ଭୁବନେଶ୍ୱର,୧୩।୯: ଟାଟା ଷ୍ଟିଲ୍ ପକ୍ଷରୁ ସ୍ବେଚ୍ଛାସେବୀ ସପ୍ତାହ ନିକଟରେ ପାଳିତ ହୋଇଯାଇଛି। ବିଶେଷକରି ସପ୍ତାହବ୍ୟାପୀ ପାଳନ କରାଯାଇଥିବା ଉକ୍ତ ସପ୍ତାହରେ କମ୍ପାନୀର କର୍ମଚାରୀ ଓ ସେମାନଙ୍କ ପରିବାର ସଦସ୍ୟମାନେ ବିଭିନ୍ନ ସ୍ବେଚ୍ଛାକୃତ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ। ଏପରିକି ଏହି ସପ୍ତାହକୁ ଟାଟା ଷ୍ଟିଲ୍ର ବିଭିନ୍ନ କାର୍ଯ୍ୟକ୍ଷେତ୍ର ଯଥା ଟାଟା ଷ୍ଟିଲ୍ ଭୁବନେଶ୍ୱର, ଟାଟା ଷ୍ଟିଲ୍ ମେରାମଣ୍ଡଳୀ (ଟିଏସ୍ଏମ୍), ଟାଟା ଷ୍ଟିଲ୍ କଳିଙ୍ଗନଗର (ଟିଏସ୍କେ) ଓ ଅନ୍ୟାନ୍ୟ ସ୍ଥାନରେ ପାଳନ କରାଯାଇଥିଲା। ସେହିଭଳି ସମାଜରେ ସକାରାତ୍ମକ ପ୍ରଭାବ ସୃଷ୍ଟି କରିବା ଲକ୍ଷ୍ୟ ନେଇ ଆୟୋଜିତ ଏହି ସପ୍ତାହରେ ବିଭିନ୍ନ ସ୍ବେଚ୍ଛାକୃତ କାର୍ଯ୍ୟକ୍ରମ ରହିଥିଲା। ଭୁବନେଶ୍ୱରରେ ଟାଟା ଷ୍ଟିଲ୍ର କର୍ମଚାରୀମାନେ ଏହି ସପ୍ତାହର ବଡ଼ ଉତ୍ସାହ ସହ ସମୁଦାୟର କଲ୍ୟାଣ ପାଇଁ ସମର୍ପିତ ଭାବ ପ୍ରଦର୍ଶନ କରିଥିଲେ। ଭୁବନେଶ୍ୱରରେ ଥିବା ପ୍ରତିଭା ଆଶ୍ରମର ପାଖାପାଖି ୩୦ ଅନ୍ତେବାସୀଙ୍କୁ ରାଶନ ସାମଗ୍ରୀ ଓ ଔଷଧ ସହାୟତା ପ୍ରଦାନ କରାଯାଇଥିଲା। ଦଶମ ପାଠପଢ଼ା ଶେଷ ହେବା ପରେ ଶିକ୍ଷାକୁ ବ୍ୟାପକ କରିବା ପାଇଁ ମୂଲ୍ୟବାନ କ୍ୟାରିୟର ସୁଯୋଗ ବିଷୟରେ ସୂଚନା ପ୍ରଦାନକରି କ୍ୟାରିୟର କାଉନ୍ସେଲିଂ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ଟାଟା ଷ୍ଟିଲ୍ ମେରାମଣ୍ଡଳୀରେ କମ୍ପାନୀର କର୍ପୋରେଟ୍ ସେବା ମୁଖ୍ୟ ମୋହିତ ଦାସଙ୍କ ନେତୃତ୍ୱରେ କର୍ମଚାରୀମାନେ ଟାଟା ଷ୍ଟିଲ୍ ସ୍ବେଚ୍ଛାସେବୀ ସପ୍ତାହର ଶୁଭାରମ୍ଭକରି ଏକ ଉତ୍ସର୍ଗୀକୃତ ମୌସୁମୀ ସଡ଼କ ସୁରକ୍ଷା ସଚେତନତା ଅଭିଯାନ ଆୟୋଜନ କରିଥିଲେ।
ମହାନଦୀ ସହ ସଂଯୋଗ ହେବ ଗଞ୍ଜାମ ଜିଲାର ୨ ନଦୀ: ଚାଲିଛି ଅନୁଧ୍ୟାନ
ଭଞ୍ଜନଗର, ୨୯।୯ (ବାବୁଲା ପ୍ରଧାନ): ଗ୍ରୀଷ୍ମ ଋତୁରେ ଗଞ୍ଜାମ ଜିଲାର ଅନେକ ନଦୀ ଶୁଖିଯିବା ସହ ବର୍ଷା ଋତୁରେ ମଧ୍ୟ କେତେକ ସମୟରେ ଜଳପ୍ରବାହ ହ୍ରାସ ପାଉଥିବାରୁ…
ଇରାନ ସହ ଡିଲ ପାଇଁ ଟ୍ରମ୍ପ ରାଜି, ହେଲେ ରଖିଦେଲେ ବଡ଼ ସର୍ତ୍ତ
ୱାଶିଂଟନ,୨୯।୯: ଇରାନ ସହ ଏକ ଚୂଡ଼ାନ୍ତ ଚୁକ୍ତିରେ ପହଞ୍ଚିବା ପାଇଁ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଉପରେ ଲାଗିଥିବା କିଛି କଟକଣା କୋହଳ କରିବା ସହ…
ଏମଏମଡିଆର୍ ଆଇନ ପ୍ରତ୍ୟାହାର ଦାବିରେ ଗର୍ଜିଲା ବିଜେଡି: ୧୦ ହଜାରରୁ ଊର୍ଦ୍ଧ୍ୱ ବିଜେଡି କର୍ମୀ କଲେ ବିଶାଳ ପ୍ରତିବାଦ
କେସିଙ୍ଗା, ୨୯।୯(ତୁମେଶ୍ୱର ସାହୁ):ଏମଏମଡିଆର୍ ଆଇନର ପ୍ରତିବାଦ ଓ ଏହାକୁ ପ୍ରତ୍ୟାହାର ଦାବିରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଭୁବନେଶ୍ୱରଠାରେ ଏକ ବିଶାଳ ପ୍ରତିବାଦ ସଭା ଆୟୋଜିତ…
ରୋହିତ,ସେହୱାଗ, ଇଶାନଙ୍କୁ ପଛରେ ପକାଇଲେ କୋହଲି, ନିଜ ନାଁରେ କଲେ ଅନନ୍ୟ ରେକର୍ଡ, ଚାରିଆଡେ ଚର୍ଚ୍ଚା
ନୂଆଦିଲ୍ଲୀ,୨୯।୯: ଦିନିକିଆ କ୍ରିକେଟରେ ବିରାଟ କୋହଲିଙ୍କ ନାମ ପୁଣିଥରେ ଏକ ବିଶେଷ ରେକର୍ଡ ସହ ଚର୍ଚ୍ଚାରେ ରହିଛି। ନିଜ ବ୍ୟାଟିଂ ଦ୍ୱାରା ଦୀର୍ଘଦିନ ଧରି ରେକର୍ଡ ପରେ…
ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ
ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…
ଭାଜପା ନେତାଙ୍କୁ ଆକ୍ରମଣ
ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…
ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ
ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…
ଜଲାପୁଟ ଜଳଭଣ୍ଡାରର ୨ ଗେଟ୍ ଖୋଲିଲା
କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

