ଲାଞ୍ଜିଗଡ଼,୨୩।୨(ଡି.ଏନ.ଏ.): ଦୀର୍ଘ ୨୦ ବର୍ଷ ପରେ କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ନିୟମଗିରି ପାହାଡ଼ ପାଦଦେଶରେ ଥିବା ତ୍ରିଲୋଚନପୁର ପଞ୍ଚାୟତରେ ମଙ୍ଗଳବାର ଚଳିତବର୍ଷ ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ଏଥିଲାଗି ସକାଳୁ ଧାଡିବାନ୍ଧି ଡଙ୍ଗରିଆ ଝରଣିଆ ଯୁବଭୋଟରମାନେ ପାରମ୍ପରିକ ବେଶଭୂଷାରେ ସୁସଜ୍ଜିତ ହୋଇ ଭୋଟ କେନ୍ଦ୍ରକୁ ଆସିଥିଲେ। ସୂଚନାଯୋଗ୍ୟ, ପୂର୍ବରୁ ମାଓବାଦୀଗଡ଼ ବୋଲି କୁହାଯାଉଥିବା ତ୍ରିଲୋଚନପୁର ପଞ୍ଚାୟତରେ ଇଲେକ୍ସନ ନୁହଁ କେବଳ ସିଲେକ୍ସନ ଚାଲୁଥିଲା। ୨୦୦୨ ମସିହାରୁ ଏଠାରେ ନିର୍ବାଚନ ହୋଇପାରୁ ନ ଥିଲା। କିନ୍ତୁ ବାରମ୍ବାର ପ୍ରଶାସନ ପକ୍ଷରୁ ଲୋକଙ୍କୁ ସଚେତନତା ଓ ଅପହଞ୍ଚ ଇଲାକାରେ ଥିବା ଗାଁଗୁଡିକରେ ରାସ୍ତାଘାଟ, ଶିକ୍ଷା, ପାନୀୟଜଳ ଆଦି ବ୍ୟବସ୍ଥା କରାଯାଇଛି। ତେଣୁ ଏଥର ବାଲଟ ପେପରରେ ମୋହର ମାରି ନିଜ ଅଧିକାର ସାବ୍ୟସ୍ତ କରିଛନ୍ତି ନିୟମଗିରି ଅଞ୍ଚଳବାସୀ। ତ୍ରିଲୋଚନପୁର ପଞ୍ଚାୟତରେ ୧୧ଟି ଅତି ସମ୍ବେଦନଶୀଳ ବୁଥ ଚିହ୍ନଟ କରାଯାଇଥିଲା। ଏଠାରେ ମୋଟ ୧୦୮୦ ଭୋଟର ମଧ୍ୟରୁ ୯୮୨ଜଣ ନିଜର ମତଦାନ ସାବ୍ୟସ୍ତ କରିଛନ୍ତି। ତେବେ ଅମଠାପଦର ୧ ନମ୍ବର ବୁଥରେ ନିର୍ଦ୍ଧାରିତ ସମୟ ପୂର୍ବରୁ ପୋଲିଂ ପାର୍ଟି ବୁଥ୍‌ ବନ୍ଦ କରି ଚାଲିଯାଇଥିବା ଭୋଟରମାନେ ଅଭିଯୋଗ କରିଛନ୍ତି। ତ୍ରିଲୋଚନପୁର ପଞ୍ଚାୟତରେ ୯୦ ପ୍ରତିଶତ ଭୋଟ ହୋଇଥିବା ନିର୍ବାଚନ ଅଧିକାରୀ ପ୍ରକାଶ କରିଛନ୍ତି। ଦୀର୍ଘ ୨୦ ବର୍ଷରେ ଯାହା ହୋଇ ନ ଥିଲା, ତାହା ଏବେ ସଫଳ କରି ଦେଖାଇ ଦେଇଛନ୍ତି ବୋଲି ଉପଜିଲାପାଳ ବିଶ୍ୱଜିତ ଦାସ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri