ଭଲିବଲ ଟୁର୍ନାମେଣ୍ଟ: ଫାଇନାଲରେ ପହଞ୍ଚିଲା ଗୁମ୍ମା ଟିମ୍‌

ଦିଗପହଣ୍ଡି, ୩।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡ଼ିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ୍‌ ଟୁର୍ନାମେଣ୍ଟର ୬ଷ୍ଠ ଦିବସ ଶନିବାର ଦ୍ୱିତୀୟ ସେମି ଫାଇନାଲ ମ୍ୟାଚରେ ଗଜପତି ଜିଲାର ଗୁମ୍ମା ଭଲିବଲ ଟିମ୍‌ ପ୍ରତିପକ୍ଷ ଡେଙ୍ଗାପଦର ଭଲିବଲ ଟିମକୁ ପରାଜିତ କରି ଫାଇନାଲରେ ପହଞ୍ଚିଛି। ୫ମ୍ୟାଚ୍‌ ମଧ୍ୟରୁ ଗୁମ୍ମା ଟିମ୍‌ କ୍ରମାଗତ ୩ଟି ମ୍ୟାଚରେ ବିଜୟ ହୋଇ ଫାଇନାଲ ପ୍ରବେଶ କରିଛି।

ସ୍ଥାନୀୟ ଖେମୁଣ୍ଡି ସ୍ପୋର୍ଟିଙ୍ଗ କ୍ଲବ ଆନୁକୂଲ୍ୟରେ ଆୟୋଜିତ ଏହି ଟୁର୍ନାମେଣ୍ଟର ୬ଷ୍ଠ ଦିବସ ସେମି ଫାଇନାଲ ମ୍ୟାଚକୁ ବ୍ରହ୍ମପୁରର ବ୍ୟବସାୟୀ ପୂର୍ଣ୍ଣଚନ୍ଦ୍ର ମହାନ୍ତି ମୁଖ୍ୟଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ।

ଟୁର୍ନାମେଣ୍ଟ ଆୟୋଜକ ଅର୍ଦ୍ଦୁ ଗୋବିନ୍ଦଙ୍କ ସଂଯୋଜନାରେ ଆୟୋଜିତ ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ଟୁର୍ନାମେଣ୍ଟ ପରିଚାଳନା କମିଟି ସଭାପତି ଶିବଶଙ୍କର ମହାଙ୍କୁଡ଼, ପରିଚାଳନା କମିଟି କାର୍ଯ୍ୟକର୍ତ୍ତା ଏ. ସାକିଲି, ବାରିକ ବେହେରା, ଲୋକନାଥ ପାଣିଗ୍ରାହୀ ପ୍ରମୁଖ ଉପସ୍ଥିତ ଥିଲେ। ଗୋବିନ୍ଦ ନାୟକ ରେଫେରୀ ଭାବେ ମ୍ୟାଚ୍‌ ପରିଚାଳନା କରିଥିବା ବେଳେ ଡେଙ୍ଗାପଦର ଭଲିବଲ ଟିମର ଶ୍ରେଷ୍ଠ ଖେଳାଳି କୁଶ ନାୟକଙ୍କୁ ମ୍ୟାନ୍‌ ଅଫ ଦି ମ୍ୟାଚ୍‌ ଭାବେ ଘୋଷଣା କରାଯାଇ ସମ୍ପାଦକ ବିଚିତ୍ରାନନ୍ଦ ପଟ୍ଟନାୟକଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା।

ଖେମୁଣ୍ଡି ସ୍ପୋର୍ଟିଙ୍ଗ କ୍ଳବ ସଦସ୍ୟ ହୃଦୟ ନନ୍ଦ, ସମୀର କୁମାର ପଣ୍ଡା, ସନାତନ ରେଡ୍ଡୀ, ନରେନ୍ଦ୍ର ସାହୁ, ବୈକୁଣ୍ଠ ନାଥ ସ୍ବାଇଁ ଙ୍କ ସମେତ ସଭ୍ୟ ବୃନ୍ଦ ମ୍ୟାଚ୍‌ ପରିଚାଳନାରେ ସହଯୋଗ କରିଥିଲେ। ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ରବିବାର ବ୍ରହ୍ମପୁରର ପାୱାର ସିକ୍ସ ଭଲିବଲ ଟିମ୍‌ ଏବଂ ଗୁମ୍ମା ଭଲିବଲ ଟିମ୍‌ ମଧ୍ୟରେ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏହି ବ୍ୟାଚ୍‌ ରୋଚକପୂର୍ଣ୍ଣ ହେବ ବୋଲି ଟୁର୍ନାମେଣ୍ଟ ଆୟୋଜକ କମିଟି କର୍ମକର୍ତ୍ତା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତ୍ରିକୋଣୀୟ ପ୍ରେମରୁ ହତ୍ୟା, ବନ୍ଧା ହେଲେ ୩ ଅଭିଯୁକ୍ତ

ବରଗଡ଼,୪।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଥିବା ବେଳେ ଶୁକ୍ରବାର ବିଳମ୍ବିତ ରାତିରେ ନିକଟସ୍ଥ ଘୁଲିପାଲି ରାସ୍ତାରେ ଯୁବକ ଚନ୍ଦନ ରାଉତଙ୍କୁ ଅତି ନିର୍ମମ ଭାବେ...

କାମସାରି ଘରକୁ ଫେରୁଥିଲେ: ଗଛରେ ପିଟି ହୋଇ ଚାଲିଗଲା ୨ସାଙ୍ଗଙ୍କ ଜୀବନ

ସନ୍ତ୍ରୀଛକ,୪।୧(ସନ୍ତୋଷ ପରିଡ଼ା): ଅନୁଗୋଳ ଜିଲା ବଅଁରପାଳ ଥାନା ଅଧୀନ ବଉଳିଗଡ଼ ନିକଟରେ ରବିବାର ଏକ ଦୁର୍ଘଟଣା ଘଟିଛି। ଗଛରେ ପିଟି ହୋଇ ୨ସାଙ୍ଗଙ୍କ ମୃତ୍ୟୁ ଘଟିଛି।...

ବେଙ୍ଗାଲୁରୁରେ ନାବାଳିକାଙ୍କୁ ଗଣବଳାତ୍କାର: ଗିରଫ ହେଲେ ୩ ଅଭିଯୁକ୍ତ

ବେଙ୍ଗାଲୁରୁ,୪ା୧: କର୍ନାଟକର ହୁବ୍‌ଲିରେ ଜଣେ ୧୩ ବର୍ଷୀୟା ବାଳିକାଙ୍କୁ ୩ ଜଣ ନାବାଳକ ଗଣବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଅଭିଯୁକ୍ତମାନଙ୍କ ବୟସ ୧୪ରୁ ୧୫ ବର୍ଷ...

୮୦ ବର୍ଷ ବୟସରେ ଖଡିଆଳ ରାଜାଙ୍କ ପରଲୋକ, ସୁନ୍ଦର ନଦୀ ଘାଟରେ ଶେଷକୃତ୍ୟ ସମ୍ପନ୍ନ

ଖଡ଼ିଆଳ,୪।୧(ସୁଜିତ କୁମାର ପ୍ରଧାନ): ନୂଆପଡା ଜିଲା ଖଡିଆଳ ରାଜା ଜିତାମିତ୍ର ପ୍ରସାଦ ସିଂ ଦେଓଙ୍କ ୮୦ ବର୍ଷ ବୟସରେ ପରଲୋକ ହୋଇଛି । ରବିବାର ସକାଳରେ...

ଦେଢ଼ବର୍ଷରେ ଭାଙ୍ଗିଗଲା ସୁନାର ସଂସାର, ଫ୍ୟାନରେ ଶାଢ଼ୀ ଲଗାଇ ଝୁଲି ପଡିଲେ ନବବିବାହିତା

ଉମରକୋଟ,୪।୧(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲାର ଉମରକୋଟ ଅଞ୍ଚଳରେ ଏକ ଦୁଃଖଦ ଘଟଣା ଘଟିଛି, ଯାହା ଏକ ପରିବାରର ସ୍ୱପ୍ନକୁ ଚୂରମାର୍‌ କରିଦେଇଛି। ଦେଢ଼ ବର୍ଷ ତଳେ...

ପଞ୍ଚମ ଆଶେସ୍‌ ଟେଷ୍ଟ: ପ୍ରଥମ ଦିନ ଖେଳ ସୁଦ୍ଧା ଇଂଲଣ୍ଡ ୨୧୧/ ୩

ସିଡ୍‌ନୀ,୪ା୧: ଅଷ୍ଟ୍ରେଲିଆ ଓ ଇଂଲଣ୍ଡ ମଧ୍ୟରେ ରବିବାରଠାରୁ ସିଡ୍‌ନୀ କ୍ରିକେଟ ଗ୍ରାଉଣ୍ଡ(ଏସ୍‌ସିଜି)ରେ ପଞ୍ଚମ ତଥା ଅନ୍ତିମ ଆଶେସ୍‌ ଟେଷ୍ଟ କ୍ରିକେଟ୍‌ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଜୋ...

ନାଇଜେରିଆରେ ବଡ଼ ଆକ୍ରମଣ, ଗୁଳି ମାଡ଼ରେ ଅତି କମରେ ୩୦ ଜଣଙ୍କର ମୃତ୍ୟୁ

ଅବୁଜା,୪।୧ : ନାଇଜେରିଆର ଏକ ଗାଁକୁ ବନ୍ଧୁକଧାରୀମାନେ ପୁଣି ଥରେ ଟାର୍ଗେଟ କରିଛନ୍ତି  । ରିପୋର୍ଟ ଅନୁଯାୟୀ ଅତି କମରେ ୩୦ ଜଣଙ୍କୁ ଗୁଳି କରି...

ଭୟଙ୍କର ଦୁର୍ଘଟଣା: କାର୍‌କୁ ଚାପିଦେଲା ଦ୍ରୁତଗାମୀ ଟ୍ରକ୍‌, ଶିଶୁକନ୍ୟା ସମେତ ଗୋଟିଏ ପରିବାରର ୩ ମୃତ

ଗଜପତି,୪ା୧(ଗିରିଧାରୀ ପରିଛା): ନୂଆବର୍ଷର ପ୍ରଥମ ରବିବାରରେ ଗୋଟିଏ ପରିବାରରେ ତିନିଜଣଙ୍କ ଜୀବନ ଦୀପ ଲିଭିଯାଇଛି। ଗଜପତି ସୀମାନ୍ତ ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲମ ଜିଲା ବାରୁଆ ଥାନା ଅଧୀନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri