ଗ୍ରାମଦେବତୀଙ୍କ ନିକଟରେ ଭୋଟ୍‌ ବର୍ଜନ ଶପଥ

ଛେଣ୍ଡିପଦା,୨୩|୧(ସ୍ବ.ପ୍ର.) ୨୦ ବର୍ଷ ହେଲା ଗଁାରେ ସରକାରୀ ଯୋଜନା କାର୍ଯ୍ୟକାରୀ ହେଉନାହିଁ। ପ୍ରଶାସନ, ସରକାରଙ୍କ ନିକଟରେ ଅଭିଯୋଗ କରାଗଲେ ମଧ୍ୟ ସୁଫଳ ମିଳୁନାହିଁ। ଦୀର୍ଘ ବର୍ଷର ଅପେକ୍ଷା ପରେ ତୀବ୍ର ଅସନ୍ତୋଷ ବ୍ୟକ୍ତ କରି ଚଳିତ ପଞ୍ଚାୟତ ନିର୍ବାଚନ ବର୍ଜନ କରିବାକୁ ନିଷ୍ପତ୍ତି ନେଇଛନ୍ତି ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ବରପଦା ପଞ୍ଚାୟତ ଗୋପୀବଲ୍ଲଭପୁର ଗ୍ରାମବାସୀ। ଶନିବାର ସେମାନେ ଗ୍ରାମଦେବତୀଙ୍କ ନିକଟରେ ଏକତ୍ର ହୋଇ ଏହି ଶପଥ ନେବା ଚର୍ଚ୍ଚାର ବିଷୟ ହୋଇଛି।
ଗ୍ରାମବାସୀଙ୍କ କହିବା ଅନୁଯାୟୀ, ଗୋପୀବଲ୍ଲଭପୁର ଗ୍ରାମରେ ୪ ଶହ ପରିବାର ଥିବାବେଳେ ଭୋଟରଙ୍କ ସଂଖ୍ୟା ପ୍ରାୟ ୯ଶହ। କିନ୍ତୁ କଳିଙ୍ଗ-ଡି କୋଲ ବ୍ଲକ୍‌, ଉତ୍କଳ-ଇ ଓ ଏଫ୍‌ କୋଲ୍‌ ବ୍ଲକ୍‌କୁ ନେଇ ୨୦ବର୍ଷ ହେଲା ଗ୍ରାମରେ ୪/୧ ଜାରି କରାଯାଇଛି। ଫଳରେ ସେବେଠାରୁ ଗଁାରେ ସରକାରଙ୍କ କୌଣସି ଉନ୍ନୟନମୂଳକ ଯୋଜନା କାର୍ଯ୍ୟକାରୀ ହେଉନାହିଁ। ପାନୀୟଜଳ, ରାସ୍ତା, ଶିକ୍ଷା, ସ୍ବଚ୍ଛ ଭାରତ ଓ ଆବାସ ଯୋଜନାର ଲାଭ ଲୋକଙ୍କୁ ମିଳୁନାହିଁ। ତେଣୁ ସରକାରୀ ଯୋଜନାରୁ ବଞ୍ଚିତ ଗ୍ରାମବାସୀ ଚଳିତ ପଞ୍ଚାୟତ ନିର୍ବାଚନରେ ଭୋଟ ବର୍ଜନ କରିବାକୁ ଶପଥ ନେଇଛନ୍ତି। ଗ୍ରାମରୁ କେହି ପ୍ରାର୍ଥିପତ୍ର ଦାଖଲ ମଧ୍ୟ କରିନାହାନ୍ତି। ଏପରି କି ଗ୍ରାମ୍ୟ କମିଟିର ବିନା ଅନୁମତିରେ ସରକାରୀ ଅଫିସର ଓ ରାଜନେତା ଗଁାରେ ପ୍ରବେଶ କରିପାରିବେ ନାହିଁ ବୋଲି ସ୍ଥିର କରାଯାଇଥିବା ଗ୍ରାମବାସୀ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

ୟୁଏଇ ଆଣବିକ ପ୍ଲାଣ୍ଟକୁ ଟାର୍ଗେଟ, ବଢ଼ିଲା ଚିନ୍ତା…

ଦୁବାଇ,୧୭ା୫: ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ର ବାରାକାହ ଆଣବିକ ବିଦ୍ୟୁତ୍‌ ପ୍ଲାଣ୍ଟକୁ ଟାର୍ଗେଟ କରି ରବିବାର ଡ୍ୟୋନ୍‌ ଆକ୍ରମଣ ହୋଇଛି। ଫଳରେ ପ୍ଲାଣ୍ଟ ପରିସରରେ ଥିବା ବିଦ୍ୟୁତ୍‌…

ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ସମସ୍ୟା, ମଣ୍ଡିକୁ ଧାନ ଆସୁଛି ହେଲେ ଆସୁନାହାନ୍ତି ମିଲର୍ସ

ବରଗଡ଼,୧୭ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି । ରବିବାର ଏହି ପ୍ରକ୍ରିୟାକୁ ସପ୍ତାହେ ପୂରିବ। ହେଲେ ଆରମ୍ଭରୁ ଏହି ପ୍ରକ୍ରିୟାରେ ଧାନ କିଣାବିକା…

ମସ୍କୋରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଭାରତୀୟଙ୍କ ସମେତ ଚାଲିଗଲା ୪ ଜଣଙ୍କ ଜୀବନ

ମସ୍କୋ,୧୭ା୫: ରୁଷିଆ ରାଜଧାନୀ ମସ୍କୋ ନିକଟରେ ୟୁକ୍ରେନ୍‌ ରବିବାର ଜୋର୍‌ଦାର ଡ୍ରୋନ୍‌ ଆକ୍ରମଣ କରିଛି। ଏଥିରେ ଜଣେ ଭାରତୀୟଙ୍କ ସମେତ ୪ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri