ଭଲିବଲ ଟୁର୍ଣ୍ଣାମେଣ୍ଟ: ସ୍ବାମ୍‌ ଟିମ୍‌କୁ ହରାଇ କରଞ୍ଜିଆ ଚମ୍ପିୟାନ

ପାଟଣା,୭।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ ପାଟଣା ପଞ୍ଚାୟତ ସ୍ବାମ ବିରଜୟ ଗୋବିନ୍ଦପୁର ଶାସନ ଭଲିବଲ ଆସୋସିଏଶନ ପକ୍ଷରୁ ଶୁକ୍ରବାର ଦିବାରାତ୍ର ସ୍ବାମ ଭଲିବଲ ଟୁର୍ଣ୍ଣାମେଣ୍ଟ  ସାମପାଲା ପଡିଆ ସମରେ ଅନୁଷ୍ଠିତ ହୋଇଛି।
ଏଥିରେ ମୋଟ ୬ଟି ଦଳ ଅଂଶ ଗ୍ରହଣ କରିଥିଲା। ଫାଇନାଲ ମ୍ୟାଚରେ କରଞ୍ଜିଆ ସହ ସ୍ବାମ ଟିମ୍‌ ମଧ୍ୟରେ ସଂଘର୍ଷ ପୂର୍ଣ୍ଣ ମ୍ୟାଚ ଅନୁଷ୍ଠିତ ହେଇଥିଲା। ୩ସେଟ୍‌ ବିଶିଷ୍ଟ ମ୍ୟାଚରେ ଫାଇନାଲରେ ୨ଟି ଯାକ ସେଟ୍‌ରେ କରଞ୍ଜିଆ ବିଜୟୀ ହୋଇ ଚାମ୍ପିୟନ ହୋଇଥିବା ବେଳେ ସ୍ବାମ ରନର୍ସ ଅପ ହୋଇଥଲା।
ରେଫରି ଭାବେ ରାଜେଶ ସାହୁ, କିଶାନ ଦାଶ ଖେଳ ପରିଚାଳନା କରିଥିଲା। ଖେଳର ଧାରା ବିବରଣୀକୁ ଶରତ ଚନ୍ଦ୍ର ମିଶ୍ର ଓ ରିଙ୍କୁ ସେଠୀ ପ୍ରଦାନ କରିଥିଲେ।
ଆୟୋଜିତ ପୁରସ୍କାର ବିତରଣ ଉତ୍ସବ ହେମନ୍ତ ବେହେରାଙ୍କ ସଂଯୋଜନାରେ ଅନୁଷ୍ଠିତ ହେଇଥିଲା। ଏଥିରେ ମୁଖ୍ୟ ଅତିଥି ଭାବେ ପାଟଣା ଥାନା ଏଏସଆଇ ଧନେଶ୍ୱର ପାତ୍ର ସମ୍ମାନନିତ ଅତିଥି ଭାବେ କ୍ରୀଡାବିତ୍‌ ତଥା ଶିଳ୍ପ ପତି  ବିବେକାନନ୍ଦ ଦାଶ ଯୋଗ ଦେଇ ଚାମ୍ପିୟନ   କରଞ୍ଜିଆ ଦଳର କ୍ୟାପଟେନ କରୁଣାଙ୍କୁ  ୫ହଜାର ଟଙ୍କା ଓ ଟ୍ରଫି ଦେଇଥିଲେ
ସେହିପରି  ରନର୍ସ ଅପଦଳର କ୍ୟାପଟେନ ପ୍ରଭୁ ପ୍ରସାଦ ଦାଶଙ୍କୁ ୩ହଜାର ଟଙ୍କା ଓ ଟ୍ରଫି ଦେଇ ସମ୍ବର୍ଦ୍ଧିତ କରିଥିଲେ।
          ଖେଳକୁ କମିଟିର ପ୍ରଭୁପ୍ରସାଦ ଦାଶ, ସୌମ୍ୟ ରଞ୍ଜନ ଦାଶ, ଖବରଦାତା କଳ୍ପତରୁ କର, ଭବତ୍ତୋଶ ଶତପଥୀ, ଆର୍ଯ୍ୟପ୍ରସାଦ ଦାଶ, ଶ୍ରୀନିବାସ ଶତପଥୀ,ଜ୍ୟୋତିର୍ମୟ ତ୍ରିପଠୀ, ସୁମିତ କୁମାର ପତି, ପ୍ରକାଶ ଦାଶ ଦାଶ, ସିଦ୍ଧାର୍ଥ ଦାଶ, ରମ୍ୟ ରଞ୍ଜନ ମିଶ୍ର  ପ୍ରମୁଖ ପରିଚାଳନା କରିଥିଲେ।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୩୨ ରନ୍‌ କରି ଐତିହାସିକ ବିଜୟ ହାସଲ କଲା ଭାରତ, ଚମତ୍କାର କଲେ ଅକ୍ଷର ପଟେଲ

ନୂଆଦିଲ୍ଲୀ,୨୩।୯: ସାନୋ ଷ୍ଟାଡିୟମରେ ଖେଳାଯାଇଥିବା ଏକମାତ୍ର ଟି-୨୦ ମ୍ୟାଚ୍‌ରେ ଜାପାନକୁ ୨ ରନ୍‌ରେ ହରାଇଛି ଭାରତ। ବର୍ଷା ଯୋଗୁ ମ୍ୟାଚ୍‌କୁ ୫-୫ ଓଭରକୁ କମାଇ ଦିଆଯାଇଥିଲା। ଭାରତ…

ଭୁଲ ଇଞ୍ଜେକ୍ସନ ଯୋଗୁ କିନ୍ନରଙ୍କ ମୃତ୍ୟୁ ଅଭିଯୋଗ: ହସ୍ପିଟାଲ ଘେରିଲେ କିନ୍ନର ସମାଜ

ଦେବଗଡ଼, ୨୩।୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ କିନ୍ନରଙ୍କ ମୃତ୍ୟୁକୁ ନେଇ ମଙ୍ଗଳବାର ରାତିରେ ଉତ୍ତେଜନା ପ୍ରକାଶ ପାଇଛି। ଭୁଲ…

ମାତ୍ର ୧୬ ରନ୍‌ କରି ପ୍ଲେୟର ଅଫ ଦି ମ୍ୟାଚ୍‌ ପୁରସ୍କାର ଜିତିଲେ ଶ୍ରେୟସ ଆୟର: ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୨୩।୯: ଭାରତ ଓ ଜାପାନ ମଧ୍ୟରେ ଐତିହାସିକ ଟି-୨୦ ମ୍ୟାଚ ଶେଷରେ ଖେଳାଯାଇଛି। ଏହି ମୁକାବିଲାକୁ ନେଇ ଆରମ୍ଭରୁ ଉତ୍ସାହ ରହିଥିଲା। ହେଲେ ବର୍ଷା ଯୋଗୁ ମ୍ୟାଚ୍‌କୁ…

ଥମୁନି ହାତୀ ମୃତ୍ୟୁ, ୩ ବର୍ଷରେ ମଲେଣି ୨୫୬: ପ୍ରାଣୀ ବିଶେଷଜ୍ଞଙ୍କ ଉଦ୍‌ବେଗ

ଭୁବନେଶ୍ୱର,୨୩ା୯(ରବିନାରାୟଣ ଜେନା):ରାଜ୍ୟରେ ହାତୀ-ମଣିଷ ଲଢ଼େଇ ଥମୁନାହିଁ। କେତେବେଳେ ହାତୀ ଖାଦ୍ୟ ଅନ୍ବେଷଣରେ ଜନବସତି ଆଡ଼କୁ ମୁହଁାଇବା ଯୋଗୁ ଲୋକଙ୍କ ରୋଶର ଶିକାର ହେଉଛନ୍ତି ତ’ ଆଉ କେତେବେଳେ…

୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ

ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…

ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…

ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

ହାଟଡିହୀର ଦୀପ୍ତିମୟୀଙ୍କୁ ବଡ଼ ଦାୟିତ୍ୱ: କେନ୍ଦୁଝର ଜିଲା ମହିଳା ମୋର୍ଚ୍ଚା ଉପସଭାପତି; ଛୁଟୁଛି ଶୁଭେଚ୍ଛାର…

ହାଟଡିହୀ,୨୨।୯(ଶୁଭକାନ୍ତ ନାୟକ): ଭାରତୀୟ ଜନତା ପାର୍ଟିର କେନ୍ଦୁଝର ଜିଲା ମହିଳା ମୋର୍ଚ୍ଚା ଉପସଭାପତି ଭାବେ ହାଟଡିହୀ ବ୍ଲକ ବଞ୍ଚୋ ଗ୍ରାମର ଦୀପ୍ତିମୟୀ ଖୁଣ୍ଟିଆଙ୍କୁ ମନୋନୀତ କରାଯାଇଛି। ଭାଜପା…

କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?