ରାଜ୍ୟକୁ ରାମରାଜ୍ୟରେ ପରିଣତ କରିବାକୁ ହେଲେ ଭାଜପାକୁ ଭୋଟ୍‌ ଦିଅନ୍ତୁ: ଅରୁଣ ଗୋଭିଲ

କେନ୍ଦୁଝର,୨୨ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଭାଜପା ନେତା ତଥା ସିନେ ଷ୍ଟାର ଅରୁଣ ଗୋଭିଲ ବୁଧବାର କନ୍ଦୁଝର ଜିଲା ଗସ୍ତରେ ଆସି ଚମ୍ପୁଆ ଓ ତେଲକୋଇରେ ଭାଜପାର ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେଇଛନ୍ତି। ତାଙ୍କୁ ଦେଖିବାକୁ ପ୍ରବଳ ଜନ ସମାବେଶ ହୋଇଥିଲା। ଭାଜପା ଏମ୍‌ପି ପ୍ରାର୍ଥୀ ଅନନ୍ତ ନାଏକ ଓ ଚମ୍ପୁଆ ବିଧାୟକ ପ୍ରାର୍ଥୀ ମୁରଲୀ ମନୋହର ଶର୍ମା ଏବଂ ତେଲକୋଇ ବିଧାୟକ ପ୍ରାର୍ଥୀ ଡାକ୍ତର ଫକୀର ଚରଣ ନାୟକଙ୍କ ପାଇ ନିର୍ବାଚନୀ ପ୍ରଚାର କରି ଭୋଟ୍‌ ମାଗିଛନ୍ତି।

ଆଜି ମଧ୍ୟାହ୍ନରେ ଚମ୍ପୁଆ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଚମ୍ପୁଆ ନେହେରୁ ଷ୍ଟାଡିୟମଠାରେ ଏହି ବିଜୟ ସଂକଳ୍ପ ସମାବେଶରେ ସେ ଉପସ୍ଥିତ ହଜାର ହଜାର ଜନସାଧାରଣଙ୍କୁ ସମ୍ବୋଧିତ କରିଥିଲେ। ରାଜ୍ୟରେ ବିଜେଡି ସରକାର ଦୁର୍ନୀତିରେ ଉବୁଟୁବୁ ହେଉଥିବା ବେଳେ ରାଜ୍ୟକୁ ରାମ ରାଜ୍ୟରେ ପରିଣତ କରିବାକୁ ହେଲେ ଭାଜପାକୁ ଭୋଟ ଦେଇ ସରକାର ଗଢ଼ିବାର ସୁଯୋଗ ଦେବା ପାଇଁ ଲୋକମାନଙ୍କୁ ଅନୁରୋଧ କରିଥିଲେ। ଓଡ଼ିଶାକୁ ରାମ ରାଜ୍ୟରେ ପରିଣତ କରିବାକୁ ହେଲେ ପରିବର୍ତ୍ତନ ସହ ଭାଜପା ପ୍ରାର୍ଥୀଙ୍କୁ ପଦ୍ମ ଚିହ୍ନରେ ଭୋଟ୍‌ ଦେଇ ଆଗାମୀ ନିର୍ବାଚନରେ କେନ୍ଦୁଝର ଏମ୍‌ପି ପ୍ରାର୍ଥୀ ଅନନ୍ତ ନାଏକ, ଚମ୍ପୁଆ ବିଧାୟକ ପ୍ରାର୍ଥୀ ମୁରଲୀ ମନୋହର ଶର୍ମାଙ୍କୁ ଭୋଟ୍‌ ଦେବାକୁ ଉପସ୍ଥିତ ଜନସାଧାରଣଙ୍କୁ ନିବେଦନ କରିଛନ୍ତି। ଏହି ଅବସରରେ ଛତିଶଗଡ଼ ରାଜ୍ୟ ସଭା ଏମ୍‌ପି ଅରୁଣ ଦୁବେ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମଟିକୁ ଭାଜପା ରାଜ୍ୟ ଉପସଭାପତି ପ୍ରକାଶ ମଲ୍ଲିକ ପରିଚାଳନା କରିଥିଲେ। ମଧ୍ୟାହ୍ନ ୧୨ଟରେ ହେଲିକପ୍ଟର ଯୋଗେ ଅରୁଣ ଗୋଭିଲ ଅବତରଣ କରିବା ପରେ ସେଠାରୁ କାର୍‌ ଯୋଗେ ସ୍ଥାନୀୟ ନେହେରୁ ଷ୍ଟାଡିୟମସ୍ଥିତ ସଭାସ୍ଥଳରେ ପହଞ୍ଚି ଆୟୋଜିତ ବିଜୟ ସଂକଳ୍ପ ସମାବେଶରେ ଉଦ୍‌ବୋଧନ ଦେଇଥିଲେ। ଏହା ପରେ ସେ ତେଲକୋଇକୁ ଯାଇ ଅପରାହ୍ନ ୧ ଟାରେ ସ୍ଥାନୀୟ କତରାପାଲି ଠାରେ ଭାଜପାର ବିଜୟ ସଂକଳ୍ପ ସମାବେଶ ରେ ଯୋଗ ଦେଇ ଦଳୀୟ ଏମ୍‌ପି ପ୍ରାର୍ଥୀ ଅନନ୍ତ ନାୟକ ଓ ବିଧାୟକ ପ୍ରାର୍ଥୀ ଡାକ୍ତର ଫକୀର ଚରଣ ନାୟକଙ୍କୁ ଭୋଟ ଦେଇ କେନ୍ଦ୍ରରେ ମୋଦିଙ୍କୁ ପ୍ରଧାନମନ୍ତ୍ରୀ ଓ ରାଜ୍ୟରେ ଭାଜପା ସରକାର ଗଠନ କରିବାକୁ ନିବେଦନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ କେନ୍ଦ୍ରମନ୍ତ୍ରୀ ଫାଗନ ସିଂହ କୁଲଷ୍ଟେ, ରାଜ୍ୟ ନେତା ସାରଦା ନନ୍ଦ, ଜିଲା ଉପସଭାପତି ଶୁକଦେବ ମହାନ୍ତ, ପୂର୍ବତନ ବିଧାୟକ ବେଦବ୍ୟାସ ନାୟକ ସମେତ ବହୁ ନେତା ଉପସ୍ଥିତ ଥିଲେ। ରାଜ୍ୟ ସରକାରଙ୍କୁ ସମାଲୋଚନା କରିବା ସହ ରାଜ୍ୟରେ ଭାଜପା ସରକାର ଗଠନ କରିବା ସହ ଦେଶରେ ମୋଦିଙ୍କୁ ତୃତୀୟ ଥର ପ୍ରଧାନମନ୍ତ୍ରୀ କରିବା ପାଇଁ ଭାଜପା ପ୍ରାର୍ଥୀଙ୍କୁ ବହୁ ସଂଖ୍ୟାରେ ଭୋଟ ଦେବାକୁ ଆହ୍ବାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ସରକାରର ବଜେଟଠାରୁ ଏଥର ୧୫% ଅଧିକ: ସମୀର

ଭୁବନେଶ୍ୱର, ୨୭।୭(ସୁନିତ୍‌ ମିଶ୍ର): ନୂତନ ରାଜନୈତିକ ସଂସ୍କୃତିର ପ୍ରତିଷ୍ଠାକରି ଭାଜପା ପ୍ରଥମ ଥର ଓଡ଼ିଶାରେ ସରକାର ଗଠନ କରିଛି। ଭାଜପା ସରକାରର ପ୍ରଥମ ବଜେଟ ଓଡ଼ିଶା...

ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାକୁ ନେଇ ବିରୋଧୀ-ଶାସକ ମୁହାଁମୁହିଁ

ଭୁବନେଶ୍ୱର,୨୭।୭(ଅନିଲ ଦାସ): ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାକୁ ନେଇ ବିଜେଡି -ଭାଜପା ବିଧାନସଭାରେ ମୁହାଁମୁହିଁ ହୋଇଛନ୍ତି। ଯୋଜନାର ନଁା ବଦଳିବାକୁ ନେଇ ବିଜେଡି ବିଧାୟକ...

ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର, ୨୬ା୭(ଅନୁରାଧା ମହାରଣା) – ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ...

ମମତାଙ୍କୁ ଚିଠି ଲେଖିବା ନେଇ ନବୀନଙ୍କୁ ଟାର୍ଗେଟ କଲା ଭାଜପା

ଭୁବନେଶ୍ୱର, ୨୬।୭(ସୁନିତ୍‌ ମିଶ୍ର): ନିଜ ୨୪ ବର୍ଷ ଶାସନରେ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ସରକାର ଓଡ଼ିଶାକୁ କୌଣସି କ୍ଷେତ୍ରରେ ଆତ୍ମନିର୍ଭରଶୀଳ ରାଜ୍ୟ ଭାବେ ଗଢ଼ି...

କୃଷି ବିଭାଗରେ ସରକାରୀ କାର୍ଯ୍ୟ ଓଡ଼ିଆ ଭାଷାରେ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୬।୭(ଶର୍ମିଷ୍ଠା ପାଣିଗ୍ରାହୀ): କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏହାର ନିର୍ଦ୍ଦେଶାଳୟ ଏବଂ ବିଭାଗ ଅଧିନରେ ଥିବା ଅନ୍ୟ ଅଧସ୍ତନ କାର୍ଯ୍ୟାଳୟଗୁଡିକରେ ସମସ୍ତ ସରକାରୀ କାର୍ଯ୍ୟ...

ଅଗ୍ନିବୀର ଯୋଜନା ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର,୨୬।୭: ଅଗ୍ନିବୀରଙ୍କୁ ପାଇଁ ବଡ଼ ଘୋଷଣା କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝି। ରାଜ୍ୟର ସବୁ ୟୁନିଫର୍ମ ସେବାରେ ସେମାନଙ୍କୁ ଗ୍ରହଣ କରାଯିବ ବୋଲି ଘୋଷଣା...

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ହରିଣ ଛୁଆକୁ ଘେରିଗଲେ ବିଲୁଆ ଦଳ:, ଆଉ ତା’ପରେ…

ପାତ୍ରପୁର,୨୬।୭(ଉମା ଚରଣ ନେପାକ): ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଗୋପୀନାଥପୁର ନିକଟସ୍ଥ ଜଙ୍ଗଲରୁ ଶୁକ୍ରବାର ଏକ ଆହତ ହରିଣ ଛୁଆ ଉଦ୍ଧାର ହୋଇଛି। କିଛି ବିଲୁଆ ହରିଣମାନଙ୍କୁ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri