Posted inଜାତୀୟ

ଅଭ୍ୟାସଗତ ମଦ୍ୟପ ପୋଲିସକୁ ସେୱଚ୍ଛାକୃତ ଅବସର : ମୁଖ୍ୟମନ୍ତ୍ରୀଙ୍କ ଘୋଷଣା…

ଗୁଆହାଟୀ,୧।୫ : ଆସାମ ସରକାର ବର୍ତ୍ତମାନ ମଦ୍ୟପ ପୋଲିସ ପାଇଁ ଏକ ନୂତନ ଯୋଜନା ପ୍ରସ୍ତୁତ କରିଛନ୍ତି। ଏହା ଅନ୍ତର୍ଗତ ଅଭ୍ୟାସଗତ ମଦ୍ୟପ ପୋଲିସ କର୍ମଚାରୀ ଏବଂ ଅଧିକାରୀଙ୍କୁ ସରକାର ସେୱଚ୍ଛାକୃତ ଅବସର ଦେବେ। ଆସାମର ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ଏହା ଘୋଷଣା କରିଛନ୍ତି। ସେ କହିଛନ୍ତି, ଅଭ୍ୟାସଗତ ମଦ୍ୟପ ପୋଲିସଙ୍କୁ ଭିଆରଏସ ଦିଆଯିବ ଏବଂ ସେମାନଙ୍କ ସ୍ଥାନରେ ନୂତନ ନିଯୁକ୍ତି ପ୍ରକ୍ରିୟା ମଧ୍ୟ ଆରମ୍ଭ ହୋଇଛି।

ଉଲ୍ଲେଖନୀୟ ଆସାମର ମୁଖ୍ୟମନ୍ତ୍ରୀ ଗୃହ ମନ୍ତ୍ରଣାଳୟକୁ ମଧ୍ୟ ନିଜ ପାଖରେ ରଖିଛନ୍ତି। ସେ କହିଛନ୍ତି, ପ୍ରାୟ ୩୦୦ ଅଧିକାରୀ ଏବଂ ଯବାନମାନେ ଅଭ୍ୟାସଗତ ମଦ୍ୟପ। ସେମାନଙ୍କ ଶରୀର ଅତ୍ୟଧିକ ମଦ୍ୟପାନ ଦ୍ୱାରା କ୍ଷତିଗ୍ରସ୍ତ ହୋଇଛି। ସରକାର ସେମାନଙ୍କ ଭିଆରଏସ ପାଇଁ ଏକ ପ୍ରସ୍ତାବ ଆଣିଛନ୍ତି। ଆସନ୍ତା ମେ’ ୧୦ ତାରିଖ ଆସାମରେ ହିମନ୍ତ ସରକାର ଦୁଇ ବର୍ଷ ପୂରଣ କରିବା ପୂର୍ବରୁ ମୁଖ୍ୟମନ୍ତ୍ରୀ ପ୍ରଶାସନରେ ଏହି ପରିବର୍ତ୍ତନକୁ କାର୍ଯ୍ୟକାରୀ କରିବା ପାଇଁ ଯୋଜନା କରିଛନ୍ତି।

ପୋଲିସ ଫୋର୍ସକୁ ଫିଟ ରଖିବା ପାଇଁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି। ମୁଖ୍ୟମନ୍ତ୍ରୀ କହିଛନ୍ତି ପୋଲିସ ବିଭାଗ ପାଇଁ ଏହିପରି ଯୋଜନା ଅନ୍ୟ କେତେକ ରାଜ୍ୟରେ ମଧ୍ୟ ରହିଛି। ତେବେ ଆସାମରେ ଏହା ପ୍ରଥମ ଥର ପାଇଁ କରାଯାଉଛି। ଏହା ଏକ ପୁରୁଣା ନିୟମ, କିନ୍ତୁ ଆମେ ଏହା ପୂର୍ବରୁ କାର୍ଯ୍ୟକାରୀ କରିନାହୁଁ। ଭିଆରଏସ ନେବା ପରେ ମଧ୍ୟ ଏହି ଅଭ୍ୟାସଗତ ମଦ୍ୟପ ଯବାନମାନେ ପୂର୍ଣ୍ଣ ଦରମା ପାଇବେ। କେବଳ ନୂତନ ଯବାନ ସେମାନଙ୍କ ସ୍ଥାନ ନେବେ।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ଦୀପାବଳି ପୂର୍ବରୁ କର୍ମଚାରୀ, ପେନସନଭୋଗୀଙ୍କୁ ବଡ଼ ଉପହାର ଦେଲେ ସରକାର: ବଢିଲା…

ନୂଆଦିଲ୍ଲୀ,୧।୧୦: କେନ୍ଦ୍ରୀୟ କର୍ମଚାରୀମାନେ ଅଷ୍ଟମ ବେତନ କମିଶନର ସୁପାରିସକୁ ବେଶ ଉତ୍ସୁକତାର ସହ ଅପେକ୍ଷା କରିଛନ୍ତି। ଏହାରି ମଧ୍ୟରେ ଦୀପାବଳି ପୂର୍ବରୁ ବିଭିନ୍ନ ରାଜ୍ୟ ସରକାର ନିଜ…

ଆରାଧନାଙ୍କୁ ମିଳିପାରେ ଗୁରୁ ଦାୟିତ୍ୱ; ଅଜୟ ରାୟଙ୍କୁ ମିଳିପାରେ ଛୁଟି

ନୂଆଦିଲ୍ଲୀ,୧।୧୦: ମିଳିଥିବା ସୂତ୍ର ଅନୁଯାୟୀ, ଆରାଧନା ମିଶ୍ର ୟୁପି (ଉତ୍ତର ପ୍ରଦେଶ) କଂଗ୍ରେସର ରାଜ୍ୟ ସଭାପତି ହୋଇପାରନ୍ତି। ଉତ୍ତର ପ୍ରଦେଶରେ ଆଗାମୀ ବର୍ଷ ହେବାକୁ ଥିବା ବିଧାନସଭା…

ରୁଷିଆ ଯାତ୍ରା କରୁଥିବା ବ୍ୟକ୍ତିଙ୍କ ପାଇଁ MEA ପକ୍ଷରୁ ଆଡଭାଇଜରୀ ଜାରି; କୁହାଯାଇଛି ଯେ, ‘ରିପୋର୍ଟରୁ ଜଣାପଡ଼ୁଛି ଯେ…’

ନୂଆଦିଲ୍ଲୀ,୧।୧୦: ଭାରତ ସରକାର ରୁଷିଆ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ଆଡଭାଇଜରୀ ଜାରି କରିଛନ୍ତି। ଗୁରୁବାର ‘ଏକ୍ସ’ (X) ରେ ଏକ ପୋଷ୍ଟ ମାଧ୍ୟମରେ ବୈଦେଶିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?