ପ୍ରୟାଗରାଜକୁ ସିଧାସଳଖ ଚଳାଯାଉ ଭଲ୍‌ଭୋ ବସ୍‌: ପରିବହନ ମନ୍ତ୍ରୀଙ୍କୁ …

ନୂଆପଡ଼ା,୬ା୧(ମକାରୁ ବେମାଲ): ନୂଆପଡ଼ା ଜିଲା ଗସ୍ତରେ ଆସିଥିବା ଓଡିଶା ସରକାରଙ୍କ ବାଣିଜ୍ୟ, ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କୁ ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଯଦୁମଣି ପାଣିଗ୍ରାହୀ ସାକ୍ଷାତ କରି ଜିଲାର ବିଭିନ୍ନ ସମସ୍ୟା ଅବଗତ କରିଥିଲେ। ନୂଆପଡ଼ାରୁ ପ୍ରୟାଗରାଜକୁ କୌଣସି ବସ୍‌ କିମ୍ବା ଟ୍ରେନ୍‌ର ପ୍ରତ୍ୟକ୍ଷ ବ୍ୟବସ୍ଥା ନାହିଁ। ଲୋକେ ଟ୍ରେନ୍‌ ଟିକେଟ ନ ପାଇ ବାଧ୍ୟହୋଇ ଚାରିଚକିଆ ଯାନରେ ଯାଉଛନ୍ତି। ସେହିପରି ବ୍ୟବସାୟିକ, ଉଚ୍ଚତର ଚିକିତ୍ସା ପାଇଁ ଲୋକେ ଭାଇଜାଗ ଓ ନାଗପୁର ଯାଉଛନ୍ତି। ସେଥିରେ ମଧ୍ୟ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହାକୁ ଦୃଷ୍ଟିରେ ରଖି ୭୫୦କି.ମି. ଦୂର ପ୍ରୟାଗରାଜ ସହ ନାଗପୁର ଓ ଭାଇଜାଗକୁ ଯିବା ପାଇଁ ୩ଟି ଭଲ୍‌ଭୋ ବସ୍‌ ମଞ୍ଜୁର କରିବାକୁ ଦାବି ହୋଇଛି। ଏହାଛଡା ନୂଆପଡ଼ା ଜିଲାକୁ ୬ଟି ବସ୍‌ ଗାଁ ଗାଡି ଯୋଜନାରେ ଦିଆଯାଇଥିଲା। ହେଲେ ୧୦ ବର୍ଷର ପୁରୁଣା ହୋଇସାରିଥିବାରୁ ଏହାକୁ ବଦଳାଇ ନୂଆ ବସ୍‌ ଦେବା ପାଇଁ ମନ୍ତ୍ରୀଙ୍କୁ ଦାବିପତ୍ର ଦିଆଯାଇଛି। ସେହିପରି ଫିଟ୍‌ନେସ ପାଇଁ ଲୋକେ ସିନାପାଲି, ବୋଡେନ, ଖଡ଼ିଆଳରୁ ଭାରିଯାନ ଧରି ଆର୍‌ଟିଓ ଆସି ବହୁତ ହଇରାଣ ହେଉଛନ୍ତି। ତେଣୁ ମାସ୍‌କୁ କିମ୍ବା ଦୁଇ ମାସରେ ଥରେ କ୍ୟାମ୍ପ କରି ଲୋକଙ୍କ ଅସୁବିଧାକୁ ଦୂର କରିବା ପାଇଁ ଅନୁରୋଧ କରାଯାଇଛି। ମନ୍ତ୍ରୀ ଜେନା ସମସ୍ତ ପ୍ରସ୍ତାବକୁ ଗୁରୁତର ସହିତ ବିଚାର କରି ମଞ୍ଜୁରୀ ପାଇଁ ପ୍ରୟାସ କରାଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହ୍ୟୁମାନଙ୍କ ସମାଧି ପୀଠରେ ଭୋ ଭୋ ହୋଇ କାନ୍ଦିଲେ ସ୍ତ୍ରୀ ଶ୍ରୀୟା, କହିଲେ ଏମିତି ଚାଲିଗଲ…

ବଲାଙ୍ଗୀର,୭ା୧୨(ସୁନିଲ କୁମାର ମହାନ୍ତି): ହ୍ୟୁମାନ ସାଗରଙ୍କ ସ୍ମୃତି ଉଦ୍ଦେଶ୍ୟରେ ରବିବାର ଅର୍ଥାତ୍‌ ଆଜି ସନ୍ଧ୍ୟାରେ ଟିଟିଲାଗଡ଼ ବଏଜ୍‌ ହାଇସ୍କୁଲ ପଡ଼ିଆଠାରେ ଓଡିଶା କଳାକାର ଏକତା ମଞ୍ଚ...

ଇନ୍‌ଷ୍ଟାଗ୍ରାମରେ ପରସ୍ପରକୁ ଅନ୍‌ଫଲୋ କଲେ ପଲାଶ-ସ୍ମୃତି

ମୁମ୍ବାଇ: ଗାୟକ ତଥା ଫିଲ୍ମ ନିର୍ମାତା ପଲାଶ ମୁଛଲ ଏବଂ ମହିଳା କ୍ରିକେଟର ସ୍ମୃତି ମନ୍ଧାନା ରବିବାର  ଅଫିସିଆଲି ସେମାନଙ୍କ ବିବାହ ଭାଙ୍ଗିବା ସମ୍ପର୍କରେ ନିଶ୍ଚିତ...

୩୦ ବର୍ଷ ପରେ ସୂର୍ଯ୍ୟ-ଶନି ସମାସପ୍ତକ ଯୋଗ, ଏହି ୪ରାଶିରେ ପଡିବ ଖରାପ ପ୍ରଭାବ, ଅଡୁଆରେ ପଡି ଫସିବେ…

ସୂର୍ଯ୍ୟ-ଶନି ସମାସପ୍ତକ ଯୋଗ 2025, ଯାହା ଗ୍ରହମାନଙ୍କର ରାଜା ସୂର୍ଯ୍ୟଙ୍କ କନ୍ୟା ରାଶିରେ ପ୍ରବେଶ ସହିତ ଆରମ୍ଭ ହୋଇଥିଲା। ସୂର୍ଯ୍ୟ ବର୍ତ୍ତମାନ କନ୍ୟା ରାଶିରେ ଅଛନ୍ତି...

ଧାନ କିଣାବିକାରେ ଅଚଳାବସ୍ଥା: ତାତିଲେ ଚାଷୀ, କଲେ ଏମିତି…

ବରଗଡ଼,୭ା୧୨(ପ୍ରେମାନନ୍ଦ ଖମାରୀ.): ବରଗଡ଼ ଜିଲାରେ ଗତମାସ ୨୮ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଧାନ ସଂଗ୍ରହ ପ୍ରକ୍ରିୟା ରବିବାର ୧୦ଦିନରେ ପହଞ୍ଚିଛି। ହେଲେ...

୨୦୨୬ରେ କେମିତି ରହିବ ତୁଳା ରାଶିର ଭାଗ୍ୟ, ବୃହସ୍ପତିଙ୍କ ଚଳନ, ଟଙ୍କାରେ ପୋତି ହେବେ…

ବର୍ଷ ୨୦୨୬ ତୁଳା ରାଶି ପାଇଁ ସେମାନଙ୍କ ଅଧ୍ୟୟନ ଏବଂ କ୍ୟାରିୟର ଉଭୟ ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ । ବର୍ଷର ମଧ୍ୟଭାଗରେ ବୃହସ୍ପତିଙ୍କ ପ୍ରଭାବ ଆପଣଙ୍କୁ ସ୍ଥଗିତ...

ଭାରତର ଟପ୍‌ ୭ଟିି ସରକାରୀ ଚାକିରି, IAS ଭଳି ଦରମା, କମ୍‌ ପରିଶ୍ରମରେ…

ନୂଆଦିଲ୍ଲୀ,୭।୧୨: ସରକାରୀ ଚାକିରି ପାଇବା ଲକ୍ଷ ଲକ୍ଷ ଯୁବକ ଯୁବତୀଙ୍କ ସ୍ୱପ୍ନ। ତଥାପି, ଅଧିକାଂଶ ଲୋକ କେବଳ କିଛି ହାଇ-ପ୍ରୋଫାଇଲ ପଦବୀ ବିଷୟରେ ଜାଣନ୍ତି –...

ସ୍ମୃତି ମନ୍ଧାନାଙ୍କ ପୋଷ୍ଟ ପରେ ବଡ଼ ଖୁଲାସା କଲେ ପଲାଶ! କହିଲେ ଆକ୍ସନ ନେବି…

ନୂଆଦିଲ୍‌ଲୀ,୭।୧୨: କ୍ରିକେଟର ସ୍ମୃତି ମନ୍ଧାନା ଏବଂ ସଂଗୀତକାର ପଲାଶ ମୁଛଲଙ୍କ ବିବାହ ଚର୍ଚ୍ଚାରେ ଏବେ ଫୁଲଷ୍ଟପ ପଡିଛିି। ସ୍ମୃତି ଏବଂ ପଲାଶଙ୍କ ବିବାହ ବହୁତ ଦିନ...

ବିବାହକୁ ନେଇ ଶେଷରେ ମୁହଁ ଖୋଲିଲେ ସ୍ମୃତି ମନ୍ଧାନା, କହିଲେ ପଲାଶଙ୍କ ସହ…

ନୂଆଦିଲ୍‌ଲୀ,୭।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ସୋସିଆଲ ମିଡିଆରେ ଏକ ଭାବପ୍ରବଣ ପୋଷ୍ଟ ସେୟାର କରି ତାଙ୍କ ବିବାହକୁ ନେଇ ଚାଲିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri