ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ ମ୍ୟାଚରେ କନ୍ଧମାଳ ଜିଲା ଦାରିଙ୍ଗିବାଡ଼ି ଗ୍ରାମର ଭଲିବଲ ଟିମ୍‌ ପ୍ରତିପକ୍ଷ ଗଜପତି ଜିଲା ମୋହନା ଗ୍ରାମ ସେଣ୍ଟ ପିଟର ଭଲିବଲ ଟିମକୁ ଲଗାତାର ୨ ସେଟରେ ପରାଜିତ କରି ପରବର୍ତ୍ତୀ ସେମିଫାଇନାଲ ମ୍ୟାଚ୍‌କୁ ଉନ୍ନୀତ ହୋଇଛି।

ସ୍ଥାନୀୟ ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ ଆୟୋଜିତ ଟୁର୍ନାମେଣ୍ଟର ତୃତୀୟ କ୍ୱାର୍ଟର ଫାଇନାଲ ମ୍ୟାଚକୁ ବଡ଼ ଖେମୁଣ୍ଡି ରାଜପୁତ୍ର ସପନ କୁମାର ଦେବ ମୁଖ୍ୟଅତିଥି ଭାବେ ଯୋଗଦେଇ ଏହାର ଶୁଭାରମ୍ଭ କରିଥିଲେ। ବ୍ୟବସାୟୀ ଏ.ସତ୍ୟନାରାୟଣ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ।

ଟୁର୍ନାମେଣ୍ଟ ଆୟୋଜକ ଅର୍ଦ୍ଦୁ ଗୋବିନ୍ଦଙ୍କ ସଂଯୋଜନାରେ ଆୟୋଜିତ ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ଟୁର୍ନାମେଣ୍ଟ ପରିଚାଳନା କମିଟି ସଭାପତି ଶିବଶଙ୍କର ମହାଙ୍କୁଡ, ସମ୍ପାଦକ ବିଚିତ୍ରାନନ୍ଦ ପଟ୍ଟନାୟକ, ପରିଚାଳନା କମିଟି କାର୍ଯ୍ୟକର୍ତ୍ତା ଏ . ସାକିଲି , ବାରିକ ବେହେରା, ଲୋକନାଥ ପାଣିଗ୍ରାହୀ ପ୍ରମୁଖ ଉପସ୍ଥିତ ଥିଲେ । ଗୋବିନ୍ଦ ନାୟକ ରେଫେରୀ ଭାବେ ମ୍ୟାଚ୍‌ ପରିଚାଳନା କରିଥିଲେ।

ଏହି ଅବସରରେ ମୋହନା ଭଲିବଲ ଟିମ୍‌ର ସାହିଲ ନାୟକଙ୍କୁ ମ୍ୟାନ ଅଫ ଦି ମ୍ୟାଚ ଭାବେ ଘୋଷଣା କରାଯାଇ ଅନ୍ୟତମ ଅତିଥି ଅବସରପ୍ରାପ୍ତ କ୍ରୀଡା ଶିକ୍ଷକ ଏମ. ଗୌରାଙ୍ଗଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା।

ଖେମୁଣ୍ଡି ସ୍ପୋର୍ଟିଙ୍ଗ କ୍ଳବ ସଦସ୍ୟ ସମୀର କୁମାର ପଣ୍ଡା, ସନାତନ ରେଡ୍ଡୀ, ନରେନ୍ଦ୍ର ସାହୁ, ବୈକୁଣ୍ଠ ନାଥ ସ୍ବାଇଁଙ୍କ ସମେତ ସଭ୍ୟ ବୃନ୍ଦ ମ୍ୟାଚ ପରିଚାଳନାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲାର ବିଭିନ୍ନ ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ ରାଜ୍ୟସ୍ତରୀୟ...

କଳାହାଣ୍ଡି ଉତ୍ସବ ଲାଗି ପ୍ରସ୍ତୁତି ବୈଠକକୁ ନେଇ ପ୍ରଶ୍ନବାଚୀ: ଅନୁପସ୍ଥିତ ରହିଲେ ଉପରିସ୍ଥ ଅଧିକାରୀ, ଜାନୁଆରୀ ୯ରେ…

ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…

ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ; ଦାରିଙ୍ଗିବାଡି ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ର ତୃତୀୟ ଦିବସ ମଙ୍ଗଳବାର...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

ସାନଖେମୁଣ୍ଡି ତହସିଲ କାର୍ଯ୍ୟାଳୟ ଆଗରେ ଗର୍ଜିଲେ ଚାଷୀ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ଉନ୍ନୟନ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ  ମଙ୍ଗଳବାର ସ୍ଥାନୀୟ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri