ଜେଲେନସ୍କିଙ୍କ ଦାବି କ୍ୱିଭରେ ମିଳିଲା ଆଉ ଏକ ସାମୁହିକ କବର

କ୍ୱିଭ,୩୦ ।୪: ୟୁକ୍ରେନର ମୁଖ୍ୟ ସହର କ୍ୱିଭ ଓବ୍ଲାଷ୍ଟରେ ଏକ ସାମୁହିକ କବର ମିଳିଥିବା ସୂଚନା ମିଳିଛି । ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡେମିର ଜେଲେନସ୍କି କହିଛନ୍ତି ସହରରେ ଏକ ସାମୁହିକ କବର ମିଳିଛି । ଏଥିରେ ପାଖାପାଖି ୯୦୦ ଲୋକଙ୍କୁ ପୋତି ଦିଆଯାଇଛି । ୟୁକ୍ରେନର ଦ କ୍ୱିଭ ଇଣ୍ଡିପେଣ୍ଡେଟର ରିପୋର୍ଟ ଅନୁସାରେ ରାଷ୍ଟ୍ରପତି ଜେଲେନସ୍କି କହିଛନ୍ତି କ୍ୱିଭ ଓବ୍ଲାଷ୍ଟରେ ଏବେ ପର୍ଯ୍ୟନ୍ତ ଯେଉଁ ଅଲଗା ଅଲଗା ସାମୁହିକ କବର ମିଳିଛି ଏଥିରେ ଅତିକମରେ ୯୦୦ ଲୋକଙ୍କୁ ପୋତି ଦିଆଯାଇଛି । ଜେଲେନସ୍କି ପୋଲିସ ଓ ମିଡିଆକୁ ଏହା ବି କହିଛନ୍ତି କି ପ୍ରାୟ ୫୦୦,୦୦୦ ୟୁକ୍ରେନ୍ ବାସୀଙ୍କୁ ବେଆଇନ ଭାବେ ରୁଷିଆ ପଠାଇ ଦିଆଯାଇଛି ।
ଋିପୋର୍ଟରେ କ୍ୱିଭ ଇଣ୍ଡିପେଣ୍ଡେଣ୍ଟ ପ୍ରଥମେ କହିଥିଲା ଜେଲେନସ୍କି ଦାବି କରୁଛନ୍ତି ଗୋଟିଏ ସାମୁହିକ କବରରେ ୯୦୦ ଲୋକଙ୍କୁ ପୋତି ଦିଆଯାଇଥିଲା । ହେଲେ ପରେ ସ୍ପଷ୍ଟ କରିଛି ଯେ ରାଷ୍ଟ୍ରପତି କହିଛନ୍ତି ଭିନ୍ନ ଭିନ୍ନ ସାମୁହିକ କବରରେ ପ୍ରାୟ ୯୦୦ ଲୋଙ୍କୁ ପୋତି ଦିଆଯାଇଛି । ଅନ୍ୟପଟେ ରୁଷିଆ-ୟୁକ୍ରେନ୍ ଯୁଦ୍ଧକୁ ୬୫ ଦିନ ହୋଇଯାଇଥିବା ବେଳେ କ୍ୱିଭ ଆଖପାଖ ଅଞ୍ଚଳରୁ ଫେରିଥିବା ରୁଷିଆ ସେନା ପୁଣିଥରେ ଏଠାରେ ମିଶାଇଲ ମାଡ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ଭୁଶୁଡ଼ିଲା କଲଭର୍ଟ, ୨ ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ

କୋରୁକୋଣ୍ଡା, ୩।୯ (ଅଶୋକ କୁମାର ପରିଡା): ଲଗାଣ ବର୍ଷାରେ ମାଟି ଧସି କଲଭର୍ଟ ଭୁଶୁଡି ପଡ଼ିବାରୁ ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ନିଳାକାମ୍ବେରୁ ପଞ୍ଚାୟତ ଅନ୍ତର୍ଗତ ଏମ୍‌ଭି-୫୧…

ପୁଣି ଦାଦନ ଦୁଖଃ: ଚିକିତ୍ସା ସେବା ନ ପାଇ ଚାଲିଗଲା ଜୀବନ

ଧର୍ମଗଡ଼, ୩ା୯ (ଘାଷିରାମ ଜଗତ): ଅର୍ଥାଭାବରୁ ଚିକିତ୍ସାସେବା ନ ପାଇ ଦାଦନ ଖଟିବାକୁ ହାଇଦ୍ରାବାଦ ଯାଇଥିବା ଜଣେ ଓଡିଆ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ କଳାହାଣ୍ଡି…

ଭଉଣୀଭାଇଙ୍କୁ ମାଡ଼ ମାରି ସୁନା ଅଳଙ୍କାର ଲୁଟ ଘଟଣା; ୩ ବର୍ଷ ପରେ ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୩।୯,(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧିନରେ ଘଟିଥିଲା ଏକ ଡକାୟତି ଘଟଣା। ଏହି ଥାନା ଅନ୍ତର୍ଗତ କଙ୍କିଆ ଗ୍ରାମ ନିକଟ ଗ୍ରାମବିକାଶ ହାଇସ୍କୁଲ…

ନିଆରା ଢଙ୍ଗରେ ପାଳନ ହେବ ଆଗାମୀ ଗୁରୁ ଦିବସ: ଅବସରପ୍ରାପ୍ତ ଶିକ୍ଷକଙ୍କୁ ମିଳିବ ବିଶେଷ ସମ୍ମାନ, DEOଙ୍କୁ ଚିଠି…

ଭୁବନେଶ୍ୱର,୩।୯: ରାଜ୍ୟର ସମସ୍ତ ବିଦ୍ୟାଳୟରେ ଆଗାମୀ ‘ଗୁରୁ ଦିବସ-୨୦୨୬’ ଆଡ଼ମ୍ବର ସହକାରେ ପାଳନ କରାଯିବ। ଏଥିପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ସଚିବ ସମସ୍ତ ଜିଲା ଶିକ୍ଷା ଅଧିକାରୀ…

ଆସନ୍ତାକାଲି ମିଳିବ ସିଏମ୍‌-କିଷାନ ଟଙ୍କା: ଉପକୃତ ହେବେ  ୪୧ ଲକ୍ଷରୁ ଊର୍ଦ୍ଧ୍ୱ କୃଷକ ପରିବାର

ଭୁବନେଶ୍ୱର,୩।୯: ରାଜ୍ୟର ଚାଷୀଙ୍କ ପାଇଁ ଖୁସି ଖବର। ଆସନ୍ତାକାଲି ଅର୍ଥାତ ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ ବହୁପ୍ରତୀକ୍ଷିତ ’ସିଏମ-କିଷାନ’ (CM-KISAN) ଯୋଜନାର ପଞ୍ଚମ କିସ୍ତି ଟଙ୍କା ପ୍ରଦାନ…

୨୦୨୭ ବିଶ୍ୱକପ ଖେଳିବେ କି ହିଟମ୍ୟାନ? BCCI ସମୀକ୍ଷା ବୈଠକରେ ନିଆଯାଇଛି ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୩।୯: BCCIର ସମୀକ୍ଷା ବୈଠକରେ ରୋହିତ ଶର୍ମାଙ୍କ ଭବିଷ୍ୟତ ସମ୍ପର୍କରେ ଆଲୋଚନା ଉପରେ ସମସ୍ତଙ୍କ ନଜର ଥିଲା। ଗୁରୁବାର ମୁମ୍ବାଇର ବିସିସିଆଇ ମୁଖ୍ୟାଳୟରେ ଏହି ବୈଠକ ଅନୁଷ୍ଠିତ…

BCCI ବୈଠକ ଶେଷ; ଲକ୍ଷ୍ମଣ ହେବେ ନାହିଁ ନିର୍ଦ୍ଦେଶକ; ଆସିଲା ୫ ଅପଡେଟ

ନୂଆଦିଲ୍ଲୀ,୩।୯: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଗୁରୁବାର (ସେପ୍ଟେମ୍ବର ୩) ଏକ ବୈଠକ କରିଥିଲା, ଯେଉଁଥିରେ ପୁରୁଷ ଦଳର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର, ପୁରୁଷ…

ମେସି ପରେ ଫୁଟବଲରୁ ଅବସର ନେବେ ଏହି କିମ୍ବଦନ୍ତୀ, ଜାଣନ୍ତୁ…

ସରାଜେଭୋ,୩ା୯: ମେସି ପରେ ବୋସନିଆ ଓ ହର୍ଜଗୋଭିନା ଫୁଟବଲ କିମ୍ବଦନ୍ତୀ ଏଡିନ ଜେକୋ ଆସନ୍ତା ମାସରେ ଅନ୍ତର୍ଜାତୀୟ ଫୁଟବଲରୁ ଅବସର ନେବାକୁ ଯାଉଛନ୍ତି। ଏ ନେଇ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri