ଖୋର୍ଦ୍ଧା ଅଫିସ,୩୧ା୧: ମତଦାନ ହେଉଛି ନାଗରିକଙ୍କ ସାମ୍ବିଧାନିକ ଅଧିକାର। କୌଣସି ମତଦାତା ଯେପରି ମତଦାନରୁ ବଞ୍ଚିତ ନ ହେବେ ସେଥିଲାଗି ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଗୁରୁତ୍ୱ ଦିଆଯାଇଥାଏ। ନିର୍ବାଚନ ପୂର୍ବରୁ ଭୋଟର ସଂଶୋଧନ, ନୂତନ ଭୋଟରଙ୍କ ନାମ ପଞ୍ଜୀକରଣ କାର୍ଯ୍ୟକୁ ତ୍ୱରାନ୍ବିତ କରାଯାଇଥାଏ। ତେବେ ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ବଡକୁମ୍ଭାର ପଞ୍ଚାୟତ ଶ୍ରୀଚନ୍ଦନପୁର ଗ୍ରାମ ୱାର୍ଡ ନମ୍ବର ୨୨ର ଏକାଧିକ ଭୋଟରଙ୍କ ନାଁ ଭୋଟର ତାଲିକାରେ ନାହିଁ। ୧୧୭ଜଣଙ୍କ ନାମ ଭୋଟର ତାଲିକାରେ ନ ଥିବା ଜଣାପଡିଛି। ଏହାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ଭୋଟର ତାଲିକା ସଂଶୋଧନରେ ଚଞ୍ଚକତା କରାଯାଇଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ରାଜନୈତିକ ଅଭିସନ୍ଧି ରଖି ଏଭଳି କରାଯାଇଥିବା ଗ୍ରାମବାସୀ ଗଣମାଧ୍ୟମ ଆଗରେ କହିଛନ୍ତି। ୱାର୍ଡ ନମ୍ବର ୨୨ରୁ ଏକାଧିକ ଭୋଟରଙ୍କ ନାଁ କଟିଥିବାବେଳେ ୨୧ନମ୍ବର ୱାର୍ଡର ପ୍ରାୟ ୯୦ ଜଣ ଭୋଟରଙ୍କ ନାମ ୨୨ ନମ୍ବର ୱାର୍ଡରେ ଚଢାଯାଇଛି। ଏହାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶ୍ରୀଚନ୍ଦନପୁର ଗ୍ରାମର ବଂଶୀଧର ସାହୁ କହିଛନ୍ତି, ଏହି ୨୨ନଂ ୱାର୍ଡରେ ୩୧୭ଜଣ ଭୋଟର ରହିଛନ୍ତି। ୨୦୧୭ ପଞ୍ଚାୟତ ନିର୍ବାଚନ ଏବଂ ୨୦୧୯ ସାଧାରଣ ନିର୍ବାଚନରେ ମତଦାନ ଦେଇଥିବା ଭୋଟର ଚଳିତ ବର୍ଷ ପଞ୍ଚାୟତ ନିର୍ବାଚନରେ ମତଦାନରୁ ବଞ୍ଚିତ ହେବେ। ଚଞ୍ଚକତା ପୂର୍ବକ ଭୋଟରଙ୍କ ନାଁ କଟାଯାଇଥିବା ବେଳେ ୨୧ ନଂମ୍ବର ୱାର୍ଡର ୯୦ଜଣ ଭୋଟରଙ୍କ ନାଁ ଏହି ୱାର୍ଡରେ ପୁନଃ ଯୋଡ଼ାଯାଇଛି। ଏହି ୱାର୍ଡରୁ ପ୍ରକୃତ ଭୋଟରଙ୍କୁ ବାଦ ଦିଆଯାଇଛି ବୋଲି ଗ୍ରାମର ଜଗନ୍ନାଥ ଚମ୍ପତି, ପ୍ରକାଶ ଚମ୍ପତି, ପ୍ରାଣକୃଷ୍ଣ ଚମ୍ପତି, ଚକ୍ରଧର ରାଉତ, ବୈକୁଣ୍ଠ ଚମ୍ପତି, ସନାତନ ବେହେରା ପ୍ରମୁଖ ଅଭିଯୋଗ ଆଣି ତଦନ୍ତ ସହ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି। ଏ ନେଇ ରାଜ୍ୟ ନିର୍ବାଚନ ଆୟୋଗ ଏବଂ ଜିଲା ପ୍ରଶାସନ ନିକଟରେ ମଧ୍ୟ ଅଭିଯୋଗ କରାଯାଇଛି ବୋଲି ସେମାନେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେଉଁଦିନ ହେବ ମହାବିନାଶକାରୀ ରାତି? ଜଣାପଡିଲା ପ୍ରଳୟର ତାରିଖ!

ବିଶ୍ୱାସ, ଇତିହାସ ଏବଂ ରାଜନୀତି ଉପରେ ହେଉଥିବା ବିତର୍କରେ ପ୍ରାୟତଃ ବିନାଶକାରୀ ରାତିର ଉଲ୍ଲେଖ କରାଯାଏ। ସମ୍ପ୍ରତି, ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କହିଛନ୍ତି ଯେ…

ବର ସାଜିବେ ସଚିନ ତେନ୍ଦୁଲକରଙ୍କ ପୁଅ: ଜାଣନ୍ତୁ ଅର୍ଜନୁଙ୍କ ମୋଟ ସମ୍ପତ୍ତି କେତେ

ନୂଆଦିଲ୍ଲୀ,୧୧।୨:ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନ ତେନ୍ଦୁଲକର ଖୁବ ଶୀଘ୍ର ବିବାହ କରିବାକୁ ଯାଉଛନ୍ତି। ବିବାହ କାର୍ଡ ବଣ୍ଟାଉଛି। ସଚିନ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ସମେତ ଅନେକ ପ୍ରମୁଖ…

ଟ୍ରେଡ ଡିଲରେ ଆମେରିକା ଚୁପଚାପ କରିଦେଲା ଘୋଟାଲା! କ’ଣ ପରିବର୍ତ୍ତନ ହେଲା? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ଓ୍ବାଶିଂଟନ,୧୧।୨: ଭାରତ ଏବଂ ଆମେରିକା ମଧ୍ୟରେ ସମ୍ପ୍ରତି ଘୋଷିତ ମଧ୍ୟବର୍ତ୍ତୀକାଳୀନ ବାଣିଜ୍ୟ ଚୁକ୍ତିନାମାକୁ ନେଇ ଏକ ନୂଆ ବିବାଦ ସୃଷ୍ଟି ହୋଇଛି। ହ୍ବାଇଟ ହାଉସ ଚୁପ ଚାପ…

ବିଜେଡିରୁ ଇସ୍ତଫା ଦେଲେ ଜିଲା ଉପସଭାପତି, ଏହି କାରଣ ଦର୍ଶାଇ…

ରାୟଗଡା,୧୧।୨(ଆଶିଷ ରଞ୍ଜନ ପଣ୍ଡା): ଜିଲାରେ ବିଜେଡି ପାଇଁ ବଢୁଛି ଅଡ଼ୁଆ। ଜିଲା କମିଟି ଘୋଷଣା ହେବା ପରେ ଦାୟିତ୍ୱ ପାଇଥିବା ଜଣେ ଉପସଭାପତି ତାଙ୍କ ପଦବୀରୁ ଇସ୍ତଫା…

ଆସନ୍ତାକାଲି ଦେଶବ୍ୟାପୀ ଧର୍ମଘଟ: ବାହାରକୁ ଯିବା ପୂର୍ବରୁ କ’ଣ ଖୋଲା, କ’ଣ ବନ୍ଦ, ଦେଖନ୍ତୁ…

ନୂଆଦିଲ୍ଲୀ/ଭୁବନେଶ୍ୱର,୧୧।୨: ଆସନ୍ତାକାଲି ଭାରତ ବନ୍ଦ ଡାକରା। କେନ୍ଦ୍ରୀୟ ଶ୍ରମ ଆଇନକୁ ବିରୋଧ କରି କେନ୍ଦ୍ର ସରକାର ବିରୋଧରେ ଦେଶବ୍ୟାପୀ ହରତାଳ ଓ ଧର୍ମଘଟ କରିବେ ବିଭିନ୍ନ ଶ୍ରମିକ…

ପୁଇଁହେବା ବେଳେ ବୃଦ୍ଧାଙ୍କ ଦେହରେ ଲାଗିଲା ନିଆଁ

ଆନନ୍ଦପୁର ୧୧।୨(ସୁଶାନ୍ତ କୁମାର ସାହୁ): ଶୀତରୁ ରକ୍ଷା ପାଇବା ପାଇଁ ନିଆଁ ପୁଇଁବା ବେଳେ ପୋଡିହୋଇ ବୃଦ୍ଧା ଜଣକ ଗୁରୁତର ହୋଇଛନ୍ତି। ଏଭଳି ଏକ ଘଟଣା ଘଟିଛି…

ଟ୍ରମ୍ପଙ୍କ ସାଂସଦ ଆଣିଲେ H1B ଭିଜା ଶେଷ କରିବାର ପ୍ଲାନ, ଜାଣନ୍ତୁ ଭାରତୀୟଙ୍କ ଉପରେ କ’ଣ ପଡ଼ିବ ପ୍ରଭାବ

ଓ୍ବାଶିଂଟନ,୧୧।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନିକଟତର ଜଣେ ସାଂସଦ ଏକ ବିଲ ଆଗତ କରିଛନ୍ତି ଯାହା ଭାରତୀୟମାନଙ୍କ ପାଇଁ ଏକ ବଡ଼ ଆଘାତ। ସୋମବାର (ଫେବୃଆରୀ…

PUCC ନେଇ ବଡ଼ ବୟାନ ଦେଲେ ପରିବହନ ମନ୍ତ୍ରୀ

ଭୁବନେଶ୍ୱର,୧୧।୨: PUCC ନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ସମସ୍ତଙ୍କୁ PUCC କରିବା ବାଧ୍ୟତାମୂଳକ କହିଛନ୍ତି । ଟୋଲ ଗେଟ୍‌ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri