସିରିଜ ସ୍ଥଗିତ ରହିଛି। ମାତ୍ର ପୂର୍ବ କାର୍ଯ୍ୟସୂଚୀ ଅନୁସାରେ ଆସନ୍ତା ଜୁନ୍‌ରେ ଫାଇନାଲ ଆୟୋଜନ ପାଇଁ ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ୍‌(ଆଇସିସି) ଲକ୍ଷ୍ୟ ରଖିଛି। ଏପରି ସ୍ଥିତିରେ ଯେଉଁ ସିରିଜଗୁଡ଼ିକ ହୋଇ ପାରି ନାହିଁ ସେଥିପାଇଁ ପଏଣ୍ଟ ଭାଗ କରିବାକୁ ଯୋଜନା କରୁଛି। ଏହି ପ୍ରସଙ୍ଗରେ ଆସନ୍ତା ମାସରେ କ୍ରିକେଟ କମିଟି ବୈଠକରେ ଆଲୋଚନା ହେବା ସମ୍ଭାବନା ରହିଛି। ଇଏସପିଏନ୍‌ କ୍ରିକ୍‌ଇନ୍‌ଫୋ ଓ୍ବେବସାଇଟ୍‌ ଅନୁସାରେ ଗୋଟିଏ ବିକଳ୍ପ ହେଉଛି ପଏଣ୍ଟ ଭାଗ ଏବଂ ଅନ୍ୟ ବିକଳ୍ପଟି କେବଳ ୨୦୨୧ ମାର୍ଚ୍ଚ ଶେଷସୁଦ୍ଧା ଖେଳାଯିବାକୁଥିବା ମ୍ୟାଚ ଗୁଡ଼ିକୁ ବିଚାରକୁ ନେଇ ପଏଣ୍ଟ କଥା ଚିନ୍ତା କରାଯାଇପାରେ। ନିୟମ ଅନୁସାରେ ପ୍ରତି ସିରିଜ ପାଇଁ ୧୨୦ ପଏଣ୍ଟ ଧାର୍ଯ୍ୟ କରାଯାଇଛି। ସିରିଜରେ ମ୍ୟାଚ ସଂଖ୍ୟା ଅନୁସାରେ ଏହି ପଏଣ୍ଟ ଭାଗ ହେଉଛି। ୨ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ପାଇଁ ବିଜୟୀ ଦଳ ୬୦ ପଏଣ୍ଟ ପାଇଛି ଏବଂ ଡ୍ର କ୍ଷେତ୍ରରେ ୩୦ ପଏଣ୍ଟ ଦିଆଯାଉଛି। ୩ ମ୍ୟାଚ ବିଶିଷ୍ଟ ସିରିଜ କ୍ଷେତ୍ରରେ ଏହା ୪୦ ଓ ୨୦ ପଏଣ୍ଟ ହେଉଛି। ସେହିପରି ୪ ମ୍ୟାଚ ସିରିଜ କ୍ଷେତ୍ରରେ ୩୦, ୧୫ ଏବଂ ସର୍ବାଧିକ ୫ ମ୍ୟାଚ ବିଶିଷ୍ଟ ସିରିଜରେ ୨୪ ଓ ୧୨ ପଏଣ୍ଟ ଦିଆ ଯାଉଛି। ମହାମାରୀ ପାଇଁ ଚଳିତ ବର୍ଷ ଅନେକ ଟେଷ୍ଟ ସ୍ଥଗିତ ରହିଛି। ଅନେକ କ୍ଷେତ୍ରରେ ଏହା କେବେ ଆରମ୍ଭ ହେବ ତାହା ସ୍ପଷ୍ଟ ନୁହେଁ। ୨୦୨୧ ମାର୍ଚ୍ଚ ଶେଷରେ ଓ୍ବାଲର୍‌ଡ ଟେଷ୍ଟ ଚାମ୍ପିୟନଶିପ୍‌ ଶେଷ ହେବାକୁ ଥିବାରୁ ଆଇସିସି ଏପରି ନିଷ୍ପତ୍ତି ନେବାକୁ ଯୋଜନା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଇଶାନ, ତିଲକଙ୍କ ବିସ୍ଫୋରକ ବ୍ୟାଟିଂ, ୨-୦ରେ ଭାରତ ସିରିଜ୍‌ ଆଗୁଆ

ହରାରେ,୨୫ା୭: ଇଶାନ କିଶନ ଓ ତିଲକ ବର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଶନିବାର ଅନୁଷ୍ଠିତ ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୯୦ ରନରେ ଜିମ୍ବାଓ୍ବେକୁ ପରାସ୍ତ କରିଛି।…

ରାଜ୍ୟଗୋଷ୍ଠୀ କ୍ରୀଡ଼ା: ସ୍ବାନ ଜିତିଲେ ପ୍ରଥମ ସ୍ବର୍ଣ୍ଣ

ଗ୍ଲାସଗୋ,୨୫ା୭: ଇଂଲଣ୍ଡର ମାର୍କ ସ୍ବାନ ଚଳିତ ଗ୍ଲାସ୍‌ଗୋ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ପ୍ରଥମ ସ୍ବର୍ଣ୍ଣ ବିଜେତା ହୋଇଛନ୍ତି। ଲାଇଟ୍‌ଓ୍ବେଟ୍‌ ପାଓ୍ବାରଲିଫ୍ଟିଙ୍ଗ ପ୍ରତିଯୋଗିତାରେ ସେ ୨୨୨କେଜି ଉତ୍ତୋଳନ କରି ପ୍ରଥମ…

ରୋହିତ ଶର୍ମାଙ୍କୁ ନେଇ ହୃଦୟସ୍ପର୍ଶୀ ବାର୍ତ୍ତା ଶେୟାର କଲେ ଜସ ବଟଲର୍‌

ନୂଆଦିଲ୍ଲୀ,୨୫।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଏକଦିବସୀୟ ସିରିଜ ଶେଷ ହେବା ପରେ, ଉଭୟ ଦଳର ଖେଳାଳିଙ୍କ ମଧ୍ୟରେ ଉତ୍କୃଷ୍ଟ ଖେଳ ମନୋଭାବ ଦେଖିବାକୁ ମିଳିଥିଲା। ଇଂଲଣ୍ଡର…

ରୋହିତଙ୍କ ଅବସରକୁ ନେଇ ରାଜୀବ ଶୁକ୍ଳାଙ୍କ ବଡ଼ ଘୋଷଣା, ୨୦୨୭ ବିଶ୍ବକପ୍…

ନୂଆଦିଲ୍ଲୀ,୨୫।୭: ଇଂଲଣ୍ଡ ଗସ୍ତ ସମୟରେ ଟିମ୍ ଇଣ୍ଡିଆର ଓପନର ରୋହିତ ଶର୍ମାଙ୍କ ଅବସର ନେଇ ସମ୍ପ୍ରତି ଅନେକ କଳ୍ପନାଜଳ୍ପନା ଚାଲିଥିଲା। ଗଣମାଧ୍ୟମ ରିପୋର୍ଟରେ ଦାବି କରାଯାଇଥିଲା ଯେ…

Commonwealth Games: ଭାରତ ପାଇଁ ପ୍ରଥମ ପଦକ ଜିତିଲେ ଝଣ୍ଡୁ କୁମାର

ନୂଆଦିଲ୍ଲୀ,୨୫।୭: ୨୦୨୬ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ଦ୍ୱିତୀୟ ଦିନରେ, ପାରା ଭାରୋତ୍ତୋଳକ ଝଣ୍ଡୁ କୁମାର କାଂସ୍ୟ ପଦକ ଜିତି ଭାରତ ପାଇଁ ଏକ ପ୍ରମୁଖ ମାଇଲଖୁଣ୍ଟ ହାସଲ କରିଛନ୍ତି…

ଚମକାଇଲା ECBର ନିଷ୍ପତ୍ତି: ଜୋ ରୁଟ୍ ପୁଣି ହେବେ ଇଂଲଣ୍ଡର ଷ୍ଟେଟ୍ କ୍ୟାପଟେନ୍

ଲଣ୍ଡନ,୨୪।୭: : ଇଂଲଣ୍ଡ କ୍ରିକେଟ୍ ଦଳକୁ ମିଳିବାକୁ ଯାଉଛି ଜଣେ ନୂତନ ଟେଷ୍ଟ କ୍ୟାପଟେନ୍। ବରିଷ୍ଠ ବ୍ୟାଟ୍ସମ୍ୟାନ୍ ଜୋ ରୁଟଙ୍କୁ ପୁଣି ଥରେ ଇଂଲଣ୍ଡ ଟେଷ୍ଟ ଦଳର…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ସନ୍ତରଣ, ନଟରାଜ ସେମିରେ

ଗ୍ଲାସ୍‌ଗୋ, ୨୪ା୭:ଭାରତୀୟ ସନ୍ତରଣକାରୀ ଶ୍ରୀହରି ନଟରାଜ ରାଜ୍ୟଗୋଷ୍ଠୀ କ୍ରୀଡ଼ା ସନ୍ତରଣର ୫୦ମିଟର ବ୍ୟାକ୍‌ଷ୍ଟ୍ରୋକ୍‌ ପ୍ରତିଯୋଗିତାର ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଶୁକ୍ରବାର ଅନୁଷ୍ଠିତ ହିଟ୍‌ରଗୁଡ଼ିକରୁ ଶ୍ରେଷ୍ଠ ୧୬ଜଣ ଏହି…

ଡୋପିଙ୍ଗ ମାମଲା, ରାଜ୍ୟଗୋଷ୍ଠୀ କ୍ରୀଡ଼ାରୁ ବାଦ୍‌ ପଡ଼ିଲେ ଜୁଡୋକା ମାନ୍‌

ନୂଆଦିଲ୍ଲୀ,୨୪ା୭: ବର୍ମିଂହାମ୍‌ ରାଜ୍ୟଗୋଷ୍ଠୀ କ୍ରୀଡ଼ା ରୌପ୍ୟ ପଦକ ବିଜୟିନୀ ଜୁଡୋକା ତୁଲିକା ମାନ୍‌ଙ୍କୁ ଚଳିତ ଗ୍ଲ୍‌ାସ୍‌ଗୋ ସଂସ୍କରଣରୁ ପ୍ରତ୍ୟାହାର କରି ନିଆଯାଇଛି। ଗତ ୧୨ ମାସ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri