ଶଙ୍ଖ ଚିହ୍ନ ପାଇଁ ଭୋଟ କର

ଅନୁଗୋଳ,୧୪।୪ (ଅମିତ କୁମାର ସାମଲ)ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ଏଯାଏ ପ୍ରାର୍ଥୀ ଘୋଷଣା କରିନାହିଁ। ଇତିମଧ୍ୟରେ ଦଳ ୪ର୍ଥ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ପ୍ରକାଶ କରିସାରିଥିଲେ ମଧ୍ୟ ଅନୁଗୋଳକୁ ଝୁଲାଇ ରଖାଯାଇଛି। ଫଳରେ ଦଳୀୟ ଟିକେଟ୍‌ ପାଇଁ ଲବି ଚଳାଇଥିବା ବିଧାୟକ ରଜନୀକାନ୍ତ ସିଂହ ଓ ଅନ୍ୟ ଆଶାୟୀଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷରେ ନିର୍ବାଚନମଣ୍ଡଳୀର ବିଜେଡି ସମର୍ଥତ୍ତ ବହୁ ପଞ୍ଚାୟତସ୍ତରୀୟ ନେତା ମେଳି କରି ତୁରନ୍ତ ଅନୁଗୋଳ ପାଇଁ ପ୍ରାର୍ଥୀ ଘୋଷଣା କରିବାକୁ ବାରମ୍ବାର ଦାବି କରୁଥିବାରୁ ଶନିବାର ଏହି ପ୍ରସଙ୍ଗ ନବୀନ ନିବାସରେ ପହଞ୍ଚିଛି। ବିଜେଡି ସମର୍ଥିତ ସମ୍ପୃକ୍ତ ସରପଞ୍ଚମାନଙ୍କୁ ନବୀନ ନିବାସ ଡାକି ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଆଲୋଚନା କରିବା ସହ ଦଳ ଠିକ୍‌ ସମୟରେ ଠିକ୍‌ ନିଷ୍ପତ୍ତି ନେବ ବୋଲି ବୁଝାଇ ଦେଇଛନ୍ତି। ଏଥିସହ ଦଳୀୟ ନିଷ୍ପତ୍ତିକୁ ଗ୍ରହଣ କରି ଶଙ୍ଖ ଚିହ୍ନ ପାଇଁ ଭୋଟ କରିବାକୁ ପରାମର୍ଶ ଦେଇଥିବା ସରପଞ୍ଚମାନେ ପ୍ରକାଶ କରିିଛନ୍ତି।
ସରପଞ୍ଚମାନଙ୍କ କହିବା ଅନୁଯାୟୀ, ଶୁକ୍ରବାର ଶଙ୍ଖ ଭବନରୁ ଅନୁଗୋଳ ବିଧାନସଭା କ୍ଷେତ୍ରର ବିଜେଡି ସମର୍ଥତ୍ତ ସରପଞ୍ଚମାନଙ୍କ ନିକଟକୁ ଫୋନ୍‌ କଲ୍‌ ଆସିଥିଲା। ନିର୍ଦ୍ଦେଶ ଅନୁଯାୟୀ ସମ୍ପୃକ୍ତ ସରପଞ୍ଚମାନଙ୍କ ସହ ସ୍ଥାନୀୟ କେତେଜଣ ନେତା ଶନିବାର ଶଙ୍ଖ ଭବନରେ ପହଞ୍ଚିଥିଲେ। ଏହାପରେ ସେମାନଙ୍କୁ ନବୀନ ନିବାସକୁ ୨ଟି ପର୍ଯ୍ୟାୟରେ ନିଆଯାଇଥିଲା। ପ୍ରଥମ ପର୍ଯ୍ୟାୟରେ ପାଖାପାଖି ୩୦ ଜଣ ଯାଇଥିବା ବେଳେ ୫-ଟି ଅଧ୍ୟକ୍ଷ ପାଣ୍ଡିଆନ ସେମାନଙ୍କ ସହ ଆଲୋଚନା କରିଥିଲେ। ଦଳ କାହାକୁ ଟିକେଟ୍‌ ଦେବ, ତାହା ଜଣାନାହିଁ। ଦଳ ପ୍ରାର୍ଥୀ ଚୂଡ଼ାନ୍ତ କଲେ ତାଙ୍କ ପାଇଁ କାର୍ଯ୍ୟ କରିବାକୁ ପାଣ୍ଡିଆନ ପରାମର୍ଶ ଦେଇଥିଲେ। ଦ୍ୱିତୀୟ ପର୍ଯ୍ୟାୟରେ ମଧ୍ୟ ଯାଇଥିବା ପଞ୍ଚାୟତସ୍ତରୀୟ ଜନ ପ୍ରତିନିଧିଙ୍କ ସହ ପାଣ୍ଡିଆନ ଆଲୋଚନା କରିଥିଲେ। ସେମାନଙ୍କୁ ବି ସମାନ କଥା କୁହାଯାଇଥିଲା। ଅନୁଗୋଳ ପାଇଁ ଥିବା ୩ ଜଣ ଆଶାୟୀ ନେତାଙ୍କ ମଧ୍ୟରୁ ଜଣଙ୍କୁ ଦଳ ପକ୍ଷରୁ ଟିକେଟ୍‌ ଦିଆଯିବ ବୋଲି କୁହାଯାଇଥିଲା। କିନ୍ତୁ କେଉଁମାନେ ଆଶାୟୀ ରହିଛନ୍ତି, ସେମାନଙ୍କ ନାମ ଗୋପନ ରଖାଯାଇଥିଲା। ନବୀନ ନିବାସରେ ଆଲୋଚନା କରି ଫେରିଥିବା ସରପଞ୍ଚମାନେ ଏହି ସୂଚନା ଦେଇଥିଲେ ହେଁ ଅନୁଗୋଳର ପ୍ରାର୍ଥୀଙ୍କୁ ନେଇ ସେମାନେ ଏଯାଏ ଅନ୍ଧାରରେ ଥିବା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri