‘ଆଗ ପାଣି ପରେ ଭୋଟ’

ବାରିପଦା ଅଫିସ,୯।୨: ମୟୂରଭଞ୍ଜ ଜିଲା ବାଙ୍ଗରିପୋଷି ବ୍ଲକ କୁସୁମବନ୍ଧ ପଞ୍ଚାୟତ ଅନ୍ତର୍ଗତ ୩ ଗଁାର ଲୋକେ ପାଣି ସମସ୍ୟା ନେଇ ଭୋଟ ବର୍ଜନ କରିବେ ବୋଲି ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି। ଉକ୍ତ ଗ୍ରାମରେ ପାନୀୟ ଜଳର ଘୋର ସଙ୍କଟ ରହିଥିବା ବେଳେ ନେତାମନ୍ତ୍ରୀଙ୍କୁ ଗଁାରେ ପୁରାଇ ଦେବୁ ନାହିଁ ବୋଲି ଗ୍ରାମବାସୀ କହିଛନ୍ତି। ପ୍ରଥମେ ଆମକୁ ପିଇବାକୁ ପାଣି ଦିଅ ପରେ ଭୋଟ ନେବ ନଚେତ୍‌ ଭୋଟ ବର୍ଜନ କରିବୁ ବୋଲି କଡ଼ା ଚେତାବନୀ ଦେଇଛନ୍ତି।
ଅନୁଯାୟୀ ଶିମିଳିପାଳ ପାଦଦେଶରେ ଅବସ୍ଥିତ କୁସୁମବନ୍ଧ ପଞ୍ଚାୟତର ଜେଡାସାହି, କୁରୁକୁଟିଆ ଓ ଅସନଶିଖର ଗ୍ରାମରେ ପାନୀୟ ଜଳର ସଙ୍କଟ ଦୀର୍ଘ ଦିନ ଧରି ରହିଆସୁଛି। ଏହି ୩ ଗ୍ରାମରେ ପାଖାପାଖି ୪ହଜାରରୁ ଊର୍ଦ୍ଧ୍ୱ ଲୋକ ବସବାସ କରନ୍ତି। ପଥୁରିଆ ଅଞ୍ଚଳ ପାଇଁ ନଳକୂଅରୁ ପାଣି ଶୁଖିଯିବା ଫଳରେ ପାନୀୟ ଜଳ ପାଇଁ ସେମାନେ ପରିତ୍ୟକ୍ତ କୂଅ ଉପରେ ନିର୍ଭର କରି ଚଳିଆସୁଛନ୍ତି। ସେହିପରି ଫ୍ଲୋରାଇଡ ଅଞ୍ଚଳ ହୋଇଥିବାରୁ ପିଇବା ଅନୁପଯୋଗୀ ପାଣି ପାଇଁ ଗ୍ରାମର ଶିଶୁ ଓ ବୃଦ୍ଧାବୃଦ୍ଧମାନେ ବିଭିନ୍ନ ରୋଗରେ ଆକ୍ରାନ୍ତ ହେଉଛନ୍ତି। ନିର୍ବାଚନ ପାଖେଇ ଆସିଲେ ମାଳ ମାଳ ନେତା ଆସି ପ୍ରମୁଖ ସମସ୍ୟା ପାନୀୟ ଜଳ ଯୋଗାଇ ଦେବେ ବୋଲି କହି ମିଥ୍ୟା ପ୍ରତିଶ୍ରୁତି ଦେଇଥାନ୍ତି। ଭୋଟ ପାଇ ନିର୍ବାଚିତ ହେବା ପରେ କୌଣସି ନେତାଙ୍କ ମୁହଁ ଦର୍ଶନ କରିବାକୁ ମିଳୁ ନ ଥିବା ବେଳେ ସରକାରୀ ଯୋଜନା ଗୁଡିକ ଅପହଞ୍ଚ ସାଜିଛି। ଫଳରେ ଅଞ୍ଚଳବାସୀଙ୍କ ମୌଳିକ ସମସ୍ୟା ପ୍ରତି କାହାରି ଦୃଷ୍ଟି ପଡୁ ନ ଥିବାରୁ ଅଞ୍ଚଳବାସୀ ଭୋଟ ବର୍ଜନ କରିବାକୁ ନିଷ୍ପତ୍ତି ଗ୍ରହଣ କରିଥିବା ନେଇ ରଘୁନାଥ ମାରାଣ୍ଡି, ବନମାଳୀ ହାଁସଦା ପ୍ରକାଶ କରିଛନ୍ତି ା ଦୀର୍ଘ ବର୍ଷ ଧରି ଗ୍ରାମବାସୀ ପାନୀୟ ଜଳ ସମସ୍ୟାରେ ପଡ଼ି ହନ୍ତସନ୍ତ ହେଉଥିବା ବେଳେ ବିଭାଗ ପକ୍ଷରୁ ପାନୀୟ ଜଳଯୋଗାଣ ପାଇଁ ବ୍ୟବସ୍ଥା କରାଯାଇଥିଲା। ଜିଲା ଗ୍ରାମୀଣ ପାନୀୟ ଜଳ ଯୋଗାଣ ଆନୁକୂଲ୍ୟରେ ଓଭର ହେଡ୍‌ ଟାଙ୍କି ମାଧ୍ୟମରେ ଜଳ ଯୋଗାଣ ହେଉଥିବା ବେଳେ ପାଣି ପାଇପ୍‌ ଗୁଡ଼ିକ ଫାଟି ଯିବାରୁ ଲୋକଙ୍କ ନିକଟରେ ପାଣି ଅପହଞ୍ଚ ହୋଇପଡ଼ିଛି। ବାରମ୍ବାର ବିଡିଓ, ସରପଞ୍ଚ, ସମିତିସଭ୍ୟଙ୍କ ନିକଟରେ ଅଭିଯୋଗ କରିବା ପରେ ମଧ୍ୟ ପାଇପ୍‌ ଗୁଡିକ ମରାମତି କରାଯାଉ ନ ଥିବାରୁ ଗ୍ରାମରେ ଅସନ୍ତୋଷ ବୃଦ୍ଧି ପାଇଛି। ା


Enter your email to get our daily news in your inbox.

All Right Reserved By Dharitri.Com

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଥାନାରେ ପଶି ଥାନାଧିକାରୀଙ୍କୁ ଗାଳିଗୁଲଜ କରି ଯୁବକ ଦେଲେ ହତ୍ୟା ଧମକ, ଭଦ୍ରଲୋକ ହୋଇ ଥାନାକୁ ଆସିଲେ,

ଉଦଳା,୧।୪(ସନ୍ତୋଷ କୁମାର ବାଛିନୀ): ଥାନାରେ ପଶି ହଙ୍ଗାମା କଲେ ଯୁବକ । ମହିଳା ଥାନା ଅଧିକାରୀଙ୍କ ସହିତ ଅନ୍ୟ ମହିଳା ଅଧିକାରୀଙ୍କୁ ଦୁର୍ବ୍ୟବହାର କରିଲେ ଯୁବକ। କପ୍ତିପଦା…

ଘରର ଲାଇନ୍‌ କାଟି ଖୁଡ଼ୀଙ୍କୁ ହତ୍ୟା କରିବାକୁ ଯାଇଥିଲେ ପୁତୁରା, ପାଟି କରିବାରୁ…

ମୋରଡ଼ା,୧ା୪(ସ୍ମାରକ ମାଜୀ): ନିଜ ଖୁଡ଼ୀକୁ ଡାହାଣୀ ସନ୍ଦେହ କରି ଜୀବନରୁ ମାରିଦେବାକୁ ପୁତୁରା ଉଦ୍ୟମ କରିଥିବା ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ…

କଳିଯୁଗର ବୋହୂ…ଶାଶୁଙ୍କୁ ନିର୍ଘାତ ମାଡ଼ ମାରିବା ପରେ ପନିକିରେ ହାଣିଲେ, ସବୁ ଦେଖି ଚୁପ୍ ଥିଲେ ପୁଅ

ଉଦଳା,୩୧।୩(ସନ୍ତୋଷ କୁମାର ବାଛିନୀ): ବୋହୂ ସାଜିଲେ ରାକ୍ଷସୀ। ଗୁଣି ସନ୍ଦେହରେ ଶାଶୁଙ୍କୁ ଅତି ନିର୍ଦ୍ଦୟ ଭାବେ ଘର ଭିତରେ ପନିକିରେ ହାଣିଲା ବୋହୂ । ଆଉ ଏ…

ଶିମିଳିପାଳ ସୁରକ୍ଷା ପାଇଁ ଏକାଠି ହେଲେ ଗ୍ରାମବାସୀ

ବାରିପଦା,୩୦ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶ୍ୟାମାଖୁଣ୍ଟ ବ୍ଲକ ଅଧୀନ ରଙ୍ଗମାଟିଆସ୍ଥିତ ପଞ୍ଚାୟତ କଲ୍ୟାଣ ମଣ୍ଡପରେ ଶିମିଳିପାଳର ସୁରକ୍ଷା ନେଇ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।…

ହଷ୍ଟେଲରେ ଖାଇବା ପରେ ବିଗିଡ଼ିଲା ଛାତ୍ରୀଙ୍କ ସ୍ବାସ୍ଥ୍ୟ, ହସ୍ପିଟାଲରେ ଭର୍ତ୍ତି ହେଲେ ୧୫

ମୋରଡ଼ା,୩୦।୩(ସ୍ମାରକ ମାଜୀ): କର୍ତ୍ତୃପକ୍ଷଙ୍କ ଅବହେଳା ଯୋଗୁଁ ୧୫ ଜଣ ଛାତ୍ରୀ ଗୁରୁତର ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି । ଏମିତି ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା…

ଶିମିଳିପାଳରେ ଶିକାରୀଙ୍କୁ ଧରିଲା AI କ୍ୟାମେରା, ବନ୍ଧୁକ-ବିସ୍ଫୋରକ ଜବତ

ବାରିପଦା,୨୯ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଖଞ୍ଜ ଯାଇଥିବା କୁତ୍ରିମ ବୁଦ୍ଧିମତା (AI) କ୍ୟାମେରାରେ କଏଦ ଫଟୋଚିତ୍ରକୁ ନେଇ ବନବିଭାଗ ଚଢ଼ାଉ କରି ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri