ଭଲିବଲ ଟୁର୍ନାମେଣ୍ଟ: ନାରାୟଣପୁର ଚାମ୍ପିୟନ

ଦିଗପହଣ୍ଡି,୧୬ା୬(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଳକ ଗଡଗୋବିନ୍ଦପୁର ଗ୍ରାମସ୍ଥିତ ଶ୍ରୀରଘୁନାଥ ମଠ ଖେଳପଡିଆରେ ଗତ ୨ ଦିନ ଧରି ଚାଲିଥିବା ଭଲିବଲ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। ଶାସ୍ତ୍ରିଜୀ ପାଠାଗାର ଯୁବକ ସଂଘ ପକ୍ଷରୁ ଏହି ଟୁର୍ନାମେଣ୍ଟ ଆୟୋଜିତ ହୋଇଥିଲା।

ଟୁର୍ନାମେଣ୍ଟରେ ବ୍ଲକର ବିଭିନ୍ନ ଗ୍ରାମରୁ ୮ଟି ଭଲିବଲ ଟିମ୍‌ ଅଂଶଗ୍ରହଣ କରିଥିଲେ। ସୋମବାର ଅନୁଷ୍ଠିତ ଫାଇନାଲ ମ୍ୟାଚରେ ଭ୍ରମରପୁର ପଞ୍ଚାୟତର ନାରାୟଣପୁର ଭଲିବଲ ଟିମ୍‌ ଓ ଲକ୍ଷ୍ମୀନାରାୟଣପୁର ପଞ୍ଚାୟତର ଗାଇଡା ଗ୍ରାମ ଭଲିବଲ ଟିମ୍‌ ମଧ୍ୟରେ ଫାଇନାଲ ମ୍ୟାଚ ହୋଇଥିଲା।

ଗାଇଡା ଟିମ୍‌କୁ ୨-୦ ସେଟ୍‌ରେ ହରାଇ ନାରାୟଣପୁର ଚାମ୍ପିୟନ ହୋଇଥିଲା। ପୁରସ୍କାର ବିତରଣ ଉତ୍ସବରେ ପୂର୍ବତନ ସରପଞ୍ଚ ତଥା ବ୍ରହ୍ମପୁର ଏମ୍‌ପି ପ୍ରତିନିଧି କେ. ହରିବନ୍ଧୁ ରେଡ୍ଡୀ ମୁଖ୍ୟ ଅତିଥିଭାବେ ଯୋଗ ଦେଇଥିଲେ। ସମିତିସଭ୍ୟ ସୁଦାମ ରେଡ୍ଡୀ, ଅବସରପ୍ରାପ୍ତ ଶିକ୍ଷକ ମୁରଲୀ ପ୍ରଧାନ, ତ୍ରିନାଥ ସାହୁ, ଅଭିମନ୍ୟୁ ସେଠୀ, ରାଜେନ୍ଦ୍ର ରେଡ୍ଡୀ ସମ୍ମାନିତ ଅତିଥି ରୂପେ ଉପସ୍ଥିତ ଥିଲେ।

ଚାମ୍ପିୟନ ନାରାୟଣପୁର ଟିମ୍‌ ଏବଂ ରନର୍ସ ଅପ୍‌ ଟିମ୍‌କୁ ଅତିଥିମାନେ ପୁରସ୍କୃତ କରିଥିଲେ। କେ. କାମେଶ୍ୱର ରେଡ୍ଡୀ ଓ କ୍ଷମରାଜ ପାଢ଼ୀ ରେଫରି ଦାୟିତ୍ୱ ତୁଲାଇଥିଲେ। ଟୁର୍ନାମେଣ୍ଟ ଆୟୋଜକ କମିଟି କାର୍ଯ୍ୟକର୍ତ୍ତା କୋରାମଣି ସାହୁ, ନାଗେଶ୍ୱର ପ୍ରଧାନ, ସନ୍ତୋଷ ବେହେରା, କେ.ତ୍ରିପତି, ଅରୁଣ ସାହୁ, ପବିତ୍ର ସାହୁ, ଲୋକନାଥ ରେଡ୍ଡୀ, କାଳିଆ ରେଡ୍ଡୀ, ପ୍ରଶାନ୍ତ ସାହୁ ଓ ଅନ୍ୟମାନେ ମ୍ୟାଚ ପରିଚାଳନାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅତ୍ୟାଚାର, ଶୋଷଣ ବିରୋଧରେ ସ୍ବର ଉତ୍ତୋଳନ ଲୋଡ଼ା

ଭଞ୍ଜନଗର,୩୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ରାଧାକୃଷ୍ଣ ପାଠାଗାରରେ ଚକରା ବିଷୋୟୀ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ‘ଚକରା ବିଷୋୟୀଙ୍କ ଐତିହାସିକ...

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

ହାତରେ ମଦ ବୋତଲ ଧରି ବୁଲୁଛନ୍ତି ତେନ୍ଦୁଲକରଙ୍କ ଝିଅ ସାରା, ଭିଡିଓ ଭାଇରାଲ୍

ଗୋଆ,୩୧ା୧୨: କ୍ରିକେଟ୍ ଦୁନିଆର ମହାନ ଖେଳାଳି ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଏବେ ଚର୍ଚ୍ଚାରେ। ନିକଟରେ ସାରାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍...

ନୂଆବର୍ଷରୁ ଶନିଙ୍କ ସାଢେ ସାତ ଚାଲି ଆରମ୍ଭ; ଏହି ୩ ରାଶିର ଖରାପ ଟାଇମ ଷ୍ଟାର୍ଟ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହରାଜ ଶନିଙ୍କୁ କର୍ମଫଳ ଦାତା ଓ ନ୍ୟାୟ ପ୍ରଦାତା ଗ୍ରହ ଭାବେ ଗଣନା କରଯାଇଥାଏ । ଶନି ଯେତେବେଳେ ଗୋଟିଏ ରାଶିରେ ଦୀର୍ଘ...

ନୂଆ ବର୍ଷରେ ନୂଆ ପଦକ୍ଷେପ

ଯାଜପୁର,୩୧ା୧୨: : କର୍କଟ ପୀଡିତଙ୍କ ପାଇଁ 14 ଇଞ୍ଚ କେଶଦାନ କଲେ ଜୟ ମହାକାଳ ଫାଉଣ୍ଡେସନର ସଦସ୍ୟା ପୂଜାରାଣୀ ବେହେରା । ଇଂରାଜୀ ନୂଆବର୍ଷ ଆରମ୍ଭକୁ...

କେମିତି ରହିବ ମୋଦି-ଟ୍ରମ୍ପଙ୍କ ୨୦୨୬? ଭବିଷ୍ୟବାଣୀରେ ଜଣାପଡିଲା ସତ!

୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ୨୦୨୬ ଏବେ ପାଖେଇ ଆସୁଛି। ୨୦୨୬ ବର୍ଷ ଲୋକଙ୍କ ପାଇଁ କିପରି ହେବ ସେ ବିଷୟରେ ଜ୍ୟୋତିଷମାନେ ଭବିଷ୍ୟବାଣୀ...

ଶକ୍ତିଶାଳୀ ଦିଲ୍ଲୀକୁ ହରାଇଲା ଓଡ଼ିଶା, ବିରାଟ ଅନୁପସ୍ଥିତିରେ ମାଟି କାମୁଡ଼ିଲା ରିଷଭଙ୍କ ଟିମ୍

ବେଙ୍ଗାଲୁରୁ,୩୧ା୧୨: ବିଜୟ ହଜାରେ ଟ୍ରଫିର ଏଲିଟ୍ ଗ୍ରୁପ୍-ଡି ମୁକାବିଲାରେ ଓଡ଼ିଶା କ୍ରିକେଟ୍ ଦଳ ଶକ୍ତିଶାଳୀ ଦିଲ୍ଲୀକୁ ୭୯ ରନ୍‌ରେ ପରାସ୍ତ କରିଛି। ଷ୍ଟାର୍ ବ୍ୟାଟର ବିରାଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri