ଭଲ ଲୋକଙ୍କୁ ଭୋଟ ଦିଅନ୍ତୁ: ମୁଖ୍ୟମନ୍ତ୍ରୀ

ପାରଳାଖେମୁଣ୍ଡି, ୫।୫ (ଗିରିଧାରୀ ପରିଛା):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶନିବାର ଗଜପତି ଜିଲା ପାରଳାଖେମୁଣ୍ଡିଠାରେ ନିର୍ବାଚନ ପ୍ରଚାର କରିଛନ୍ତି। ଆୟୋଜିତ ସମାବେଶରେ ଜିଲାର ଦୁଇ ନିର୍ବାଚନ ମଣ୍ଡଳୀର ବିଧାୟକ ପ୍ରାର୍ଥୀ ଓ ବ୍ରହ୍ମପୁର ଲୋକସଭା କ୍ଷେତ୍ରର ଏମପି ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜନୀତିରେ ଜନବିରୋଧୀ ଓ ଅପରାଧ ପୃଷ୍ଠଭୂମି ଥିବା ବ୍ୟକ୍ତି ବିଶେଷଙ୍କ ସ୍ଥାନ ନାହିଁ। ଏଣୁ ଭଲ ଲୋକଙ୍କୁ ଚିହ୍ନନ୍ତୁ ଓ ଭୋଟ ଦିଅନ୍ତୁ। ସମାବେଶରେ ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ କହିଥିଲେ ଯେ, କେନ୍ଦ୍ର ସରକାର ଦେଶରେ ବାର୍ଷିକ ଦୁଇ କୋଟି ନିଯୁକ୍ତି ସୁଯୋଗ ଯୋଗାଇବେ ବୋଲି ପ୍ରତିଶ୍ରୁତି ଦେଇଥିଲେ। ତେବେ ଗତ ଦଶ ବର୍ଷ ମଧ୍ୟରେ ୨୦କୋଟି ନିଯୁକ୍ତି ମିଳିବା କଥା। ସେହି ପରିପ୍ରେକ୍ଷୀରେ ଓଡ଼ିଶା ଭାଗରେ ୮୦ଲକ୍ଷ ନିଯୁକ୍ତି ମିଳିବା କଥା। ତେବେ କେନ୍ଦ୍ର ସରକାର ୮୦ଲକ୍ଷ ନିଯୁକ୍ତିର ହିସାବ ଦେଇପାରିବେ କି ବୋଲି ପ୍ରଶ୍ନ କରିଛନ୍ତି। ଏଥିସହ ମୋହନା ନିର୍ବାଚନ ମଣ୍ଡଳୀର ବିଧାୟକ ପ୍ରାର୍ଥୀ ଅନ୍ତର୍ଯ୍ୟାମୀ ଗମାଙ୍ଗ ଓ ପାରଳାଖେମୁଣ୍ଡି ବିଧାୟକ ପ୍ରାର୍ଥୀ ରୂପେଶ ପାଣିଗ୍ରାହୀ ଓ ବ୍ରହ୍ମପୁର ଏମପି ପ୍ରାର୍ଥୀ ଭୃଗୁ ବକ୍ସିପାତ୍ରଙ୍କୁ ଆସନ୍ତା ୧୩ ତାରିଖରେ ଭୋଟ ଦେବା ପାଇଁ ଅନୁରୋଧ କରିଛନ୍ତି। ସେହିପରି ନାଁ ନନେଇ କେନ୍ଦ୍ରମନ୍ତ୍ରୀଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ଗତ ୧୦ ବର୍ଷ ହେଲା ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ହେବାକୁ ଚେଷ୍ଟାକରି ଅସଫଳ ହୋଇଥବା ଜଣେ ବ୍ୟକ୍ତି କିପରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିକାଶର ଭାଷା ବୁଝି ପାରିବ। ଯିଏ ନିଜ ଦଳୀୟ ଲୋକଙ୍କ ସମ୍ମୁଖରେ ବିଶ୍ୱାସଭାଜନ ହୋଇପାରିନାହାନ୍ତି ସେ ମୁଖ୍ୟମନ୍ତ୍ରୀଙ୍କ ସହ ସମକକ୍ଷ ହେବା ଚିନ୍ତା କରିବା ପୂର୍ବରୁ ନିଜ ଦଳକୁ ସଜାଡ଼ିବା ଆବଶ୍ୟକ ବୋଲି କହିଛନ୍ତି। ମୁଁ ବିକାଶର ଯେତେ ଭାଷା କହିଲେ ବି ଆପଣ ବୁଝି ପାରୁ ନାହାନ୍ତି। ପୁରୀ ଶ୍ରୀମନ୍ଦିର ରୂପାନ୍ତରଣ କଥା କହିଲେ ଆପଣ ବୁଝି ପାରୁନାହାନ୍ତି। ସ୍କୁଲ ରୂପାନ୍ତରଣ କଥା ଆପଣଙ୍କୁ ଅବୁଝା ହେଉଛି। ତେଣୁ ଆପଣଙ୍କ ରାଜନୈତିକ ଭାଷାରେ ବୁଝାଇବାକୁ ପଡ଼ୁଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଲେଶ୍ବରରେ ପୁଣି ଅଗ୍ନିକାଣ୍ଡ; ବିଦ୍ୟୁତ ତାରରୁ ସର୍ଟ ସର୍କିଟ ହୋଇ ଜଳିଗଲା…

ବାଲେଶ୍ୱର,୧।୧୦(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହରରେ ପୁଣି ଅଗ୍ନିକାଣ୍ଡ ଘଟିଛି । ଗୁରୁବାର ପୂର୍ବାହ୍ନରେ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ପ୍ରଚଣ୍ଡ ଶବ୍ଦରେ ବିସ୍ଫୋରଣ ଘଟି ନିଆଁ ଲାଗିଯାଇଥିଲା ।…

ବଡ଼ ଅଘଟଣ; ଲିଫ୍ଟରେ ଫସିଲେ ପୂର୍ବତନ ଏମପିଙ୍କ ପରିବାର, ଚେତାଶୂନ୍ୟ ହୋଇଗଲେ…

ନୂଆଦିଲ୍ଲୀ,୧।୧୦ : ରାଜଧାନୀ ଦିଲ୍ଲୀସ୍ଥିତ ଝାଡ଼ଖଣ୍ଡ ଭବନର ଲିଫ୍ଟରେ ବଡ଼ ଅଘଟଣ ଘଟିଛି । ପୂର୍ବତନ ଏମପି ଘୂରନ ରାମଙ୍କ ପରିବାର ଯାଉଥିବା ବେଳେ ଲିଫ୍ଟ ହଠାତ୍…

ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ ପୂର୍ବରୁ CJPର ବଡ଼ ବୟାନ, ଆମେ କାହାକୁ….

ନୂଆଦିଲ୍ଲୀ,୧।୧୦ : ଦେଶରେ ପରିବର୍ତ୍ତନ ସେତେବେଳେ ସମ୍ଭବ, ଯେତେବେଳେ ପ୍ରତ୍ୟେକ ନାଗରିକ ନିଜ ଭୂମିକା ନିଭାଇବେ । ଏଭଳି ମତ ରଖିଛନ୍ତି କକ୍ରୋଚ୍ ଜନତା ପାର୍ଟି (CJP)ର…

ସେତୁ ଆପ୍ରୋଚ ରାସ୍ତା ନ କରି ଖୋଲିଦେଲେ: ସ୍କୁଲ କଲେଜ ଯିବା ପାଇଁ ଦୁର୍ଦ୍ଦଶା ଭୋଗୁଛନ୍ତି ଛାତ୍ରୀଛାତ୍ର

ରାଜନଗର, ୧ା୧୦(ଭାସ୍କର ରାଉତରାୟ): ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ରାସ୍ତା ଓ ସେତୁ ନିର୍ମାଣ କରାଯାଉଛି। ସେତୁ ତିଆରି ଓ ସେତୁ ଆପ୍ରୋଜ ରୋଡ କାମ ନ ସାରି…

କ୍ୟାପଟେନ ସ୍ମିତ ମଚ୍ଛରଙ୍କ ପରିବାର ସହ କଥା ହେଲେ ମୋଦି, ବଡ଼ ଘୋଷଣା କରି….

ନୂଆଦିଲ୍ଲୀ,୧।୧୦ : ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇ FZ1073 ବିମାନରେ ଘଟିଥିବା ଘଟଣାରେ ଆହତ ଭାରତୀୟ ପାଇଲଟ୍ କ୍ୟାପ୍ଟେନ୍ ସ୍ମିତ ମଚ୍ଛରଙ୍କ ସାହସକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ଭୁବନେଶ୍ବରରେ ଚାଞ୍ଚଲ୍ୟ; ବନ୍ଧୁକ ଦେଖାଇ ଯୁବତୀଙ୍କୁ ବଳାତ୍କାର

ଭୁବନେଶ୍ବର,୧।୧୦: ରାଜଧାନୀରେ ଲଜ୍ଜା । ବନ୍ଧୁକ ଦେଖାଇ ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି । ନୟାପଲ୍ଲୀ ଥାନା ଅଞ୍ଚଳରେ ଘଟିଛି ଏହି ଲଜ୍ଜାଜନକ ଘଟଣା…

‘ଏହା କ୍ରିକେଟ୍‌ ନୁହେଁ, କେବଳ ବ୍ୟାଟିଂ’: ୪୦୬ ରନ୍‌ ଚେଜ୍‌ କରିବା ପରେ ବି ରାଗିଗଲେ ହେଡ୍‌ କୋଚ୍‌ ଗମ୍ଭୀର…ଜାଣନ୍ତୁ କାରଣ

ଗୁଆହାଟି,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଏକଦିବସୀୟ (ODI) ମ୍ୟାଚ୍‌ରେ ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ହାସଲ କରି ସିରିଜ କବ୍ଜା କରିବା ସତ୍ତ୍ୱେ ଗୁଆହାଟି ପିଚ୍‌କୁ ନେଇ…

ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ୧୩ ଗେଟ୍‌, ୨ ଗେଟ୍‌ରେ ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୧ା୯(ପ୍ରମୋଦ ବହିଦାର): ସମ୍ପ୍ରତ୍ତି ମହାନଦୀର ଉପରମୁଣ୍ଡରୁ ବନ୍ୟାଜଳ ପ୍ରବାହ ହ୍ରାସ ପାଇବାରୁ ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ମଧ୍ୟ କ୍ରମଶଃ ହ୍ରାସ ପାଇଛି। ତେଣୁ ହୀରାକୁଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?