ମିଳିଲାନି ଚାରିକାନ୍ଧ ବାଇକ୍‌ରେ ନେଇ ଶବଦାହ କଲେ ସ୍ବେଚ୍ଛାସେବୀ

ବରଗଡ଼ ଅଫିସ୍‌/ପଦ୍ମପୁର,୨୩।୯: ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ମହୁଲପାଲି ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଭିମସାର୍‌, ବୁର୍ଲାରୁ ବ୍ୟବଚ୍ଛେଦ ହୋଇ ଏକ ମୃତଦେହ ଗ୍ରାମରେ ପହଞ୍ଚତ୍ବା ପରେ ଜାତିପ୍ରଥାକୁ କେନ୍ଦ୍ର କରି ମୃତକଙ୍କୁ ଚାରିକାନ୍ଧ ମିଳି ନ ଥିଲା। ଫଳରେ ଜଣେ ସ୍ବେଚ୍ଛାସେବୀ ବାଇକ୍‌ ଯୋଗେ ମୃତଦେହକୁ ଶ୍ମଶାନକୁ ନେଇ ଦାହ କରିଥିଲେ। ଏହି ଘଟଣା ଜିଲାରେ ଚର୍ଚ୍ଚାର ବିଷୟ ହୋଇଛି।
ପ୍ରକାଶ ଯେ, ଗ୍ରାମର ମୁଚୁନୁ ଷଣ୍ଢ(୪୨) ଦୀର୍ଘଦିନରୁ ଯକୃତ ଜନିତ ରୋଗରେ ପୀଡ଼ିତ ଥାଇ ପଦ୍ମପୁର ଉପଖଣ୍ଡ ଡାକ୍ତରଖାନାରେ ଚିକିତ୍ସିତ ହୋଇଆସୁଥିଲେ। ଗୁରୁବାର ମୁଚୁନୁ ହଠାତ୍‌ ଅସୁସ୍ଥ ହୋଇ ପଡ଼ିଥିଲେ। ପରିବାର ଲୋକେ ତାଙ୍କୁ ଭିମସାର୍‌, ବୁର୍ଲା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ ଏବଂ ସେଠାରେ ତାଙ୍କର ମୃତ୍ୟୁ ହୋଇଥିଲା। ବ୍ୟବଚ୍ଛେଦ ପରେ ପରିବାର ଲୋକେ ମୃତଦେହ ଧରି ଗ୍ରାମରେ ପହଞ୍ଚତ୍ଥିଲେ। ମାତ୍ର ଅନ୍ୟ ଜାତିର ଲୋକ ମୃତଦେହ ବ୍ୟବଚ୍ଛେଦ କରିବା ଭଳି କୁସଂସ୍କାରକୁ ବିଶ୍ୱାସ କରି କେହି ଆତ୍ମୀୟସ୍ବଜନ ସେଠାକୁ ଯାଇ ନ ଥିଲେ। ଅନ୍ୟପଟେ ରାସ୍ତା ଠିକ୍‌ ନ ଥିବାରୁ ଆମ୍ବୁଲାନ୍ସ ମଧ୍ୟ ଶ୍ମଶାନକୁ ପହଞ୍ଚତ୍ ପାରି ନ ଥିଲା। ଏଭଳି ସମୟରେ ଗ୍ରାମର ନେତାଜୀ ଯୁବକ ସଂଘ ସଭାପତି ସୁନୀଲ ବେହେରା ମାନବିକତାର ପରିଚୟ ଦେଇ ମୃତଦେହକୁ ନିଜ ବାଇକ୍‌ ଯୋଗେ ଶ୍ମଶାନକୁ ନେଇଥିଲେ। ଆମ୍ବୁଲାନ୍ସ ଡ୍ରାଇଭରଙ୍କ ସହଯୋଗରେ ସେ ସେଠାରେ ମୃତଦେହ ଦାହ କରିଥିଲେ। ଏଥିରେ ଗ୍ରାମର ଅନ୍ୟ କିଛି ସ୍ବେଚ୍ଛାସେବୀ ମଧ୍ୟ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri