ଖୋର୍ଦ୍ଧା ଅଫିସ,୩୧ା୧: ମତଦାନ ହେଉଛି ନାଗରିକଙ୍କ ସାମ୍ବିଧାନିକ ଅଧିକାର। କୌଣସି ମତଦାତା ଯେପରି ମତଦାନରୁ ବଞ୍ଚିତ ନ ହେବେ ସେଥିଲାଗି ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଗୁରୁତ୍ୱ ଦିଆଯାଇଥାଏ। ନିର୍ବାଚନ ପୂର୍ବରୁ ଭୋଟର ସଂଶୋଧନ, ନୂତନ ଭୋଟରଙ୍କ ନାମ ପଞ୍ଜୀକରଣ କାର୍ଯ୍ୟକୁ ତ୍ୱରାନ୍ବିତ କରାଯାଇଥାଏ। ତେବେ ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ବଡକୁମ୍ଭାର ପଞ୍ଚାୟତ ଶ୍ରୀଚନ୍ଦନପୁର ଗ୍ରାମ ୱାର୍ଡ ନମ୍ବର ୨୨ର ଏକାଧିକ ଭୋଟରଙ୍କ ନାଁ ଭୋଟର ତାଲିକାରେ ନାହିଁ। ୧୧୭ଜଣଙ୍କ ନାମ ଭୋଟର ତାଲିକାରେ ନ ଥିବା ଜଣାପଡିଛି। ଏହାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ଭୋଟର ତାଲିକା ସଂଶୋଧନରେ ଚଞ୍ଚକତା କରାଯାଇଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ରାଜନୈତିକ ଅଭିସନ୍ଧି ରଖି ଏଭଳି କରାଯାଇଥିବା ଗ୍ରାମବାସୀ ଗଣମାଧ୍ୟମ ଆଗରେ କହିଛନ୍ତି। ୱାର୍ଡ ନମ୍ବର ୨୨ରୁ ଏକାଧିକ ଭୋଟରଙ୍କ ନାଁ କଟିଥିବାବେଳେ ୨୧ନମ୍ବର ୱାର୍ଡର ପ୍ରାୟ ୯୦ ଜଣ ଭୋଟରଙ୍କ ନାମ ୨୨ ନମ୍ବର ୱାର୍ଡରେ ଚଢାଯାଇଛି। ଏହାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶ୍ରୀଚନ୍ଦନପୁର ଗ୍ରାମର ବଂଶୀଧର ସାହୁ କହିଛନ୍ତି, ଏହି ୨୨ନଂ ୱାର୍ଡରେ ୩୧୭ଜଣ ଭୋଟର ରହିଛନ୍ତି। ୨୦୧୭ ପଞ୍ଚାୟତ ନିର୍ବାଚନ ଏବଂ ୨୦୧୯ ସାଧାରଣ ନିର୍ବାଚନରେ ମତଦାନ ଦେଇଥିବା ଭୋଟର ଚଳିତ ବର୍ଷ ପଞ୍ଚାୟତ ନିର୍ବାଚନରେ ମତଦାନରୁ ବଞ୍ଚିତ ହେବେ। ଚଞ୍ଚକତା ପୂର୍ବକ ଭୋଟରଙ୍କ ନାଁ କଟାଯାଇଥିବା ବେଳେ ୨୧ ନଂମ୍ବର ୱାର୍ଡର ୯୦ଜଣ ଭୋଟରଙ୍କ ନାଁ ଏହି ୱାର୍ଡରେ ପୁନଃ ଯୋଡ଼ାଯାଇଛି। ଏହି ୱାର୍ଡରୁ ପ୍ରକୃତ ଭୋଟରଙ୍କୁ ବାଦ ଦିଆଯାଇଛି ବୋଲି ଗ୍ରାମର ଜଗନ୍ନାଥ ଚମ୍ପତି, ପ୍ରକାଶ ଚମ୍ପତି, ପ୍ରାଣକୃଷ୍ଣ ଚମ୍ପତି, ଚକ୍ରଧର ରାଉତ, ବୈକୁଣ୍ଠ ଚମ୍ପତି, ସନାତନ ବେହେରା ପ୍ରମୁଖ ଅଭିଯୋଗ ଆଣି ତଦନ୍ତ ସହ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି। ଏ ନେଇ ରାଜ୍ୟ ନିର୍ବାଚନ ଆୟୋଗ ଏବଂ ଜିଲା ପ୍ରଶାସନ ନିକଟରେ ମଧ୍ୟ ଅଭିଯୋଗ କରାଯାଇଛି ବୋଲି ସେମାନେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ରିକି କେଜ୍‌ଙ୍କ ଘରୁ ଚୋରି: ଅଭିଯୁକ୍ତଙ୍କୁ ଚିହ୍ନଟ କରିବାରେ ସହାୟତା କରିବାକୁ ନିବେଦନ

ବେଙ୍ଗାଲୁରୁ,୧୩ା୧୨: ଗ୍ରାମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ ସଙ୍ଗୀତଜ୍ଞ ରିକି କେଜ୍‌ଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘରୁ ଏକ ସମ୍ପ୍‌ କଭର ଚୋରି...

ବର୍ଦ୍ଧିତ ଦରମା ନେବାକୁ ମନା କଲେ ନବୀନ, ମୁଖ୍ୟମନ୍ତ୍ରୀ ଚିଠି ଲେଖି କହିଲେ ମୋ ଦରମାକୁ…

ଭୁବନେଶ୍ୱର,୧୩ା୧୨: ଏହି କିଛିଦିନ ତଳେ ମୋହନ ସରକାର ବିଧାୟକମାନଙ୍କ ଦରମା ଏବଂ ଭତ୍ତା ବଢ଼ାଇଛନ୍ତି। ବିଧାୟକଙ୍କ ଦରମା ପୂର୍ବରୁ ୧ ଲକ୍ଷ ଟଙ୍କା ଥିବାବେଳେ ସରକାର...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri